• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ
Share on FacebookShare on TwitterShare on Whatsapp

ପ୍ରଭାବିତ ଅଞ୍ଚଳର ପୌର ସଂସ୍ଥା ଗୁଡ଼ିକରେ ସଫେଇ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଅଣ ପ୍ରଭାବିତ ଅଞ୍ଚଳରୁ ସଫେଇ କର୍ମଚାରୀ ଆସିବେ

ଭୁବନେଶ୍ୱର
୨୭ ଅକ୍ଟୋବର ୨୦୨୪

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି। ଏହାଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ପରିଦର୍ଶନ କରି ସନ୍ଧ୍ୟାରେ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ସମୀକ୍ଷାପରେ ଗଣମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ ସମୁଦାୟ 6210 ଟି ଆଶ୍ରୟସ୍ଥଳରେ 8 ଲକ୍ଷରୁ ଅଧିକ ଲୋକ ରହିଥିଲେ, କିନ୍ତୁ ବର୍ତ୍ତମାନ ପ୍ରାୟ ସମସ୍ତେ ନିଜ ଘରକୁ ଫେରିଗଲେଣି। ଯେଉଁ କେତୋଟି ଗ୍ରାମ ପଞ୍ଚାୟତରେ ପାଣି ଜମି ରହିଛି ସେଠିକାର ଲୋକମାନେ ଏବେବି ଆଶ୍ରୟସ୍ଥଳୀରେ ଅଛନ୍ତି। ମାତ୍ର 30 ହଜାର ଲୋକ 470 ଟି ଆଶ୍ରୟସ୍ଥଳୀରେ ରହିଛନ୍ତି।

ବିଦ୍ୟୁତ୍ ଯୋଗାଣ ଉପରେ ସୂଚନା ଦେଇ ସେ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ 98 ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି।
ସମୁଦାୟ 22 ଲକ୍ଷ 84 ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା 22 ଲକ୍ଷ 32 ହଜାର ଉପଭୋକ୍ତାଙ୍କ ବିଦ୍ୟୁତ୍ ସଂଯୋଗ ସ୍ୱଭାବିକ ହୋଇଛି। କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତ ଏବେବି ଜଳମଗ୍ନ ଅଛି। ସେଠାରେ ବିଦ୍ୟୁତ୍ ଯୋଗାଣ କାର୍ଯ୍ୟ ଚାଲିଛି। ପାଣି କମିବା ପରେ ବିଦ୍ୟୁତ୍ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ ହୋଇଯିବ। 7 ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ପାଇଁ ନିୟୋଜିତ ଅଛନ୍ତି ବୋଲି ସେ କହିଛନ୍ତି। ବିଦ୍ୟୁତ୍ ପୁନଃ ଯୋଗାଣ କ୍ଷେତ୍ରରେ ଲୋକମାନେ କର୍ମଚାରୀଙ୍କୁ ସ୍ଵତଃ ପ୍ରବୃତ୍ତ ଭାବେ ସହଯୋଗ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ପ୍ରଭାବିତ ଅଞ୍ଚଳର ମ୍ୟୁନିସପାଲଟି ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକରେ ସଫେଇ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଅଣପ୍ରଭାବିତ ଅଞ୍ଚଳରୁ ସଫେଇ କର୍ମଚାରୀ ଆଣି ରାସ୍ତାଘାଟ ପରିଷ୍କାର କରିବାକୁ ନିର୍ଦେଶ ଦିଆଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

କୃଷି କ୍ଷେତ୍ରର କ୍ଷୟକ୍ଷତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରାରମ୍ଭିକ ଆକଳନରୁ ଜଣାଯାଇଛି ଯେ, କୃଷି କ୍ଷେତ୍ରରେ କେନ୍ଦ୍ରାପଡା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲାର 12 ଟି ବ୍ଲକର 880 ଟି ଗ୍ରାମ ପଞ୍ଚାୟତ ଓ 4100 ଟି ଗ୍ରାମରେ ପ୍ରାୟ 2 ଲକ୍ଷ 21 ହଜାର 800 ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି। ପ୍ରକୃତ ରିପୋର୍ଟ ଆସିବାପରେ ସହାୟତା ପ୍ରଦାନ କରାଯିବ।
ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ 335 ଟି ଡାକ୍ତରୀ ଦଳ ନିୟୋଜିତ ହୋଇଥିଲେ। ସମୁଦାୟ 4871 ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ଓ ମା ଗୃହକୁ ଅଣାଯାଇଥିଲା। ସେଠାରେ ଏହି ସମୟ ମଧ୍ୟରେ 2,529 ଶିଶୁ ଜନ୍ମ ଗ୍ରହଣ କରିଛନ୍ତି।ସବୁ ପ୍ରମୁଖ ରାସ୍ତା ଗୁଡିକରୁ ପ୍ରାୟ ଅବରୋଧ ହଟି ସାରିଛି ଏବଂ ବର୍ତ୍ତମାନ ଗମନା ଗମନରେ କୌଣସି ଅସୁବିଧା ନାହିଁ ବୋଲି ସେ କହିଛନ୍ତି।

ବନ୍ୟା ଭୟ ବର୍ତ୍ତମାନ ଆଉ ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଢାବଳଙ୍ଗ ନଦୀ ପୂର୍ବରୁ ବିପଦ ସଂକେତ ଉପରେ ଥିଲା। ବର୍ତ୍ତମାନ ଜଳସ୍ତର ହ୍ରାସ ପାଇଛି। ଏବେ ଏହା ବିପଦ ସଂକେତ ତଳେ ଅଛି। ବିପଦସ୍ତର 8.13 ମିଟର ଥିବା ବେଲେ ବର୍ତ୍ତମାନ ଜଳସ୍ତର 7.20 ମିଟର ଅଛି ବୋଲି ସେ କହିଥିଲେ।
ବିଭିନ୍ନ ଜାଗାରେ ଲୋକଙ୍କ ଘରେ ବାତ୍ୟା ଦ୍ୱାରା ଗଛ ଭାଙ୍ଗି ପଡିଥିବାରୁ ଅଗ୍ନିଶମ ବିଭାଗକୁ ପ୍ରାୟ 6 ହଜାର ଫୋନ୍ କଲ୍ ଆସିଥିଲାଏହା ଉପରେ ଅଗ୍ନିଶମ ବାହିନୀ ପକ୍ଷରୁ ତୁରନ୍ତ ପଦକ୍ଷେପ ନିଆଯାଇଛି।

ବାତ୍ୟା ମୁକାବିଲାରେ ଭାରତ ସରକାରଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଭାରତ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି l ବାତ୍ୟା ସମୟରେ ଉଦ୍ଧାର କାର୍ଯ୍ୟ ପାଇଁ କେନ୍ଦ୍ର ସରକାର ଆବଶ୍ୟକ ପରିମାଣର NDRF ଟିମ୍ ପଠାଇଥିଲେ। ଲୋକଙ୍କ ଜୀବନ ବଞ୍ଚାଇବାରେ ସେମାନଙ୍କ ଭୂମିକା ସହାୟକ ହୋଇଛି । ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି l
ରାଜ୍ୟ ସରକାର ଜିରୋ କାଜୁଆଲଟି ଲକ୍ଷ୍ୟ ହାସଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ସଂପୃକ୍ତ ଜିଲାର ଜିଲାପାଳ ଏବଂ ସବୁ କର୍ମଚାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ଵତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ, ପୁଲିସ ମହା ନିର୍ଦେଶକ ୱାୟି. ବି. ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ମାନେ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com