• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଗୋଟିଏ କ୍ୟାମ୍ପସରେ ରହିବ ଲୋକସେବା ଭବନ ଓ ବିଧାନସଭା

Share on FacebookShare on TwitterShare on Whatsapp

-୯୫୨ କୋଟି ଟଙ୍କାରେ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପିତ
-୩୬୨୩ କୋଟି ଟଙ୍କା ଅଟକଳରେ ନୂଆ ଲୋକସେବା ଭବନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତ
-ବିଧାନସଭାକୁ ୩୦୦ ଆସନ ବିଶିଷ୍ଟ କରାଯିବ

ଭୁବନେଶ୍ୱର:୧୨/୧ ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ। ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଆରମ୍ଭ କରିଛନ୍ତି। ଏହା ସହିତ ରାଜ୍ୟ ରାଜଧାନୀର କାୟାକଳ୍ପ ହେଲାଭଳି ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶିଳାନ୍ୟାସ ମଧ୍ୟ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସଡକ ସୁରକ୍ଷା ପାଇଁ ରାଜ୍ୟ ସରକାର ଚାରିଟି ‘ଇ’ ପାଳନ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି। ସେଗୁଡିକ ହେଲା ଏଜୁକେସନ ବା ଶିକ୍ଷା, ଏନ୍‌ଫୋର୍ସମେଣ୍ଟ ବା ନିୟମର କଡାକଡି ଅନୁପାଳନ, ଇଞ୍ଜିନିୟରିଂ ବା ଯୋଗାଯୋଗ ଭିତ୍ତିଭୂମି ଓ ଯାନବାହନରେ ଉନ୍ନତ ଇଞ୍ଜିନିୟରିଂ ବିଦ୍ୟା ପ୍ରୟୋଗକରି ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ କରିବା ଏବଂ ଏମର୍ଜେନ୍‌ସି ବା ଜରୁରୀ ସମୟରେ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ। ଏହି ଚାରିଟି ନିୟମ ଅନୁପାଳନ ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ଆଉ ଦୁଇଟି ‘ଇ’ ଅନୁପାଳନ ପାଇଁ ପରାମର୍ଶ ଦେଇଥିଲେ। ଏହାହେଲା ଏନ୍‌ଭିରନ୍‌ମେଣ୍ଟ ଓ ଇଭାଲ୍ୟୁଏସନ। ଯାନବାହନର ପ୍ରଦୂଷଣ ନିୟମକୁ ସଠିକ୍ ଭାବେ ପାଳନ କରିବା ସହିତ ସଡକ ସୁରକ୍ଷାର ଯେଉଁ ନିୟମ ଗୁଡିକ ଅଛି, ତାହାର ଫଳାଫଳ ସମ୍ପର୍କରେ ଉପଯୁକ୍ତ ମୂଲ୍ୟାୟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହି ମୂଲ୍ୟାୟନକୁ ଭିତ୍ତିକରି ବିଭିନ୍ନ ସଡକ ସୁରକ୍ଷା କାର୍ଯ୍ୟକ୍ରମକୁ ପରିବର୍ତ୍ତନ କିମ୍ବା ଆହୁରି ଉନ୍ନତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସଡକ ସୁରକ୍ଷା ଉପରେ ଗୁରୁତ୍ୱ ଆରୋପ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ଆଜିଠାରୁ ସଡକ ସୁରକ୍ଷାକୁ ସୁଶାସନର ଅଂଶ ଭାବେ ଗ୍ରହଣ କରାଗଲା। ଏହାଦ୍ୱାରା ସରକାରୀ ଅଧିକାରୀମାନେ ଏହା ଉପରେ ଅଧିକ ସତର୍କ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ। ଏହାକୁ ଭିତ୍ତିକରି ମୁଖ୍ୟମନ୍ତ୍ରୀ ଆଜି ‘ମୁଖ୍ୟମନ୍ତ୍ରୀ ସଡକ ସୁରକ୍ଷା ଯୋଜନା ସମ୍ମାନ’ ଘୋଷଣା କରିଥିଲେ। ଏହି ଅବସରରେ ରାଜ୍ୟର ଘାଟିରାସ୍ତା ଗୁଡିକରେ ସଡକ ସୁରକ୍ଷା ପାଇଁ ଏକ ଅନନ୍ୟ ଓ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। କଳିଙ୍ଗା ଘାଟିରେ ଗାଡି ଚାଳକମାନଙ୍କୁ ସତର୍କ କରାଇବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ ସୂଚନା ଘଣ୍ଟିର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ବ୍ୟବସ୍ଥାରେ ଘାଟିର ଉଭୟ ପଟୁ ଗାଡି ଆସୁଥିଲେ ସାଇରନ ବାଜି ସତର୍କ କରାଇବ। ଏହା ଏକ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରାଯାଇଛି। ଏହାର ସଫଳତାକୁ ଦେଖି ଅନ୍ୟାନ୍ୟ ଘାଟି ରାସ୍ତାରେ ଏହା ଆରମ୍ଭ କରାଯିବ। ସେହିପରି ଏହି ଅବସରରେ କଟକ ଭୁବନେଶ୍ୱରର ଟ୍ୱିନସିଟିରେ ଉନ୍ନତ ଟ୍ରାଫିକ ପରିଚାଳନା ପାଇଁ ଆଇଆଇଟି ଖଡଗପୁର ସହିତ ଏକ ବୁଝାମଣା ପତ୍ର ସ୍ୱାକ୍ଷର କରାଯାଇଥିଲା। ଆଇଆଇଟିର ରିପୋର୍ଟ ପରେ ଏହି ଆଧାରରେ ଦୁଇ ସହରର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜି ରାଜ୍ୟ ପୂର୍ତ୍ତ ବିଭାଗର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଭୁବନେଶ୍ୱରର ଯେପରି କାୟାକଳ୍ପ ହେବ, ତାକୁ ଦୃଷ୍ଟିରେ ରଖି ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ୯୫୨ କୋଟି ଟଙ୍କା ବ୍ୟୟ ଅଟକଳରେ ମୁଖ୍ୟମନ୍ତ୍ରୀ ଏକ ନୂଆ ଏଲିଭେଟେଡ୍ କରିଡରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିରେ ଜୟଦେବ ବିହାର ଛକ, କଳିଙ୍ଗ ହସ୍ପିଟାଲ ଛକ, ଡମଣା ଛକ ଓ କିଟ୍ ଛକରେ ଚାରିଟି ଫ୍ଲାଏ-ଓଭର ନିର୍ମାଣ କରାଯିବ। ଏହାଦ୍ୱାରା ରାଜ୍ୟର ଏକ ଜନଗହଳିପୂର୍ଣ୍ଣ ସଡକରେ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆସିବ ଏବଂ ଜନସାଧାରଣ କମ୍ ସମୟ ମଧ୍ୟରେ ସୁବିଧାରେ ଯିବା ଆସିବା କରିପାରିବେ। ସେହିପରି ରାଜ୍ୟରେ ଏକ ନୂତନ ଅତ୍ୟାଧୁନିକ ଲୋକସେବା ଭବନ ନିର୍ମାଣ ପାଇଁ ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ୭୧.୧୩ ଏକର ଜାଗାରେ ଗୋଟିଏ କ୍ୟାମ୍ପସ ଭିତରେ ଲୋକସେବା ଭବନ ଓ ରାଜ୍ୟ ବିଧାନସଭା ରହିବ। ଡିଲିମିଟେସନକୁ ଦୃଷ୍ଟିରେ ରଖି ବିଧାନସଭାକୁ ୩୦୦ ଆସନ ବିଶିଷ୍ଟ କରାଯିବ। ଏଥିପାଇଁ ୩,୬୨୩ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।


ପରିବେଶ ସୁରକ୍ଷା ପାଇଁ ରାଜ୍ୟ ସରକାର ବୈଦ୍ୟୁତିକ ଯାନ ବ୍ୟବହାର ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ଚାର୍ଜିଙ୍ଗ ଷ୍ଟେସନର ମଧ୍ୟ ଆବଶ୍ୟକତା ରହିଛି। ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପାଇଁ ୧୫ଟି ଚାର୍ଜିଙ୍ଗ ଷ୍ଟେସନର ଲୋକାର୍ପଣ କରିଥିଲେ। ରାଜ୍ୟରେ ଆହୁରି ୮୫ଟି ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣାଧୀନ ଅଛି, ଏଗୁଡିକ ଖୁବଶୀଘ୍ର ଲୋକାର୍ପିତ ହେବ। ଆଗାମୀ ଦିନରେ ଆହୁରି ଅଧିକ ଚାର୍ଜିଙ୍ଗ ଷ୍ଟେସନ ନିର୍ମାଣ କରାଯିବ।


ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡ ଗୁଡିକ ରାଜ୍ୟର ୧୦ଟି ଜିଲ୍ଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌?ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲ୍ଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟ ସଡକ ପରିବହନ ନିଗମ ପକ୍ଷରୁ ୪୬ କୋଟି ଟଙ୍କା ମୂଲ୍ୟର ୧୦୦ଟି ନୂତନ ବିଏସ-୬ ମାନର ଆଧୁନିକ ବସ୍ ଚଳାଚଳର ଶୁଭାରମ୍ଭ କରାଯାଇଛି। ନିଗମର ପୁରୁଣା ବସ୍ ବଦଳରେ ଏହି ସବୁ ପରିବେଶ ଅନୁକୂଳ ଅତ୍ୟାଧୁନିକ ନୂଆ ବସ୍ କିଣାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରିବହନ ନିଗମ ପକ୍ଷରୁ ପରିଚାଳିତ ବସ୍‌ଗୁଡିକ ପାଇଁ ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ। ଏହି କାର୍ଡ ବ୍ୟବହାର କରି ଯାତ୍ରୀମାନେ କ୍ୟାସଲେସ୍ ଟିକେଟ୍ କାଟି ସୁବିଧାରେ ଯାତ୍ରା କରିପାରିବେ। ଏହି ଅବସରରେ ବ୍ରହ୍ମପୁର ଠାରେ ନିର୍ମିତ ହୋଇଥିବା ଏକ ଅତ୍ୟାଧୁନିକ ବସ୍ ଡିପୋରୁ ୨୫ଟି ନୂତନ ଇ-ବସ୍ ଚଳାଚଳର ମଧ୍ୟ ଶୁଭାରମ୍ଭ ହୋଇଥିଲା। ଆଧୁନିକ ପ୍ରଣାଳୀରେ ନିର୍ମିତ ଏହି ଡିପୋ ବ୍ରହ୍ମପୁର ଏବଂ ଏହାର ନିକଟସ୍ଥ ଅଞ୍ଚଳରେ ଇ-ବସ ପରିଚାଳନା କରିବ।
ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏଥି ମଧ୍ୟରୁ ପ୍ରାୟ ୫,୬୩୦ କୋଟି ଟଙ୍କା ବିନିଯୋଗରେ ୩୯ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ପ୍ରାୟ ୧,୦୭୦ କୋଟି ଟଙ୍କା ବିନିଯୋଗରେ ୩୨ ଟି ପ୍ରକଳ୍ପର ଲୋକାର୍ପଣ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com