ଖୁବଶୀଘ୍ର ଦୋଷୀଙ୍କୁ ଖୋଜି ବାହାର କରାଯିବ ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର:7/10-ଗତକାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା ସହିତ ଘଟଣାରେ ସଂପୃକ୍ତ ଅପରାଧୀମାନଙ୍କୁ ଖୋଜି ବାହାର କରି ଦୃଷ୍ଟାନ୍ତମୂଳକ ଦଣ୍ଡ ଦେବାକୁ ସେ ପୋଲିସ ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ । ଏଭଳି ଜଘନ୍ୟ ଓ ଅମାନୁଷିକ ଘଟଣାକୁ କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ । ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପଣ୍ଡାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।