ଭୁବନେଶ୍ୱର:୧୧/୩- ମଙ୍ଗଳବାର ଦୁର୍ବୁତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହୋଇଥିବା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ ଅଧକ୍ଷ କୃଷ୍ଣଚନ୍ଦ୍ର ନାୟକଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ହସ୍ପିଟାଲରେ ଭେଟିଥିଲେ।

ଶ୍ରୀ ନାୟକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ସମ୍ପର୍କରେ ଶ୍ରୀ ପଟ୍ଟନାୟକ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ। ଶ୍ରୀ ନାୟକଙ୍କ ପରିବାର ବର୍ଗଙ୍କ ସହିତ ମଧ୍ୟ ଘଟଣା ସମ୍ପର୍କରେ କଥା ହୋଇଥିଲେ ଏବଂ ଶ୍ରୀ ନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।
ସୂଚନାଯୋଗ୍ୟ ଯେ ଶେରଗଡ଼ ବ୍ଲକ ଅଧକ୍ଷ କୃଷ୍ଣଚନ୍ଦ୍ର ନାୟକ ଗତକାଲି ଦୃର୍ବୁତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହେବା ପରେ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।