• About
  • Contact
Monday, April 20, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟରେ ସାମିଲ

Share on FacebookShare on TwitterShare on Whatsapp

୬ଲକ୍ଷ ୬୬ହଜାର ୭୨୦ ଚାଷୀ SDRF ପାଣ୍ଠିରୁ ୨୯୧ କୋଟି ୫୯ ଲକ୍ଷ ଟଙ୍କା ଇନ୍ପୁଟ୍ ସବ୍‌ସିଡି ପାଇବେ

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୨ ଲକ୍ଷ ୬୧ ହଜାର ଚାଷୀଙ୍କୁ ବୀମା ସହାୟତା ପ୍ରଦାନ ଆରମ୍ଭ ହୋଇଛି

ଚଳିତ ବର୍ଷ ୨.୪ ଲକ୍ଷ ମେଟ୍ରିକ ଟନ ଆଳୁ ଉତ୍ପାଦନ ଲକ୍ଷ୍ୟ

ଭୁବନେଶ୍ୱର:03.01.2025- ଅଦିନିଆ ବର୍ଷାକୁ ରାଜ୍ୟ ସରକାର ଏକ ବିପର୍ଯ୍ୟୟ ଭାବେ ଗ୍ରହଣ କରିଛନ୍ତି । ରାଜ୍ୟର SDRF ପାଣ୍ଠିରୁ କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯିବ। ଯେଉଁ ଚାଷୀମାନଙ୍କର ୩୩ ପ୍ରତିଶତ ବା ଅଧିକ ଫସଲ କ୍ଷତି ହୋଇଥିବ ସେହି ଚାଷୀମାନଙ୍କୁ ସହାୟତା ମିଳିବ। ଆଜି ଭୁବନେଶ୍ୱର ବରମୁଣ୍ଡା ପଡିଆରେ ତିନିଦିନିଆ କୃଷି ଓଡ଼ିଶା-୨୦୨୫ କାର୍ଯ୍ୟକ୍ରମକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଘୋଷଣା କରିଛନ୍ତି।

SDRF ପାଣ୍ଠିରୁ ୨୯୧ କୋଟି ୫୯ ଲକ୍ଷ ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ପ୍ରଦାନ କରାଯିବ। ଜିଲ୍ଲାପାଳମାନଙ୍କ ରିପୋର୍ଟ ଅନୁଯାୟୀ ୬ ଲକ୍ଷ ୬୬ ହଜାର ୭୨୦ଜଣ ଚାଷୀଙ୍କର ୨ ଲକ୍ଷ ୨୬ ହଜାର ୭୯୧ ହେକ୍ଟର ଜମିରେ ୩୩ ପ୍ରତିଶତରୁ ଅଧିକ ଫସଲ କ୍ଷତି ହୋଇଛି। ଏହି ଚାଷୀମାନଙ୍କୁ ସହାୟତା ମିଳିବ। ଏହା ସହିତ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ୨ ଲକ୍ଷ ୬୧ ହଜାର ଚାଷୀଙ୍କ ଆବେଦନ ହସ୍ତଗତ ହୋଇଛି। ବୀମାଭୁକ୍ତ କ୍ଷତିଗ୍ରସ୍ତ ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ଆଜିଠାରୁ DBT ଜରିଆରେ କ୍ଷତିପୂରଣ ପ୍ରଦାନ କରାଯାଉଛି। କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବା ପରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ବୀମାଭୁକ୍ତ ହୋଇଥିବା ଚାଷୀମାନଙ୍କ ଆବେଦନ ସମୟ ତିନି ଦିନ ବଢା ଯାଇଥିଲା। ଏଥିପାଇଁ ସବୁ ବୀମାଭୁକ୍ତ ଚାଷୀମାନେ ଆବେଦନ କରିବାର ସୁଯୋଗ ପାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ କହିଛନ୍ତି ଯେ ଅଦିନିଆ ବର୍ଷା ଯୋଗୁ ଆପଣମାନେ ବ୍ୟାପକ କ୍ଷତି ସହିଛନ୍ତି । ଆପଣମାନେ ନିଶ୍ଚିତ ରୁହନ୍ତୁ, ସରକାର ସବୁ ସମୟରେ ଆପଣମାନଙ୍କ ସହିତ ଅଛନ୍ତି ଓ ରହିବେ। ଇନ୍‌ପୁଟ୍ ସବସିଡି ସହିତ, ଆଉ କେଉଁ ପ୍ରକାର ସାହାଯ୍ୟ ପ୍ରଦାନ କରାଯାଇପାରିବ, ସରକାର ସେ ଦିଗରେ ବିଚାର କରୁଛନ୍ତି। ଆମ ସରକାର ସର୍ବଦା ଚାଷୀଙ୍କ ସହିତ ଅଛନ୍ତି। କୃଷକଙ୍କ ମଙ୍ଗଳ ପାଇଁ ସବୁ ପ୍ରକାର ସାହାଯ୍ୟ କରିବାକୁ ଚେଷ୍ଟିତ ହେଉଛନ୍ତି। ମୁଁ ଆଶା କରୁଛି, ଆମର ଏହି ପଦକ୍ଷେପ ଆପଣମାନଙ୍କ କ୍ଷତି ଭରଣା କରିବା ସହିତ ଆଗାମୀ ଦିନରେ ଚାଷ ପାଇଁ ଆପଣମାନଙ୍କ ମନରେ ଭରସା ସୃଷ୍ଟି କରିବ। ଏଥି ସହିତ, ରବି ଫସଲ ପାଇଁ ଯାହା ବି ଆବଶ୍ୟକ, ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ, ଆପଣ ସେଥିପ୍ରତି ନିଶ୍ଚିନ୍ତ ରୁହନ୍ତୁ ବୋଲି ସେ କହିଛନ୍ତି।

ଆଜିର କାର୍ଯ୍ୟକ୍ରମଟି ଆମ ରାଜ୍ୟର ସମଗ୍ର କୃଷକ ଭାଇଭଉଣୀ, ଆମର ଅନ୍ନଦାତାମାନଙ୍କ ପାଇଁ ଉତ୍ସର୍ଗୀକୃତ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଆମ ରାଜ୍ୟର ପ୍ରାୟ ୭୦ ପ୍ରତିଶତ ଲୋକ କୃଷି ଏବଂ ଆନୁଷଙ୍ଗିକ କ୍ଷେତ୍ରରେ କାମ କରି ଜୀବିକା ନିର୍ବାହ କରିଥାନ୍ତି। ତେଣୁ ଯେଉଁଠି ଏତେ ସଂଖ୍ୟକ ଲୋକେ ଗୋଟିଏ ବୃତ୍ତିରେ କାମ କରନ୍ତି, ସେମାନଙ୍କ ବିକାଶ କରିବା ସହ ସୁଖ ଦୁଃଖରେ ଠିଆ ହେବା ଯେ କୌଣସି ସରକାରଙ୍କ ନୈତିକ ଦାୟିତ୍ଵ। କୋଭିଡ ମହାମାରୀ ବେଳେ କେବଳ କୃଷକମାନେ ହିଁ ଦେଶର ଅର୍ଥନୀତିକୁ ବଞ୍ଚାଇ ସମସ୍ତଙ୍କ ମୁହଁରେ ଆହାର ଦେଇଥିଲେ । ଏହି ମହତ କାର୍ଯ୍ୟ ପାଇଁ ଆପଣ ସମସ୍ତେ ଧନ୍ୟବାଦ ଏବଂ ପ୍ରଶଂସାର ପାତ୍ର ବୋଲି ସେ ପ୍ରକାଶ କରିଛନ୍ତି ।

ଗତ ଦୁଇ ଦଶନ୍ଧିରେ କେବଳ ଚାଉଳକୁ ଛାଡିଦେଲେ ଅନ୍ୟ କୌଣସି କୃଷି ଉତ୍ପାଦରେ ଆମେ ସ୍ୱାବଲମ୍ବୀ ହୋଇପାରି ନାହୁଁ। ଆଳୁ, ପିଆଜ, ଟମାଟୋ ଭଳି ବିଭିନ୍ନ ପନିପରିବା ଏବଂ ମାଛ, ଅଣ୍ଡା ପାଇଁ ଆମକୁ ବାହାର ରାଜ୍ୟ ଉପରେ ନିର୍ଭର କରିବାକୁ ପଡୁଛି। ମୁଁ ଦୃଢ ଭାବେ କହିପାରିବି ଯେ ଉତ୍ତମ ଯୋଜନା ଏବଂ ଇଚ୍ଛା ଶକ୍ତିର ଟିକେ ଅଧିକ ପ୍ରୟୋଗ କରିଥିଲେ, କୃଷି ସମ୍ବନ୍ଧୀୟ ଅନେକ ସମସ୍ୟାର ସମାଧାନ ହୋଇପାରିଥାନ୍ତା। ଓଡିଶାରେ କୃଷି ଭିତ୍ତିଭୂମି ଅତ୍ୟନ୍ତ ଦୁର୍ବଳ। ତେଣୁ, ଆମ ସରକାର ପ୍ରାଥମିକତା ଭିତ୍ତିରେ କୃଷି ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ପ୍ରଚେଷ୍ଟା ଆରମ୍ଭ କରିଛନ୍ତି। ଜଳ ସେଚନ, ଶୀତଳ ଭଣ୍ଡାର, ମଡେଲ ମଣ୍ଡି ଏବଂ ଗୋଦାମ ଗୃହ ନିର୍ମାଣ, କୃଷି ଯନ୍ତ୍ରପାତି ଉପଲବ୍ଧତା ଉପରେ ଆମ ସରକାର ଗୁରୁତ୍ଵ ପ୍ରଦାନ କରୁଛନ୍ତି। ‘କୃଷି ଓଡିଶା ୨୦୨୫’ ର ମୁଖ୍ୟ ବିଷୟ ବସ୍ତୁ ହେଉଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ” । ଯଦି ଆମର ଖାଦ୍ୟ ପ୍ରଣାଳୀ ଚିରନ୍ତନ ବା sustainable ହେବ, ତେବେ ଆମର ଜନସାଧାରଣ ଖାଦ୍ୟାଭାବର ସମ୍ମୁଖୀନ ହେବେ ନାହିଁ କିମ୍ବା ପରିବେଶ ଉପରେ କୌଣସି କୁପ୍ରଭାବ ପଡିବ ନାହିଁ। ଆମକୁ ଆର୍ଥିକ ଦକ୍ଷତା ଅପେକ୍ଷା ଜୀବନ ଦକ୍ଷତା ବା Life Skill ଉପରେ ବେଶୀ ଯତ୍ନବାନ ହେବାକୁ ପଡିବ। କୃଷି, କେବଳ ଫସଲ ଉତ୍ପାଦନ ନୁହେଁ, ବରଂ ମାଟି, ପାଣି, ପବନ ଓ ଏହା ଉପରେ ଜୀବନ ଧାରଣ ପାଇଁ ନିର୍ଭରଶୀଳ ସମସ୍ତ ପଦାର୍ଥ ପ୍ରତି ଯତ୍ନବାନ ହେବା ଉଚିତ୍। ଏହାଦ୍ୱାରା ଆମର ଚାଷୀଭାଇଙ୍କ ଆର୍ଥିକ ସ୍ଥିତି ସବୁ ଦିନ ପାଇଁ ସୁଦୃଢ ରହିବ।

ସରକାରଙ୍କ ସହିତ ବିଭିନ୍ନ ବେସରକାରୀ ସଂସ୍ଥା ଓ କୃଷକ ସମବାୟ ସମିତିର ସହଯୋଗରେ ଓଡ଼ିଶାରେ ସ୍ଥାୟୀ ଖାଦ୍ୟ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ପ୍ରକାଶ କରି ସେ କହିଥିଲେ ଯେ, ଏହା ଦ୍ୱାରା ଆମର ପରିବେଶ ଓ ଅର୍ଥନୀତି ମଧ୍ୟରେ ସନ୍ତୁଳନ ରକ୍ଷା କରାଯାଇପାରିବ । ପରିବେଶ ସୁରକ୍ଷା ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ ଉପରେ ଆଲୋକପାତ କରି ସେ କହିଛନ୍ତି ଯେ, ଓଡିଶାରେ ବଳଭଦ୍ର ଜୈବିକ ଚାଷ ମିଶନରେ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡି ବ୍ଲକ ଏବଂ ମାଲକାନଗିରି ଜିଲ୍ଲାର ସ୍ଵାଭିମାନ ଅଞ୍ଚଳରେ ରସାୟନମୁକ୍ତ ପ୍ରାକୃତିକ ଚାଷ ପ୍ରଚଳନ କରାଯିବ। ମୃତ୍ତିକାର ଜୈବିକ ଅଙ୍ଗାର ବୃଦ୍ଧି ନିମନ୍ତେ ରାଜ୍ୟରେ ମୃତ୍ତିକା ସ୍ଵାସ୍ଥ୍ୟ ମିଶନ୍ ମଧ୍ୟ କାର୍ଯ୍ୟକାରୀ କରାଯିବ। କୃଷି ବିକାଶ ଓ କୃଷକ କଲ୍ୟାଣ ପାଇଁ ରାଜ୍ୟ ସରକାର ନେଉଥିବା ଅନେକ ପଦକ୍ଷେପ ଉପରେ ଆଲୋକପାତ କରି ସେ କହିଛନ୍ତି , ସମୃଦ୍ଧ କୃଷକ ଯୋଜନାରେ ଧାନ କୁଇଣ୍ଟାଲ ପିଛା ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଉପରେ ୮୦୦ ଟଙ୍କାର ଅତିରିକ୍ତ ଇନପୁଟ୍ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୯୩ ହଜାର ଚାଷୀଙ୍କୁ ୩ ହଜାର କୋଟିରୁ ଅଧିକ ଟଙ୍କାର ସର୍ବନିମ୍ନ ସହାୟକ ମୂଲ୍ୟ ଓ ୧ହଜାର କୋଟି ଟଙ୍କାର ଇନପୁଟ୍ ସହାୟତା ପ୍ରଦାନ କରାଯାଇ ସାରିଛି ।

ସେହିପରି ସି.ଏମ – କିଷାନ ଯୋଜନାରେ ୪୫ ଲକ୍ଷ ୫୭ ହଜାର ୭୩୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ୩୯ ହଜାର ୩୦୩ ଜଣ ଭୂମିହୀନ କୃଷି ପରିବାରକୁ ରବି ଫସଲ ପାଇଁ ୯୨୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ପି.ଏମ.କିଷାନ ଯୋଜନାରେ ପ୍ରତ୍ୟେକ ଭୂମିଧାରୀ ଚାଷୀଙ୍କ ପାଇଁ ତିନୋଟି କିସ୍ତିରେ ବାର୍ଷିକ ୬୦୦୦ ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛିI ଗତ ଅକ୍ଟୋବର ମାସ ୫ ତାରିଖରେ ପ୍ରଦାନ କରାଯାଇଥିବା ପି.ଏମ୍ କିଷାନ ଯୋଜନାର ୧୮ତମ କିସ୍ତିରେ ରାଜ୍ୟର ୩୧ ଲକ୍ଷ ୫୧ ହଜାର ଜଣ ଚାଷୀ ଉପକୃତ ହୋଇଛନ୍ତି l ଏଥିରେ ଅଧିକ ଚାଷୀଙ୍କୁ ଯୋଡିବା ପାଇଁ ଏକ ସ୍ୱତନ୍ତ୍ର ସାଚୁରେସନ ଡ୍ରାଇଭ୍ ଆରମ୍ଭ କରାଯାଇ ୩.୬୨ ଲକ୍ଷ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।

ଆଳୁ ଚାଷ ଉପରେ ଆଲୋକପାତ କରି ସେ କହିଛନ୍ତି, ରାଜ୍ୟରେ ଆଳୁ ଚାଷ ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ବଦ୍ଧପରିକର। ଚଳିତ ରବି ଋତୁରେ ୧.୮୦ ଲକ୍ଷ ଚାଷୀଙ୍କୁ ରିହାତି ଦରରେ ୧.୬୦ ଲକ୍ଷ କ୍ଵିଣ୍ଟାଲ ପ୍ରାମାଣିକ ଆଳୁ ବିହନ ଯୋଗାଇ ଦିଆଯାଇଛି। ଏହା ବିଗତ ବର୍ଷଠାରୁ ୩ ଗୁଣ ଅଧିକ। ଚଳିତବର୍ଷ ୨.୪ ଲକ୍ଷ ମେଟ୍ରିକ ଟନ ଆଳୁ ଉତ୍ପାଦନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। କଳାହାଣ୍ଡିର ସବ୍‌ଜି କ୍ରାନ୍ତି ଉପରେ ଆଲୋକପାତ କରି ସେ କହିଛନ୍ତି ଯେ, ନିକଟରେ ପ୍ରଧାନମନ୍ତ୍ରୀ ତାଙ୍କର ଲୋକପ୍ରିୟ “ମନ୍ କୀ ବାତ୍” କାର୍ଯ୍ୟକ୍ରମରେ କଳାହାଣ୍ଡିର ସବ୍‌ଜି କ୍ରାନ୍ତି ଉପରେ ଆଲୋଚନା କରି ଖୁବ୍ ପ୍ରଶଂସା କରିଥିଲେ। କଳାହାଣ୍ଡି ଜିଲ୍ଲାର ଗୋଲାମୁଣ୍ଡା ବ୍ଲକରେ ଥିବା ଏକ କୃଷକ ଉତ୍ପାଦକ ଗୋଷ୍ଠୀ ଟମାଟୋ, କଲରା ଇତ୍ୟାଦି ଚାଷରୁ ବାର୍ଷିକ ଦେଢ କୋଟି ଟଙ୍କାର କାରବାର କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି କୃଷକ ଉତ୍ପାଦକ ଗୋଷ୍ଠୀ ଓ ଏଥିରେ ଜଡ଼ିତ ଥିବା ୨୦୦ ରୁ ଅଧିକା ଚାଷୀ ଏବଂ ୪୫ ଜଣ ମହିଳା ଚାଷୀଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ ।


ଶେଷରେ ସେ କହିଥିଲେ ଯେ, ୨୦୩୬ ଓ ୨୦୪୭କୁ ଦୃଷ୍ଟିରେ ରଖି ଆମେ ସମୃଦ୍ଧ ଓଡିଶା ଓ ବିକଶିତ ଓଡିଶାର ଭିଜନ ପ୍ରସ୍ତୁତ କରୁଛୁ। କୃଷି କ୍ଷେତ୍ରରେ ଆମର ସର୍ବାଧିକ ଲୋକ ନିୟୋଜିତ ଅଛନ୍ତି। ତେଣୁ ଓଡିଶାକୁ ସମୃଦ୍ଧ କରିବା ପାଇଁ କୃଷି କ୍ଷେତ୍ରର ବିକାଶ ଅତ୍ୟନ୍ତ ଆବଶ୍ୟକ। ଯାହା ଓଡିଶାକୁ ଏକ ସମୃଦ୍ଧ ରାଜ୍ୟରେ ପରିଣତ କରିବା ଏବଂ ଓଡିଶାକୁ ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ କରିବା । ଏଥିପାଇଁ ଆମ ସମସ୍ତଙ୍କର ମିଳିତ ଉଦ୍ୟମ ଜରୁରୀ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଅତିଥିମାନେ କୃଷି କ୍ଷେତ୍ରରେ ସଫଳତା ହାସଲ କରିଥିବା ରାଜ୍ୟର ୧୦ଜଣ ସଫଳ ଚାଷୀ ଓ ୯ଜଣ ଉଦ୍ୟାନ କୃଷି ଚାଷୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ବିଭାଗ ପକ୍ଷରୁ ପ୍ରକାଶିତ ‘ଅମଳ ଉତ୍କଳ’ ପୁସ୍ତକ, ଇମେଜର ଅଫିସିଆଲ ୱେବସାଇଟ୍ ଉନ୍ମୋଚନ କରାଯାଇଥିଲା। ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତି କରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଥିଲେ ଯେ, ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଆମେ ରାଜ୍ୟର କୃଷକ ମାନଙ୍କୁ କୁଇଣ୍ଟାଲ ପିଛା ୨୩୦୦ ଟଙ୍କା ଉପରେ ଅତିରିକ୍ତ ଇନପୁଟ ସହାୟତା ୮୦୦ ଟଙ୍କା ପ୍ରଦାନ କରୁଛୁ। ପଶ୍ଚିମବଙ୍ଗର ଆଳୁ ଉପରେ ମନମାନିକୁ ଦେଖି ଆମେ ରାଜ୍ୟରେ ଚାଷୀମାନଙ୍କୁ ଉନ୍ନତ ମାନର ଆଳୁ ବିହନ ଯୋଗାଇ ଦେଇଛୁ। ରାଜ୍ୟରେ ୫୮ଟି ଶୀତଳଭଣ୍ଡାର ପ୍ରତିଷ୍ଠା କରାଯିବ। ରାଜ୍ୟର କୃଷକ ମାନଙ୍କୁ କେବଳ ଧାନ ଉପରେ ନିର୍ଭର ନକରି ନୂଆ ଟେକନିକ୍ ପ୍ରୟୋଗରେ ଅନ୍ୟାନ୍ୟ ଫସଲ କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ ଯେ, ଓଡିଶାରେ କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧୦୦ ଟଙ୍କା ପ୍ରଦାନ କରାଯାଉଛି। ଭାରତ ବର୍ଷରେ କୃଷକ ମାନଙ୍କୁ ଅନ୍ୟ କୌଣସି ରାଜ୍ୟରେ ଏତେ ପରିମାଣର ଅର୍ଥ ଦିଆଯାଉନାହିଁ। ପ୍ରାକୃତିକ ବିପର୍ଯ୍ୟୟ ପରେ ରାଜ୍ୟ ପ୍ରଶାସନ ପକ୍ଷରୁ ତୁରନ୍ତ କ୍ଷୟକ୍ଷତି ଆକଳନ କରାଯାଇ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ରାଶି ପ୍ରଦାନ କରାଯାଉଛି। ଅଦିନିଆ ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ଯାହା ଆବଶ୍ୟକ ହେବ ରାଜ୍ୟ ସରକାର ତାହା ଯୋଗାଇ ଦେବେ। ଆମର ଲକ୍ଷ୍ୟ ରହିଛି ୨୦୩୬ ବେଳକୁ ଓଡିଶା କୃଷି କ୍ଷେତ୍ରରେ ସ୍ୱାବଲମ୍ବୀ ହୋଇଥିବ। ସେହି ଲକ୍ଷ୍ୟ ନେଇ ଆମେ କାମ କରୁଛୁ ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com