ଭୁବନେଶ୍ୱର:୧୩ ନଭେମ୍ବର ୨୦୨୪
ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀସ୍ତରୀୟ କମିଟି ( Inter Ministerial Committee ) ଗଠନ କରାଯିବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ବୈଠକରେ ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରାଯାଇଥିଲା।
ଆଲୋଚନାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।
