ଭୁବନେଶ୍ୱର:16/10- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦୀପାବଳି ପର୍ବ ପୂର୍ବରୁ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।
ରଥଯାତ୍ରା-କେଉଁଟି ସତ ?
-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...
Read more