ଭୁବନେଶ୍ୱର:24/12/2024-ରାଜ୍ୟପାଳ ରଘୁବର ଦାସ ଇସ୍ତଫା ଦେବା ପରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ମିଜେରାମର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି ମିଳିଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି। ଗତବର୍ଷ ଅକ୍ଟୋବର ୧୮ତାରିଖରେ ରଘୁବର ଦାସ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିଲେ।
ଡକ୍ଟର କମ୍ଭମପତି ୧୯ ଜୁଲାଇ ୨୦୨୧ରୁ ମିଜୋରାମର ରାଜ୍ୟପାଳ ଅଛନ୍ତି। ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଡକ୍ଟର କମ୍ଭମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ ଯାଇଥିଲେ। ସେ ୧୯୯୯ ମସିହାରେ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୨୦୧୪ ରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିିତ ହୋଇଥିଲେ।
ହରିବାବୁ କମ୍ଭମପତିଙ୍କ ଜାଗାରେ ମିଜୋରାମର ରାଜ୍ୟପାଳ ଭାବେ ଜେନେରାଲ ବିଜୟ କୁମାର ସିଂ, ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳ ରାଜ୍ୟପାଳ, କେରଳ ରାଜ୍ୟପାଳ ଅରିଫ ମହମ୍ମଦ ଖାନଙ୍କୁ ବିହାର ରାଜ୍ୟପାଳ ଏବଂ ଅଜୟ କୁମାର ଭଲ୍ଲଙ୍କୁ ମଣିପୁର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
ରଥଯାତ୍ରା-କେଉଁଟି ସତ ?
-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...
Read more
