• About
  • Contact
Thursday, July 9, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ବିକଶିତ ଭାରତ ଗଠନରେ ଯୁବ ବୈଜ୍ଞାନିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ-ଉପ ରାଷ୍ଟ୍ରପତି

Share on FacebookShare on TwitterShare on Whatsapp

‘ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର:୯/୭-ଜଟଣୀସ୍ଥିତ ନାଇଜର କ୍ୟାମ୍ପସରେ ୧୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ କହିଛନ୍ତ, “ଆଜି ମହାନ ବୈଜ୍ଞାନିକ ହୋମି ଭାଭା ଆମ ଗହଣରେ ନାହାନ୍ତି ସତ, କିନ୍ତୁ ଆଜି ମୁଁ ମୋ ସମ୍ମୁଖରେ ଶତାଧିକ ହୋମି ଭାଭାଙ୍କୁ ବସିଥିବାର ଦେଖିପାରୁଛି।’ କେବଳ ଗବେଷଣା ନୁହେଁ ବରଂ ଜାତୀୟ ସୁରକ୍ଷା ଓ ଦୀର୍ଘସ୍ଥାୟୀ ବିକାଶ ପ୍ରତି ନାଇଜର’ର ଅଙ୍ଗୀକାରବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ। ସାମ୍ପ୍ରତିକ ସମୟରେ ଜଳବାୟୁ ପରିବର୍ତ୍ତନ ଓ ଜଟିଳ ସ୍ୱାସ୍ଥ୍ୟ ସମସ୍ୟା ବିଶ୍ୱ ପାଇଁ ଆହ୍ୱାନ ସୃଷ୍ଟି କରୁଥିବା ବେଳେ ବିଜ୍ଞାନର ସାମର୍ଥ୍ୟ ହିଁ ଏହାର ସ୍ଥାୟୀ ସମାଧାନ ବାହାର କରିପାରିବ ବୋଲି ସେ କହିଥିଲେ। ବୈଜ୍ଞାନିକ ଦକ୍ଷତା ଏବେ କୌଣସି ବିକଳ୍ପ ନୁହେଁ ବରଂ ଏହା ଆମ ପ୍ରଗତିର ମୂଳଦୁଆ। ଛାତ୍ରଛାତ୍ରୀମାନେ ନିଜ ଭିତରେ ଥିବା ଜିଜ୍ଞାସାକୁ ସଦାସର୍ବଦା ଜାଗ୍ରତ ରଖି ପରିବେଶ ଅନୁକୂଳ ପ୍ରଯୁକ୍ତିବିଦ୍ୟାର ବ୍ୟବହାର କରିବା ସହ ନିଜ ଜ୍ଞାନକୁ ମାନବ ସମାଜର କଲ୍ୟାଣରେ ବିନିଯୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ ଦେଇ କହିଛନ୍ତି ଯେ, ଆଜି ଆପଣମାନେ କେବଳ ଏକ ଶିକ୍ଷାଗତ ଯୋଗ୍ୟତା ପ୍ରମାଣପତ୍ର ପାଉନାହାନ୍ତି ବରଂ ସମାଜ ପ୍ରତି ଏକ ବଡ଼ ଦାୟିତ୍ୱକୁ ନିଜ କାନ୍ଧକୁ ନେଉଛନ୍ତି। ବିଶ୍ୱରେ ସମସ୍ତ ସମସ୍ୟାର ସମାଧାନ କେବଳ ବିଜ୍ଞାନ ମାଧ୍ୟମରେ ହିଁ ସମ୍ଭବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ନାତକମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ, ଆଜି ଉତ୍ତୀର୍ଣ୍ଣ ହେଉଥିବା ଯୁବପିଢ଼ି ବିଜ୍ଞାନ, ଗବେଷଣା ଏବଂ ରାଷ୍ଟ୍ର ଗଠନ ପ୍ରକ୍ରିୟାରେ ବିଶେଷ ଅବଦାନ ରଖୁଛନ୍ତି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାର ପ୍ରଗତି ହିଁ ଏକ ସମୃଦ୍ଧ ରାଷ୍ଟ୍ରର ମୂଳଦୁଆ। ଆମର ଯୁବ ଗବେଷକ ଓ ସ୍ନାତକମାନେ କେବଳ ଡିଗ୍ରୀ ହାସଲ କରିନାହାନ୍ତି, ବରଂ ଦେଶର ବିକାଶ ଓ ଜନସାଧାରଣଙ୍କ ଜୀବନଧାରଣର ମାନ ବୃଦ୍ଧି କରିବା ପାଇଁ ଏକ ବଡ଼ ଦାୟିତ୍ୱ ହାତକୁ ନେଇଛନ୍ତି।

ଉତ୍ସବରେ ସମ୍ମାନିତ ଅତିଥି ଭାବେ ଯୋଗଦେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନାଇଜରକୁ ଏକ ଅନନ୍ୟ ଅନୁଷ୍ଠାନ ଭାବେ ବର୍ଣ୍ଣନା କରିଛନ୍ତି। ଅତି କମ ସମୟ ମଧ୍ୟରେ ଏହି କ୍ୟାମ୍ପସକୁ ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଏବଂ ଉପ ରାଷ୍ଟ୍ରପତି ଗସ୍ତ କରିବା ସମଗ୍ର ଓଡ଼ିଶା ପାଇଁ ଗର୍ବର ବିଷୟ। ଦେଶରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷାରେ ମହିଳାମାନଙ୍କ ଭାଗିଦାରୀ ବୃଦ୍ଧି ପାଉଥିବା ବିଷୟରେ ସୂଚନା ଦେଇ ନାଇଜର ଭୁବନେଶ୍ୱରରେ ଏହି ହାର ୪୦ ପ୍ରତିଶତ ଛୁଇଁଥିବାରୁ ସେ ସନ୍ତୋଷ ବ୍ୟକ୍ତ କରିଥିଲେ। ଏହି ଅବସରରେ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିଲେ।ଉତ୍ସବରେ ପରମାଣୁ ଶକ୍ତି ବିଭାଗର ସଚିବ ଅଜିତ କୁମାର ମହାନ୍ତି, ନାଇଜରର ନିର୍ଦ୍ଦେଶକ ପ୍ରଫେସର ହିରେନ୍ଦ୍ରନାଥ ଘୋଷ ଏବଂ ଅନୁଷ୍ଠାନର ବୋର୍ଡ ଅଫ ଗଭର୍ଣ୍ଣର୍ସର ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ଦୈନିକ ଚାଲିଲା ବ୍ରହ୍ମପୁର-ଉଧନା (ସୁରଟ) ଅମୃତ ଭାରତ ଏକ୍ସପ୍ରେସ

by ସଂକ୍ଷିପ୍ତ ଖବର
July 7, 2026

-ରଥଯାତ୍ରା ପାଇଁ ପୁରୀକୁ ଚାଲିବ ୩୦୦ ରୁ ଅଧିକ ସ୍ପେସାଲ ଟ୍ରେନ- ମୁଖ୍ୟମନ୍ତ୍ରୀ -ବ୍ରହ୍ମପୁର ରେଳ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇ ଖର୍ଚ୍ଚ ହେବ ୩୦୦ କୋଟି...

Read more

କଳିଙ୍ଗ ଷ୍ଟାଡିୟମ-ରଘୁନାଥପୁର ପର୍ଯ୍ୟନ୍ତ ବିଭିନ୍ନ ଛକରେ ହେବ ପ୍ଲାଏଓଭର

July 1, 2026

ସୁଜାତା ବିଜେଡିରେ ସାମିଲ

June 25, 2026

୯୧୧ ଆଶ୍ରୟସ୍ଥଳୀର ରକ୍ଷଣାବେକ୍ଷଣ ପାଇଁ ମିଳିବ ୬ ଲକ୍ଷ ଟଙ୍କା ଲେଖାଏଁ ପାଣ୍ଠି

June 22, 2026

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ରାଇରଙ୍ଗପୁରରେ ୪୮ହଜାର କୋଟିର ପ୍ରକଳ୍ପ ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଗତି, ପ୍ରଗତି ଓ ସମୃଦ୍ଧି!

June 19, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com