• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ମହିଳା ବିରୋଧୀ ଅପରାଧ ଓ ସାଇବର କ୍ରାଇମ ଉପରେ ଦୃଢ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Share on FacebookShare on TwitterShare on Whatsapp

ଭୁବନେଶ୍ଵର :16/12/2024-ଆଜିକାଲି ଅପରାଧୀମାନେ ନୂଆ ନୂଆ ଉପାୟ ଅବଲମ୍ବନ କରୁଛନ୍ତି। ତେଣୁ, ପୁଲିସକୁ ମଧ୍ୟ ଅପରାଧୀଙ୍କ ଠାରୁ ପାଦେ ଆଗରେ ରହିବାକୁ ହେବ। ଆଜି କଟକରେ ୬୯ତମ ପୋଲିସ ଡ୍ୟୁଟି ମିଟ୍‌ ୨୦୨୪ର ଉଦଯାପନୀ ସମାରୋହରେ ପୁଲିସ ବାହିନୀକୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିପାଇଁ ପୁଲିସ ବଳର ଆଧୁନିକୀକରଣ, ପୁଲିସ ବ୍ୟବସ୍ଥାରେ ସଂସ୍କାର, ଅନୁସନ୍ଧାନ ପାଇଁ ଭିତ୍ତିଭୂମି ଏବଂ ପ୍ରଶିକ୍ଷିତ ମାନବ ସମ୍ବଳର ନିତାନ୍ତ ଜରୁରୀ। ନହେଲେ, ଏକ ଅର୍ଦ୍ଧ-ପ୍ରସ୍ତୁତ ପୁଲିସ ବଳ ଅପରାଧୀଙ୍କୁ ଧରି ଦଣ୍ଡବିଧାନ କରିବା କାଠିକର ପାଠ ହୋଇଯିବ।

ପୁଲିସ ବିଭାଗର ଆଧୁନିକୀକରଣକୁ ସରକାର ସର୍ବୋଚ୍ଚ ପ୍ରାଧାନ୍ୟ ଦେଇ ଆସୁଛନ୍ତି ବୋଲି ପ୍ରକାଶ କରି କହିଥିଲେ ଯେ, ଆଗାମୀ ଦିନରେ ପୁଲିସର ବ୍ୟବହାର ପାଇଁ ସମଗ୍ର ରାଜ୍ୟରେ ଗାଡ଼ି ସଂଖ୍ୟା ବଢ଼ାଯିବ ଯାହାଦ୍ୱାରା ପେଟ୍ରୋଲିଙ୍ଗ୍, ତଦନ୍ତ, Victim ପାଖରେ ପହଁଞ୍ଚିବା ଓ ଅପରାଧୀ ଧରିବା ଆହୁରି ସୁଦୃଢ଼ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପୁରୀ ଜିଲ୍ଲାରେ ଥିବା ଅସ୍ତରଙ୍ଗ, ବଳଙ୍ଗା ଏବଂ ଡେଲାଙ୍ଗ ପୁଲିସ ଷ୍ଟେସନର ନୂତନ ଗୃହର ଉଦଘାଟନ କରିଥିଲେ।

ସେ କହିଥିଲେ , ପୁଲିସ ବାହିନୀକୁ ସଶକ୍ତ କରିବା ପାଇଁ ଗୃହ ବିଭାଗରେ ପ୍ରାୟ ୧୦ ହଜାର ପଦବୀ ଖୁବ ଶୀଘ୍ର ପୂରଣ କରାଯିବ। ପୁଲିସ ବାହିନୀର କାର୍ଯ୍ୟକ୍ଷମତାକୁ ବୃଦ୍ଧି କରିବା ପାଇଁ ପୋଲିସ ଥାନା ଗୁଡିକୁ ୯ ହଜାର ବାଇକ୍‌ ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଉଛି। ପ୍ରତ୍ୟେକ ଥାନାକୁ ୬ଟି ଲେଖାଏଁ ବାଇକ୍‌ ଦିଆଯିବ। ଏଇ ନିକଟରେ ଗୃହରେ ପାରିତ ହୋଇଥିବା ଅତିରିକ୍ତ ବଜେଟରେ ଏଥିପାଇଁ ୩୫ କୋଟି ଟଙ୍କାର ବିଶେଷ ପ୍ରାବଧାନ କରାଯାଇଛି। ପୁଲିସ ବାହିନୀକୁ ସହଯୋଗ କରିବା ପାଇଁ ଗୃହରକ୍ଷୀ ପଦବୀ ପୂରଣ କରାଯିବ। ଖାଲି ଥିବା ଓ ନୂଆ ପଦବୀକୁ ମିଶାଇ ପ୍ରାୟ ୫ ହଜାର ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି କରାଯାଇଛି ।

ଦେଶରେ ଚାଲିଥିବା ସାଇବର କ୍ରାଇମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜିକାଲି ପୁରା ଦେଶରେ ଅନେକ ଲୋକ ସାଇବର ଅପରାଧର ଶିକାର ହୋଇ ଅର୍ଥ ହରାଉଛନ୍ତି। ସାଇବର ଠକେଇ, ଡିଜିଟାଲ ଆରେଷ୍ଟ, ଇନଭେଷ୍ଟମେଣ୍ଟ ଠକେଇ ଆଦି ଅପରାଧ ବଢି ଚାଲିଛି। ସାଇବର ଅପରାଧ ଆମ ସମସ୍ତଙ୍କ ପାଇଁ ଏକ ବଡ଼ ଆହ୍ଵାନ। ଏହାକୁ ଦୃଷ୍ଟିରେ ରଖି ଆମ ସରକାର ପୁଲିସ ବିଭାଗର ସାଇବର ସେଲକୁ ସୁଦୃଢ ଓ ଆଧୁନିକୀକରଣ କରିବା ପାଇଁ ସଂକଳ୍ପବଦ୍ଧ। ଏଥିପାଇଁ ଆଗାମୀ ଦିନରେ ଯେଉଁ ଜିଲ୍ଲାରେ ସାଇବର ଥାନା ନାହିଁ ସେଠାରେ ସାଇବର ଥାନା ପ୍ରତିଷ୍ଠା କରାଯିବାର ଲକ୍ଷ୍ୟ ରଖାଯାଇଛି। ଏତଦବ୍ୟତୀତ ଭୁବନେଶ୍ୱରରେ ସାଇବର ଅପରାଧର ଉଚ୍ଚକୋଟୀର ତଦନ୍ତ ଓ ତଦାରଖ ପାଇଁ ରାଜ୍ୟସ୍ତରରେ ଏକ ସାଇବର ଅପରାଧ ଶାଖା ସୃଷ୍ଟି କରାଯିବ। ଯାହାର ଦାୟିତ୍ଵରେ ଜଣେ ବରିଷ୍ଠ ଅଧିକାରୀ ରହିବେ।

ମହିଳା ହିଂସା ବିରୁଦ୍ଧରେ ଆମ ସରକାର ଶୂନ୍ୟ ସହନଶୀଳତା ନୀତି ଅବଲମ୍ବନ କରୁଛନ୍ତି ବୋଲି ମତ ଦେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀ ମଧ୍ୟ ମହିଳାମାନଙ୍କ ସୁରକ୍ଷାକୁ ସର୍ବଦା ପ୍ରାଥମିକତା ଦେଇଆସିଛନ୍ତି। ଦୁର୍ଭାଗ୍ୟ ବଶତଃ ମୋଟ ଦଣ୍ଡବିଧାନ ହାର ଏବଂ ମହିଳା ହିଂସା ବିରୁଦ୍ଧରେ ଦଣ୍ଡବିଧାନ ହାର ସର୍ବ ଭାରତୀୟ ସ୍ତରରେ ଓଡିଶାର ସ୍ଥିତି ନୈରାଶ୍ୟ ଜନକ ଥିଲା। ଏହାର ପ୍ରମୁଖ କାରଣ ହେଉଛି ବୃତ୍ତିଗତ ଢଙ୍ଗରେ ଅନୁସନ୍ଧାନ ନ ହେବା ଏବଂ ପୂର୍ବବର୍ତ୍ତୀ ସମୟରେ ରାଜନୈତିକ ଇଚ୍ଛାଶକ୍ତିର ଘୋର ଅଭାବ। ଏହି ଦଣ୍ଡହାରକୁ ଜାତୀୟସ୍ତରକୁ ନେବାକୁ ହେବ। ଏଥିପାଇଁ ସରକାର ନିଜସ୍ତରରେ ଅଧିକ ମହିଳା କୋର୍ଟ ପ୍ରତିଷ୍ଠା କରୁଛନ୍ତି। ଚାରିଗୋଟି ଜିଲ୍ଲାରେ ମହିଳା କୋର୍ଟ ସ୍ଥାପନା ପାଇଁ ନୀତିଗତ ନିଷ୍ପତ୍ତି ନିଆଯାଇ ସରିଛି। ପୁଲିସ ବୃତ୍ତିଗତ ଢଙ୍ଗରେ ଏବଂ ବୈଜ୍ଞାନିକ ପଦ୍ଧତିରେ ଅନୁସନ୍ଧାନ କରି, ଅକାଟ୍ୟ ସାକ୍ଷ୍ୟ ପ୍ରମାଣ ସହିତ କୋର୍ଟରେ ଅଭିଯୋଗ ପତ୍ର ଠିକ ସମୟରେ ଦାଖିଲ କରିବ।

ନିକଟରେ ରାଜ୍ୟ ପୁଲିସ ବଳ କିଛି blind କେସର ସଫଳତାର ସହିତ ସମାଧାନ କରିବାରେ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବଣାଇ ଏବଂ କଟକ କନ୍ଦରପୁର ହତ୍ୟାକାଣ୍ଡକୁ ପୋଲିସ ଖୁବ୍ ଶୀଘ୍ର ସଫଳତାର ସହ ସମାଧାନ କରିଛି। ସେ କହିଥିଲେ ଯେ, ସବୁ କେସରେ ଏପରି ପ୍ରଭାବୀ କାର୍ଯ୍ୟାନୁଷ୍ଠାନ ହେବା ଉଚିତ, ଯାହା ଫଳରେ ପୁଲିସପ୍ରତି ସାଧାରଣ ଜନତାଙ୍କ ଆସ୍ଥା ବୃଦ୍ଧି ପାଇବ। ଆଗାମୀ ୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶରୁ ମାଓ ବାଦୀ ଏବଂ ନକ୍ସଲ ହିଂସାକୁ ସମୂଳେ ନିପାତ କରିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଓଡିଶାର କିଛି ଅଞ୍ଚଳ ଏହି ଆକ୍ସନ ପ୍ଲାନରେ ସାମିଲ ହୋଇଛି। ଏହି ହିଂସାକୁ ଦମନ କରିବା ପାଇଁ ପୁଲିସ ବଳ ସହିତ ବିଶେଷ ଜ୍ଞାନ, ନୂତନ ବୈଷୟିକ ଜ୍ଞାନକୌଶଳର ଆବଶ୍ୟକତା ରହିଛି, ଯାହା ଆଜି ପରି ଡ୍ୟୁଟି ମିଟ୍‌ରୁ ମିଳିପାରିବ ବୋଲି ସେ କହିଥିଲେ।

ଯୋଜନାବଦ୍ଧ ଭାବେ ସମାଜରେ ଉନ୍ମାଦ କରିବା ପାଇଁ ଚେଷ୍ଟା କରୁଥିବା ଅପରାଧୀଙ୍କ ବିରୁଦ୍ଧରେ ଏମିତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ, ଯାହାଫଳରେ ପ୍ରତି ମୂହୁର୍ତ୍ତରେ ସେମାଙ୍କ ମନରେ ଭୟର ସଂଚାର ହେବ। ଏଭଳି ଅପରାଧୀଙ୍କୁ ପୂର୍ବରୁ ଯେଉଁ ସୁରକ୍ଷା ଦିଆଯାଉଥିଲା ସେପରି ଆଉ ହେବ ନାହିଁ। ଆଇନର ଗଣ୍ଡି ଭିତରେ ରହି ସେମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
କ୍ରାଇମବ୍ରାଞ୍ଚ ପକ୍ଷରୁ ନିୟମିତ ବ୍ୟବଧାନରେ ସ୍ୱତନ୍ତ୍ର ଅଭିଯାନ ଚଳାଇ ନିଶା କାରବାର ଜନିତ ସଂଗଠିତ ଅପରାଧ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଓଡ଼ିଶା ପୁଲିସପ୍ରମୁଖ ସଫଳତା ହାସଲ କରିଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସରକାର ପୋଲିସ ବଳ ସହିତ ଦୃଢ ଭାବେ ଛିଡା ହୋଇଛନ୍ତି। ସର୍ବ ଭାରତୀୟ DG/IG ସମ୍ମିଳନୀରେ, କେନ୍ଦ୍ର ସରକାର ଗଞ୍ଜାମ ଜିଲ୍ଲାର ପାଟପୁର ଥାନାକୁ ଦେଶର ଦ୍ୱିତୀୟ ଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ କରିଥିବାରୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ।

ପୁଲିସ ଡ୍ୟୁଟି ମିଟ୍‌ରେ ଅଂଶଗ୍ରହଣ କରି ସଫଳତା ହାସଲ କରିଥିବା ସମସ୍ତ ବିଜେତାମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ବିଜେତାମାନେ ଆଗାମୀ ଜାନୁଆରୀ ମାସରେ ଝାଡଖଣ୍ଡର ରାଞ୍ଚି ଠାରେ ହେବାକୁ ଥିବା All India Police Duty Meet ରେ ଭାଗ ନେବେ। ମନୋନୀତ ହୋଇଥିବା ଦଳର ସଦସ୍ୟମାନଙ୍କୁ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଥିଲେ। ପରିଶେଷରେ ପୋଲିସ ନିଜର ‘ସେବା ଓ ସୁରକ୍ଷା’ ସ୍ଲୋଗାନକୁ କାୟ ମନୋବାକ୍ୟରେ ପାଳନ କରିବ ବୋଲି ସେ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଅତିରିକ୍ତ ପୁଲିସ ମହାନିର୍ଦ୍ଦେଶକ, ସି.ଆଇ.ଡି, କ୍ରାଇମ ବ୍ରାଞ୍ଚ ବିନୟ ତୋଷ ମିଶ୍ର ଧନ୍ୟବାଦ ଅର୍ପଣ କରି ପୁଲିସ ବାହିନୀର କାର୍ଯ୍ୟକ୍ରମ, ସଫଳତା ଓ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com