• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପ୍ରତିଷ୍ଠା ହେଲା ୪୪ଟି ନୂଆ ସବ-ରେଜିଷ୍ଟ୍ରେସନ ଅଫିସ

Share on FacebookShare on TwitterShare on Whatsapp

-ସାଧାରଣ ଲୋକଙ୍କୁ ସମ୍ମାନର ସହ ଉତ୍ତମ ସେବା ଯୋଗାଇଦେବାକୁ ରାଜସ୍ୱ ବିଭାଗ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
-ପର୍ଯ୍ୟାୟକ୍ରମେ ସବୁ ତହସିଲରେ ସବ-ରେଜିଷ୍ଟ୍ରେସନ ଅଫିସ ପ୍ରତିଷ୍ଠା କରାଯିବ
-ଟେକ୍ନୋଲୋଜିର ବ୍ୟବହାର ଜରିଆରେ ରାଜସ୍ୱ ସେବାକୁ ମଧ୍ୟସ୍ଥି ମୁକ୍ତ, ଦୁର୍ନୀତି ମୁକ୍ତ କରାଯାଉଛି

 

ଭୁବନେଶ୍ୱର:୧/୧୧-ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନଭେମ୍ବର ୧ ତାରିଖରେ ରାଜ୍ୟର ୧୩ଟି ଜିଲ୍ଲାର ୪୪ଟି ତହସିଲରେ ନୂଆ ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପର୍ଯ୍ୟାୟକ୍ରମେ ରାଜ୍ୟର ସବୁ ତହସିଲରେ ସବ ରେଜିଷ୍ଟ୍ରେସନ ଅଫିସ ଖୋଲାଯିବ। ସରକାରୀ ସେବା ସୁବିଧାରେ ପାଇବା ହେଉଛି ଲୋକଙ୍କ ଅଧିକାର। ଲୋକଙ୍କୁ ସମ୍ମାନର ସହିତ ଉତ୍ତମ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ରାଜସ୍ୱ ବିଭାଗ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ନୂଆ ଉପନିବନ୍ଧନ ବା ସବ-ରେଜିଷ୍ଟ୍ରେସନ କାର୍ଯ୍ୟାଳୟର ଉଦଘାଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ରାଜସ୍ୱ ରେଜିଷ୍ଟ୍ରେସନ ଇନିସପେକ୍ଟର ଜେନେରାଲ ପି ଅନ୍ୱେଷା ରେଡୀଙ୍କ ସହିତ ରାଜସ୍ୱ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ। ଆଭାସୀ ଜରିଆରେ ୧୩ଟି ଜିଲ୍ଲାର ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପ-ଜିଲ୍ଲାପାଳ, ତହସିଲଦାର ଓ ସବ-ରେଜିଷ୍ଟ୍ରାରମାନେ ଯୋଗଦେଇଥିଲେ। ସୂଚନାଯୋଗ୍ୟ ଯେ, ରାଜ୍ୟର ସମୁଦାୟ ୩୧୭ ତହସିଲ ମଧ୍ୟରୁ ୨୧୭ ତହସିଲରେ ପୂର୍ବରୁ ସବ-ରେଜିଷ୍ଟ୍ରେସନ ଅଫିସ୍ ଖୋଲାଯାଇଛି। ଅବଶିଷ୍ଟ ୧୦୦ରୁ ଆଜି ୪୪ଟି ସବ-ରେଜିଷ୍ଟ୍ରେସନ ଅଫିସ ଖୋଲାଗଲା। ବାକି ୫୬ଟି ପର୍ଯ୍ୟାୟକ୍ରମେ ଚଳିତବର୍ଷ ଶେଷ ସୁଦ୍ଧା ଖୋଲିବାପାଇଁ ଯୋଜନା ରଖାଯାଇଛି।


କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ୧୬ ମାସ ଧରି ଆମ ସରକାର ପ୍ରଶାସନିକ ବ୍ୟବସ୍ଥାରେ ଅନେକ ସଂସ୍କାର ଆଣିଛନ୍ତି। ଆମର ମୂଳ ଲକ୍ଷ୍ୟ ହେଉଛି ଶାସନ ବ୍ୟବସ୍ଥାକୁ ସ୍ୱଚ୍ଛ, ପାରଦର୍ଶୀ ଓ ଲୋକାଭିମୁଖୀ କରିବା। ଯେତେଦୂର ସମ୍ଭବ ଶାସନ ବ୍ୟବସ୍ଥାକୁ ଲୋକଙ୍କ ଦୁଆର ମୁହଁକୁ ନେବା ହେଉଛି ଆମର ମୁଖ୍ୟ ଲକ୍ଷ୍ୟ। ଖୁସିର କଥା ଏହା ହାସଲ କରିବା ପାଇଁ ଟେକ୍ନୋଲୋଜିର ଉପଲବ୍ଧତା ରହିଛି। ଟେକ୍ନୋଲୋଜିର ବ୍ୟବହାର କରି ସରକାର ଲୋକଙ୍କ ନିକଟତର ହୋଇପାରୁଛନ୍ତି ଏବଂ ଜନସାଧାରଣ ଘରେ ବସି ଅନେକ ସରକାରୀ ସେବା ସୁବିଧାରେ ପାଇପାରୁଛନ୍ତି। ବର୍ତ୍ତମାନ ରାଜ୍ୟ ସରକାର ୩୨ଟି ବିଭାଗର ୪୩୩ଟି ସେବାକୁ ଅନଲାଇନ ଜରିଆରେ ଯୋଗାଇ ଦେଉଛନ୍ତି। ନିକଟରେ ଜମିଜମା ପଞ୍ଜୀକରଣ ପାଇଁ ସ୍ଲଟ୍ ବୁକିଂ ନିମନ୍ତେ ଇ-ରେଜିଷ୍ଟ୍ରେସନ ମୋବାଇଲ ଆପ୍‌ର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଏଥିରେ ସ୍ଲଟ ବୁକିଂ ସହିତ ଇ.ସି ଏବଂ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ମଧ୍ୟ ମିଳିପାରୁଛି। ଉଦ୍ଦେଶ୍ୟ ହେଉଛି ଯେତେଦୂର ସମ୍ଭବ ଲୋକଙ୍କୁ ସୁବିଧାରେ ଓ ସହଜରେ ସେବା ଯୋଗାଇ ଦେବା। ସ୍ମାର୍ଟ ସର୍ଭେଲାନ୍‌ସ ଜରିଆରେ ସମସ୍ତ ସବ-ରେଜିଷ୍ଟ୍ରେସନ ଅଫିସକୁ ସିସିଟିଭି ଜରିଆରେ ନୀରିକ୍ଷଣ କରାଯାଉଛି। ଏହାଦ୍ୱାରା କର୍ମଚାରୀମାନଙ୍କର ସମୟାନୁବର୍ତ୍ତୀତା ଏବଂ ପାରଦର୍ଶିତାକୁ ସୁନିଶ୍ଚିତ କରାଯାଇ ପାରୁଛି। ଉପନିବନ୍ଧନ କାର୍ଯ୍ୟାଳୟକୁ ଦୁର୍ନୀତି ମୁକ୍ତ ଓ ମଧ୍ୟସ୍ଥି ମୁକ୍ତ କରିବା ଦିଗରେ ଏହି ବ୍ୟବସ୍ଥା ଖୁବ୍ ଉପଯୋଗୀ ହୋଇପାରୁଛି ବୋଲି ସେ କହିଥିଲେ।


ସବୁ ତହସିଲରେ ସବ-ରେଜିଷ୍ଟ୍ରେସନ ଅଫିସ ଖୋଲିବା ଦ୍ୱାରା ଜନସାଧାରଣଙ୍କୁ ଅନେକ ସୁବିଧା ମିଳିପାରିବ। ଦୂରଦୂରାନ୍ତକୁ ଯାଇ ଜମି ପଞ୍ଜୀକରଣ କରିବାର ଅସୁବିଧା ଓ ଖର୍ଚ୍ଚରୁ ମୁକ୍ତି, ସମୟ ଉପଯୁକ୍ତ ପଞ୍ଜୀକରଣ, ସହଜରେ ମ୍ୟୁଟେସନ ପଟ୍ଟା ଉପଲବ୍ଧ, ରାଜସ୍ୱ ସଂଗ୍ରହରେ ଉନ୍ନତି ଏବଂ ସର୍ବୋପରି ଜମି ପଞ୍ଜୀକରଣରେ ପାରଦର୍ଶିତା ବୃଦ୍ଧି ହୋଇପାରିବ ବୋଲି ସେ କହିଥିଲେ। ନୂଆ ସରକାର ଆସିବା ପରେ ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀଙ୍କ ନେତୃତ୍ୱରେ ବିଭାଗ ପକ୍ଷରୁ ଲୋକଙ୍କୁ ସେବା ପ୍ରଦାନ କରିବାରେ ଦକ୍ଷତା ଆସିଛି ବୋଲି ମତଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଭାଗ ଅଳ୍ପ ସମୟ ମଧ୍ୟରେ ୨, ୧୮,୬୧,୦୬୩ଟି ସେବା ଅନଲାଇନ ଜରିଆରେ ଯୋଗାଇ ଦେଇଥିବା ବେଳେ ୨୫ ହଜାରରୁ ଅଧିକ ବାସଗୃହହୀନ ଲୋକଙ୍କୁ ଘରବାଡି ପଟ୍ଟା ଦିଆଯାଇଛି। ୨୭ ଲକ୍ଷ ଖାତାକୁ ସର୍ବେକ୍ଷଣ କରାଯାଇ ମୃତ ଲୋକଙ୍କ ଜମିବାଡିକୁ ସେମାନଙ୍କ ଉତ୍ତରାଧିକାରୀଙ୍କ ନାମରେ ରେକର୍ଡ କରାଯାଇଛି। ଏହା ସହିତ ଗତ ଏକ ବର୍ଷ ମଧ୍ୟରେ ୨୩ ହଜାର ୯୮୮ଟି ସରକାରୀ ଶିକ୍ଷାନୁଷ୍ଠାନକୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଇ ପାରିଛି। ଏହି ଉଲ୍ଲେଖନୀୟ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜସ୍ୱ ମନ୍ତ୍ରୀ, ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ବିଭାଗୀୟ ଅଧିକାରୀ ମାନଙ୍କୁ ଧନ୍ୟବାଦ ଦେଇଥିଲେ।

ରାଜସ୍ୱ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ କହିଥିଲେ ଯେ, ଜମି କିଣାବିକା ସମୟରେ ସାଧାରଣତଃ ଭାବେ ଲୋକମାନେ ବହୁତ ହନ୍ତସନ୍ତ ହୁଅନ୍ତି। ଏଥି ପାଇଁ ବିଭାଗରେ ସଂସ୍କାର ଅଣାଯାଇ ସବୁ ତହସିଲରେ ସବ ରେଜିଷ୍ଟ୍ରେସନ କାର୍ଯ୍ୟାଳୟ ଖୋଲାଯିବା, କିଣାବିକା ପ୍ରକ୍ରିୟାକୁ ସରଳ କରିବା, ରାଜସ୍ୱ ରେକର୍ଡକୁ ସଂଶୋଧନ କରିବା, କ୍ୟାସଲେସ ଅର୍ଥ ନେଣ-ଦେଣ ଏବଂ ତ୍ୱରିତ ପଟ୍ଟା ପ୍ରଦାନ ପାଇଁ ବ୍ୟବସ୍ଥା କରାଯାଉଛି। ବ୍ୟବସ୍ଥାକୁ ସହଜ, ସରଳ ଓ ସମୟୋପଯୋଗୀ କରିବା ଦିଗରେ ରାଜସ୍ୱ ବିଭାଗ ପକ୍ଷରୁ ଉଦ୍ୟମ କରାଯାଉଛି। ତହସିଲ ଅଫିସ ଓ ସବ-ରେଜିଷ୍ଟ୍ରେସନ ଅଫିସକୁ କୋ-ଟର୍ମିନସ୍ କରାଯାଇଛି ବା ସମାନ କରାଯାଇଛି। ଏହାଦ୍ୱାରା ତହସିଲର ସମସ୍ତ ସେବା ଲୋକମାନେ ଗୋଟିଏ ଯାଗାରେ ସୁବିଧାରେ ପାଇପାରିବେ। ଅନେକ ଦିନ ଧରି ପାର୍ଟ ପ୍ଲଟ ବିକିବା ବ୍ୟବସ୍ଥା ବନ୍ଦ ଥିବାରୁ ଜନସାଧାରଣଙ୍କ ସୁବିଧା ପାଇଁ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇ ଏହାକୁ ଅନୁମୋଦନ ଦିଆଯାଇଛି। ଏହାଦ୍ୱାରା ଜନସାଧାରଣ ସୁବିଧାରେ ଜମି କିଣାବିକା କରିପାରୁଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com