ଭୁବନେଶ୍ୱର:୨୨ ଅକ୍ଟୋବର ୨୦୨୪
ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ପାଇଁ ଅତିରିକ୍ତ ସାମୟିକ ଛୁଟି ୧୨ ଦିନକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ସେମାନେ ଏହି ଅତିରିକ୍ତ ଛୁଟି ପ୍ରଚଳିତ ୧୦ ଦିନ ସାମୟିକ ଛୁଟି (ଉଖ) ଓ ୫ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ( ଝକ୍ଟ୍ରରମସବକ୍ଷ ଉଖ) ସହିତ ପାଇ ପାରିବେ।
ଏହି ୧୨ ଦିନ ଅତିରିକ୍ତ ସାମୟିକ ଛୁଟି ସେମାନେ ମାସକୁ ଗୋଟିଏ ଦିନ ଲାଭ କରି ପାରିବେ। ମହିଳା ମାନଙ୍କ ମାସିକ ଧର୍ମ ଜନିତ କାରଣରୁ ଏହି ଅତିରିକ୍ତ ଛୁଟି ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ ଏହି ଅତିରିକ୍ତ ସାମୟିକ ଛୁଟି ପୂର୍ବରୁ ୧୦ ଦିନ ପାଇଁ ମିଳୁଥିଲା।
ରଥଯାତ୍ରା-କେଉଁଟି ସତ ?
-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...
Read more
