ଭୁବନେଶ୍ୱର:୨୭/୧-ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବୃଆରୀ ୪ ତାରିଖରେ ପୁରୀ ଯିବେ। ଶ୍ରୀମନ୍ଦିରର ପ୍ରଶାସନ ପକ୍ଷରୁ ଏହି ସୂଚନା ମିଳିଛି। ସେ ୪ ତାରିଖ ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ୱେତଗଙ୍ଗା ଠାରେ ପିଣ୍ଡ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ଡ ଦାନ ପରେ ସେଠାରୁ ସେ ୭ଟା ୪୦ ମିନିଟ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ରାଷ୍ଟ୍ରପତି ଶ୍ରୀମନ୍ଦିର ପ୍ରବେଶ କରିବା ସମୟରେ ସିଂହଦ୍ୱାର ଠାରେ ଗଜପତି ମହାରାଜ ତାଙ୍କୁ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି। ସେ ଗର୍ଭଗୃହ ଭିତରକୁ ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ସକାଳ ୮ଟା ୨୦ ମିନିଟ ସୁଦ୍ଧା ଦର୍ଶନ ସାରି ରାଷ୍ଟ୍ରପତି ଶ୍ରୀମନ୍ଦିରରୁ ଫେରିବାର କାର୍ଯ୍ୟସୂଚୀ ରହିଛି।
ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ
ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...
Read more