• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପୋଲିସ କର୍ମାଚାରୀଙ୍କ ପୋଷାକ ଭତ୍ତା ଦ୍ୱିଗୁଣିତ

Share on FacebookShare on TwitterShare on Whatsapp

କନେଷ୍ଟବଳ, ହାବିଲଦାର ଓ ସିପାହୀ ମାନଙ୍କ ‘ଏକ୍‌ଷ୍ଟ୍ରା ଡ୍ୟୁଟି ପ୍ରୋତ୍ସାହନ ରାଶି’ରେ ମଧ୍ୟ ବୃଦ୍ଧି

ଭୁବନେଶ୍ୱର:୨୪/୪-ରାଜ୍ୟ ପୋଲିସ ବାହିନୀକୁ ଅଧିକ କ୍ରିୟାଶୀଳ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଲିସ କର୍ମଚାରୀଙ୍କ ଭତ୍ତା ଓ ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।ଏହି ନିଷ୍ପତ୍ତି ଅନୁଯାୟୀ କନଷ୍ଟେବଳ ଠାରୁ ଇନ୍‌ସପେକ୍ଟର ପର୍ଯ୍ୟନ୍ତ ପୋଲିସ କର୍ମଚାରୀଙ୍କ ପୋଷାକ ଭତ୍ତା ଦ୍ୱିଗୁଣିତ ହୋଇଛି ।

ଇନ୍ସପେକ୍ଟର ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୩୦୦ ରୁ ୮୬୦୦ ଟଙ୍କା, ସବ୍‌ଇନ୍ସପେକ୍ଟର ଓ ଏ.ଏସ୍‌.ଆଇ ମାନଙ୍କ ପୋଷାକ ଭତ୍ତା ବାର୍ଷିକ ୪୨୦୦ ଟଙ୍କାରୁ ୮୪୦୦ ଟଙ୍କା, ହାବିଲଦାର, କନେଷ୍ଟବଳ ଓ ସିପାହୀ ମାନଙ୍କ ପାଇଁ ୫୦୦୦ ରୁ ୧୦,୦୦୦ ଟଙ୍କା ଏବଂ ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସର ଏକ୍‌ସ ଆର୍ମି କର୍ମଚାରୀ ମାନଙ୍କ ପାଇଁ ପୋଷାକ ଭତ୍ତାର ପରିମାଣ ବାର୍ଷିକ ୫୯୦୦ ଟଙ୍କାରୁ ୧୧,୮୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ପଦବୀର ସମାନ ର‍୍ୟାଙ୍କର କର୍ମଚାରୀ ଓ ଅଧିକାରୀମାନଙ୍କୁ ମଧ୍ୟ ଏହି ପରିମାଣରେ ଭତ୍ତା ମିଳିବ।

ସେହିପରି କନେଷ୍ଟବଳ, ସିପାହୀ ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ (Extra Duty Incentive) ସର୍ବାଧିକ ୨୫,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହାସହିତ ହାବିଲଦାର ଓ ସମାନ ର‍୍ୟାଙ୍କର କର୍ମଚାରୀମାନଙ୍କ ପାଇଁ ଏକ୍‌ଷ୍ଟ୍ରା ଡ୍ୟୁଟି ବାର୍ଷିକ ପ୍ରୋତ୍ସାହନ ରାଶିକୁ ସର୍ବାଧିକ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏହି ଭତ୍ତା ଓ ପ୍ରୋତ୍ସାହନ ରାଶିରେ ବୃଦ୍ଧି ଯୋଗୁ ଆଜି କନେଷ୍ଟବଳ, ହବିଲଦାର ଓ ସିପାହୀ ସଂଘର କର୍ମକର୍ତ୍ତା ମାନେ ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀଙ୍କୁ ଭେଟି କୃତଜ୍ଞତା ପ୍ରକାଶ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସଂଘର କର୍ମକର୍ତ୍ତା ମାନଙ୍କୁ ଦକ୍ଷତାର ସହ ଆଗାମୀ ଦିନ ଗୁଡିକରେ କାର୍ଯ୍ୟ କରିବାକୁ ଏବଂ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିର ଉନ୍ନତି ପାଇଁ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ଏକ ବୈଠକରେ ଉପସ୍ଥିତ ସମସ୍ତ ପୋଲିସ ସେବା କର୍ମଚାରୀ ମାନଙ୍କୁ ରାଜ୍ୟବାସୀଙ୍କ ଆଶା ଓ ଭରସାର ମାନ ରଖି ଓଡିଶାକୁ ଶାନ୍ତି ଶୃଙ୍ଖଳା କ୍ଷେତ୍ରରେ ଏକ ଆଦର୍ଶ ରାଜ୍ୟ ଭାବେ ଗଢି ତୋଳିବାରେ ନିଜର ଯୋଗଦାନ ରଖିବାକୁ ପରାମର୍ଶ ଦେଇଥିଲେ । ବିଶେଷକରି, ଅସହାୟ ମାନେ କିଭଳି ଯଥା ଶୀଘ୍ର ସହାୟତା ପାଇବେ, ଅସୁରକ୍ଷିତ ଲୋକେ କିଭଳି ତୁରନ୍ତ ସୁରକ୍ଷା ପାଇବେ ସେଥିପ୍ରତି ଧ୍ୟାନ ଦେବା ଓ ସମସ୍ତ ପୋଲିସ ଷ୍ଟେସନରେ FIR ତୁରନ୍ତ ଗ୍ରହଣ ଏବଂ ସେହି FIR ଉପରେ କିଭଳି ଠିକ୍‌ ସମୟରେ ତଦନ୍ତ କରାଯିବ, ସେଥିପ୍ରତି ଯତ୍ନଵାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶାର ପୋଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ବର୍ତ୍ତମାନ ରାଜ୍ୟ ପୋଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବୀ ଖାଲି ଥିବାବେଳେ, ଆହୁରି ୧୬, ୦୫୯ଟି ନୂଆ ପଦବୀ ସୃଷ୍ଟି କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏସବୁ ପଦବୀ ପୂରଣ ହେବା ପରେ ରାଜ୍ୟର ଜନସଂଖ୍ୟା ଅନୁପାତରେ ପୋଲିସର ନିୟୋଜନ ଯଥେଷ୍ଟ ବୃଦ୍ଧି ପାଇବ। ଏହାସହିତ ପୋଲିସ ବାହିନୀକୁ ଅଧିକ ଦକ୍ଷ କରିବା ପାଇଁ ଅଧିକାରୀ ମାନେ ଅନ୍ୟ ରାଜ୍ୟକୁ ଯାଇ, ସେଠାକାର ପରିଚାଳନା ପଦ୍ଧତିକୁ ଅନୁସରଣ କରିବା ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com