• About
  • Contact
Saturday, July 4, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଅକ୍ଷିମୁଠି ଅନୁକୂଳ କରି ଚାଷୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Share on FacebookShare on TwitterShare on Whatsapp

ସମୃଦ୍ଧ ଓଡ଼ିଶା ଗଢ଼ିବାରେ କୃଷକମାନେ ହିଁ ପ୍ରକୃତ ସାରଥୀ

ଭୁବନେଶ୍ୱର:୨୦/୪- ପବିତ୍ର ଅକ୍ଷୟ ତୃତୀୟା ଓ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ କଟକ ସ୍ଥିତ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କୃଷକମାନଙ୍କ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି। ଏହି ଅବସରରେ ସେ ୪୧,୬୮, ୫୮୨ ଜଣ ଚାଷୀଙ୍କୁ ସିଏମ-କିଷାନ ଯୋଜନାରେ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରିବା ସହ କୃଷିକୁ ଆଧୁନିକ ଓ ଲାଭଜନକ କରିବା ପାଇଁ ସେ ନୂଆ ପଦକ୍ଷେପ ଘୋଷଣା କରିଥିଲେ।
ଧାନ ଗବେଷଣା କେନ୍ଦ୍ର ନିକଟରେ ଥିବା ଚାଷ ଜମିରେ ମୁଖ୍ୟମନ୍ତ୍ରୀ ଭୂମି ପୂଜା କରିବା ପରେ ଅକ୍ଷି ମୁଠି ଅନୁକୂଳ କରିଥିଲେ । ଏହାପରେ କୃଷି ପ୍ରଦର୍ଶନୀ ବୁଲି ଦେଖିବା ସହ ‘ଆମ ବିହନ ରଥ’ ଏବଂ ‘କୃଷି ରଥ’ର ଶୁଭାରମ୍ଭ କରିଥିଲେ ।

ଏହି ଭ୍ରାମ୍ୟମାଣ ବିହନ ବିକ୍ରୟ କେନ୍ଦ୍ର ଗୁଡିକ ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାର ୩୧ଟି ବ୍ଲକରେ ଚାଲୁ ହେବ। ୫ କେଜିଆ ପ୍ୟାକେଟ୍ ଆକାରରେ ନୂତନ କିସମର ଧାନ ବିହନ ଗ୍ରାମ ପଞ୍ଚାୟତସ୍ତରରେ ଉପଲବ୍ଧ ହେବ। ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ, ୨୦୨୬ ଖରିଫ ଋତୁ ପାଇଁ ରାଜ୍ୟର ୪୧ ଲକ୍ଷ ୬୮ ହଜାର ୫୮୨ ଜଣ କୃଷକଙ୍କୁ ସିଏମ-କିଷାନ ଯୋଜନାରେ ପ୍ରାୟ ୮୩୮ କୋଟି ୪୮ ଲକ୍ଷ ଟଙ୍କା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। କୃଷକଙ୍କୁ ଆର୍ôଥକ ଭାବେ ସଶକ୍ତ କରିବା ହେଉଛି ସରକାରଙ୍କ ପ୍ରାଥମିକତା ଏବଂ ଏହି ଯୋଜନା ତାହାର ଏକ ଉତ୍କୃଷ୍ଟ ଉଦାହରଣ। ସୂଚନାଯୋଗ୍ୟ ଯେ ଏହି ଚାଷୀମାନଙ୍କ ମଧ୍ୟରୁ ୪୧,୨୪,୨୪୧ ଜଣ ଚାଷୀ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ। ୪୧,୦୪୯ ଜଣ ହେଉଛନ୍ତି ଭୂମି ହୀନ କୃଷକ ପରିବାରର ଚାଷୀ ଏବଂ ୩,୨୯୨ ଜଣ ହେଉଛନ୍ତି ଜନଜାତି କୃଷକ ପରିବାରର ଚାଷୀ।

ନୂଆ ସରକାର କ୍ଷମତାକୁ ଆସିବା ପରେ କେବଳ ୨୨ ମାସ ମଧ୍ୟରେ ରାଜ୍ୟର କୃଷି ଅଭିବୃଦ୍ଧି ହାର ୫.୩ ପ୍ରତିଶତକୁ ପହଞ୍ଚିଛି, ଯାହା ଜାତୀୟ ହାରଠାରୁ ଅଧିକ। ଚଳିତ ବର୍ଷ ରାଜ୍ୟରେ ୧୫୦ ଲକ୍ଷ ମେଟ୍ରିକ ଟନ୍‌?ରୁ ଅଧିକ ଖାଦ୍ୟଶସ୍ୟ ଉତ୍ପାଦନ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ସେ ଏହି ସଫଳତା ପାଇଁ ରାଜ୍ୟର ପ୍ରତ୍ୟେକ କୃଷକଙ୍କୁ ଅଭିନନ୍ଦନ ଜଣାଇଥିଲେ। ଚାଷୀଙ୍କ ପରିଶ୍ରମର ଯଥୋଚିତ ମୂଲ୍ୟ ଦେବା ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାରେ ଧାନ କ୍ରୟ କରୁଛନ୍ତି। ୨୦୨୫-୨୬ ଖରିଫ ଋତୁରେ ୧୮ ଲକ୍ଷ ୫୫ ହଜାର ୬୬୧ ଜଣ ଚାଷୀଙ୍କ ଠାରୁ ୭୬.୪୭ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ କରାଯାଇଛି। ଏଥିପାଇଁ ୫,୫୮୯ କୋଟି ୯୮ ଲକ୍ଷ ଟଙ୍କା ଇନ୍‌ପୁଟ ସହାୟତା ଦିଆଯାଇଛି। କୃଷି ବିଦ୍ୟାନିଧି ଛାତ୍ରବୃତ୍ତି ଯୋଜନା ମାଧ୍ୟମରେ କୃଷକ ପରିବାରର ପିଲାମାନଙ୍କୁ ବୈଷୟିକ ଓ ବୃତ୍ତିଗତ ଶିକ୍ଷା ପାଇଁ ସହାୟତା ଦିଆଯାଉଛି।

ସମୃଦ୍ଧ ଓଡ଼ିଶା ଗଢ଼ିବାରେ କୃଷକମାନେ ହିଁ ପ୍ରକୃତ ସାରଥୀ। ରାଜ୍ୟ ସରକାର ସଦା ସର୍ବଦା କୃଷକଙ୍କ ସହିତ ରହିବ ଏବଂ ଆଗାମୀ ଦିନରେ କୃଷିକୁ ଅଧିକ ଲାଭଜନକ, ଆଧୁନିକ ଓ ସଶକ୍ତ କରାଯିବ ବୋଲି ସେ ଆଶ୍ୱାସନ ଦେଇଥିଲେ। କୃଷକଙ୍କ ଆୟ ବୃଦ୍ଧି ପାଇଁ ଉନ୍ନତ ବିହନ, ସଠିକ୍ ଜଳସେଚନ ଏବଂ ବଜାର ସଂଯୋଗୀକରଣ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। କେନ୍ଦ୍ର ସରକାରଙ୍କ କୃଷି ଭିତ୍ତିଭୂମି ପାଣ୍ଠି ମାଧ୍ୟମରେ ରାଜ୍ୟରେ ଶୀତଳ ଭଣ୍ଡାର ଓ ଗୋଦାମ ଘର ନିର୍ମାଣ କାର୍ଯ୍ୟ ଚାଲିଛି। କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସାଂସଦ ଭର୍ତ୍ତୃହରି ମହତାବ, ଜଗତସିଂହପୁରର ସାଂସଦ ବିଭୁପ୍ରସାଦ ତରାଇ, ନିଆଳିର ବିଧାୟକ ଛବି ମଲ୍ଲିକ, ଚୌଦ୍ୱାର-କଟକର ବିଧାୟକ ସୌଭିକ ବିଶ୍ୱାଳ, ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ବାରବାଟୀ-କଟକ ବିଧାୟିକା ସୋଫିଆ ଫିରଦୌସ, ମାହାଙ୍ଗା ବିଧାୟକ ଶାରଦା ପ୍ରସାଦ ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

କଳିଙ୍ଗ ଷ୍ଟାଡିୟମ-ରଘୁନାଥପୁର ପର୍ଯ୍ୟନ୍ତ ବିଭିନ୍ନ ଛକରେ ହେବ ପ୍ଲାଏଓଭର

by ସଂକ୍ଷିପ୍ତ ଖବର
July 1, 2026

୫୭୯କୋଟି ଟଙ୍କାର ଟେଣ୍ଡରକୁ ଅନୁମୋଦନ ଭୁବନେଶ୍ୱର:୧/୭-କଳିଙ୍ଗ ଷ୍ଟାଡିୟମ ଠାରୁ ରଘୁନାଥପୁର ୯.୫୦୦ କିମି ପର୍ଯ୍ୟନ୍ତ ଜୟଦେବ ବିହାର-ନନ୍ଦନକାନନ ସଡକର ବିଭିନ୍ନ ଛକରେ ଫ୍ଲାଏଓଭର ନିର୍ମାଣ ସହ ସଡ଼କର...

Read more

ସୁଜାତା ବିଜେଡିରେ ସାମିଲ

June 25, 2026

୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି

June 22, 2026

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଇରଙ୍ଗପୁରରେ ୪୮ହଜାର କୋଟିର ପ୍ରକଳ୍ପ ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଗତି, ପ୍ରଗତି ଓ ସମୃଦ୍ଧି!

June 19, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ପାଇଁ ସରକାରଙ୍କ ନୂତନ ଏସ୍‌ଓପି ଜାରି

June 19, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com