ଭୁବନେଶ୍ୱର:୪/୮- ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ନିମନ୍ତେ ୧୧ଗୋଟି ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି I ଏହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ, ନୟାଗଡ଼ ଓ କେନ୍ଦ୍ରାପଡା ଜିଲାରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲା ଜଜ ( ଭିଜିଲାନ୍ସ ) କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏତଦବ୍ୟତୀତ ପୁରୀ ଜିଲା ର ପିପିଲି, ନୟାଗଡ଼ ଜିଲାର ରଣପୁର, ଖୋର୍ଦ୍ଧା ଜିଲାର ବାଣପୁର, ଭଦ୍ରକ ଜିଲାର ବାସୁଦେବପୁର, ଅନୁଗୁଳ ଜିଲାର ତାଳଚେର, ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁର, କଟକ ଜିଲାର ବାଙ୍କି ଓ କନ୍ଧମାଳ ଜିଲାର ଜି. ଉଦୟଗିରିରେ ଗୋଟିଏ ଲେଖାଏଁ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁ ମଧ୍ୟ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।