ଭୁବନେଶ୍ୱର ତା.୨୧.୧୦.୨୦୨୪
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ । ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍?ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍?ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ । ଏହା ଦ୍ୱାରା ପ୍ରାୟ ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍?ସନଭୋଗୀ ଉପକୃତ ହେବେ ।
