• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ତଳ ପାହାଚରେ ଥିବା ଲୋକଙ୍କ ପାଇଁ ଆମ ସରକାର ସମର୍ପିତ-ମୁଖ୍ୟମନ୍ତ୍ରୀ

Share on FacebookShare on TwitterShare on Whatsapp

-ନୂଆ ସରକାର ଆସିବା ପରଠାରୁ ୪ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ପଞ୍ଜିକୃତ,

୩୭୦ କୋଟି ଟଙ୍କା ସହାୟତା ପ୍ରଦାନ

-ଆଜି ୩ ହଜାର ନୂଆ ନିର୍ମାଣ ଶ୍ରମିକ ପଞ୍ଜିକୃତ ହେଲେ, ୪୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ପାଇଲେ

-ସର୍ବନିମ୍ନ ମଜୁରୀ ଉପରେ ୧୦ ଟଙ୍କା ପରିବର୍ତ୍ତନୀୟ ମହଙ୍ଗା ଭତ୍ତା ବୃଦ୍ଧି, ଏପ୍ରିଲ ୧ ରୁ ଲାଗୁ ହେବ

‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ’ର ଶୁଭାରମ୍ଭ

-ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ ଉଦ୍‌ଘାଟିତ

ଭୁବନେଶ୍ୱର:1/5- ଦଶନ୍ଧି ଦଶନ୍ଧି ଧରି ଦେଶର ପ୍ରଗତିର ଚକ୍ରକୁ ଶ୍ରମିକମାନେ ଅବିରତ ଭାବେ ଚଳେଇ ଆସୁଛନ୍ତି ଓ ବିକାଶରେ ନିଜର ଯୋଗଦାନ ନିରବଚ୍ଛିନ୍ନ ଭାବେ ଦେଇଆସୁଛନ୍ତି। ଦାୟିତ୍ୱ ନେବାର ପ୍ରଥମ ଦିନରୁ ହିଁ ଆମ ସରକାର ରାଜ୍ୟର ସବା ତଳ ପାହଚରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି।
ଆଜି ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ସ୍ଥାନୀୟ ଓ.ୟୁ.ଏ.ଟି କୃଷି ଶିକ୍ଷା ସଦନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇ ଏହା କହିଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ଦୁଇଟି ପ୍ରମୁଖ ଶ୍ରମିକ ପ୍ରତୀକ୍ଷା ସ୍ଥାନ- ଡୁମ୍‌ଡୁମା ଏବଂ କଳ୍ପନା ଛକଠାରେ ବହୁମୁଖୀ ‘ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର’ର ଉଦ୍‌ଘାଟନ କରିଥିଲେ। ଏହି ପ୍ରତୀକ୍ଷା କେନ୍ଦ୍ରମାନଙ୍କରେ ଶ୍ରମଜୀବୀମାନଙ୍କ ପାଇଁ ସାମୟିକ ଆଶ୍ରୟ ସ୍ଥଳର ସୁବିଧା ସହିତ ପାନୀୟ ଜଳ, ଶୌଚାଳୟ ଓ ପାର୍କ ଆଦିର ବ୍ୟବସ୍ଥା କରାଯାଇଛି । ଆଗାମୀ ଦିନରେ କଟକ, ରାଉରକେଲା, ସମ୍ବଲପୁର, କେନ୍ଦୁଝର, ବ୍ରହ୍ମପୁର ଭଳି ଅନ୍ୟ ସହରାଞ୍ଚଳ ଗୁଡିକରେ ଶ୍ରମିକ ପ୍ରତୀକ୍ଷା କେନ୍ଦ୍ର ନିର୍ମାଣ କରାଯିବ। ଏହି କେନ୍ଦ୍ରଗୁଡିକ ଶ୍ରମଜୀବୀମାନଙ୍କ ଗରିମା ବୃଦ୍ଧିରେ ସହାୟକ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତାମାନଙ୍କୁ ସମ୍ବର୍ଦ୍ଧିତ କରିବା ସହିତ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ଶିକ୍ଷା ସହାୟତା, ବିବାହ ସହାୟତା, ପ୍ରସୂତିକାଳୀନ ସହାୟତା, ମୃତ୍ୟୁକାଳୀନ ସହାୟତା ଓ ଅନ୍ତ୍ୟେଷ୍ଟିକ୍ରିୟା ସହାୟତା ବଣ୍ଟନ କରିଥିଲେ।

ସେ କହିଥିଲେ ଯେ ରାଜ୍ୟ ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ରାଜ୍ୟରେ ଥିବା ବିଭିନ୍ନ ସଂଗଠିତ ତଥା ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ ଶ୍ରମିକମାନଙ୍କ ଆଇନଗତ ଅଧିକାର ଓ ସାମାଜିକ ସୁରକ୍ଷା ଦିଗରେ ସର୍ବଦା ଯତ୍ନବାନ ହୋଇ କାର୍ଯ୍ୟ କରି ଆସୁଛି। ନିର୍ବାଚନ ପୂର୍ବରୁ ଆମର ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ଏହି ବୋର୍ଡ଼ ଅଧିନରେ ପ୍ରଦାନ କରାଯାଉଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ସାଧାରଣ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କାରୁ ୩ ଲକ୍ଷ ଟଙ୍କାକୁ ଏବଂ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୪ ଲକ୍ଷ ଟଙ୍କାରୁ ୬ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ଅଧିନରେ ଅଦ୍ୟାବଧି ପାଖାପାଖି ୪୭ ଲକ୍ଷ ନିର୍ମାଣ ଶ୍ରମିକଙ୍କୁ ପଞ୍ଜୀକୃତ କରାଯାଇ ବିଭିନ୍ନ ସହାୟତା ବାବଦରେ ୩,୯୫୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ଦିଆଯାଇ ସାରିଲାଣି, ଯାହାକି ସେମାନଙ୍କର ଏବଂ ସେମାନଙ୍କ ପରିବାରର ସର୍ବାଙ୍ଗୀନ ବିକାଶରେ ସହାୟକ ହୋଇପାରିଛି ବୋଲି ସେ ସୂଚନା ଦେଇଥିଲେ। ଆମ ସରକାର କ୍ଷମତାକୁ ଆସିଲା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷରୁ ଊର୍ଦ୍ଧ୍ୱ ନିର୍ମାଣ ଶ୍ରମିକଙ୍କୁ ନୂତନ ଭାବେ ପଞ୍ଜୀକୃତ କରିବା ସହିତ ୩୭୦ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି । ଆଜି ସାରା ରାଜ୍ୟରେ ଏକକାଳୀନ ପାଖାପାଖି ୩ ହଜାର ଯୋଗ୍ୟ ନିର୍ମାଣ ଶ୍ରମିକମାନଙ୍କୁ ନୂତନ ଭାବେ ପରିଚୟପତ୍ର ପ୍ରଦାନ କରାଯାଇଛି ଏବଂ ଯୋଗ୍ୟ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ବାବଦରେ ୪୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ଦିଆଯାଇଛି। ସେ କହିଥିଲେ ଯେ, ଏହା ଆମ ସରକାରର କାର୍ଯ୍ୟଦକ୍ଷତାର ଏକ ବଳିଷ୍ଠ ଉଦାହରଣ । ନୂତନ ଜ୍ଞାନ କୌଶଳର ଉପଯୋଗ କରି ଶ୍ରମିକମାନଙ୍କୁ ବିଭିନ୍ନ ସେବା ଯୋଗାଇଦେବା ଆମ ସରକାରଙ୍କର ପ୍ରାଥମିକତା। ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ର ବିଭିନ୍ନ ସେବାକୁ ଶ୍ରମିକମାନଙ୍କ ହାତ ପାହାନ୍ତାରେ ପହଂଚାଇବା ପାଇଁ ମୁଖ୍ୟମନ୍ତ୍ରୀ ‘ଓଡ଼ିଶା ଶ୍ରମିକ ସାଥୀ ମୋବାଇଲ୍ ଆପ୍‌’ର ଶୁଭାରମ୍ଭ କରିଥିଲେ। ଏହାଦ୍ୱାରା ଶ୍ରମିକମାନେ ସହଜରେ ଏବଂ ସୁବିଧାରେ ଘରେ ବସି ବିଭିନ୍ନ ସେବା ପାଇ ପାରିବେ । ଏହି ମୋବାଇଲ୍ ଆପ୍, ଅନ୍‌ଲାଇନ୍ ଶ୍ରମିକ ପଞ୍ଜୀକରଣ, ନବୀକରଣ ତଥା ସହାୟତା ନିମନ୍ତେ ଆବେଦନ ଆଦି ସେବା ପାଇବା ଦିଗରେ ନିର୍ମାଣ ଶ୍ରମିକମାନଙ୍କ ପାଇଁ ବିଶେଷ ସହାୟକ ହେବ ବୋଲି ସେ କହିଥିଲେ ।

ସେହିପରି ଓଡ଼ିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଅଧିନରେ ୬୦ଗୋଟି ବର୍ଗର ଅଣସଂଗଠିତ ଶ୍ରମିକମାନଙ୍କୁ ପଞ୍ଜୀକୃତ କରି ସେମାନଙ୍କୁ ବିଭିନ୍ନ କଲ୍ୟାଣମୂଳକ ସହାୟତା ପ୍ରଦାନ ନିମନ୍ତେ ପଦକ୍ଷେପ ଗ୍ରହଣ କରାଯାଉଛି । ଅଦ୍ୟାବଧି ଏହି ବୋର୍ଡ଼ ଅଧୀନରେ ୪ ଲକ୍ଷରୁ ଊର୍ଦ୍ଧ୍ୱ ଅଣସଂଗଠିତ ଶ୍ରମିକ ପଞ୍ଜୀକୃତ ହୋଇଥିବାବେଳେ ୨୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ କରାଯାଇଛି। ଏହି ସବୁ ପଦକ୍ଷେପ ଦ୍ୱାରା ରାଜ୍ୟର ସମସ୍ତ ଯୋଗ୍ୟ ଅଣସଂଗଠିତ ଶ୍ରମିକ ଏହି ବୋର୍ଡ଼ରେ ପଞ୍ଜୀକୃତ ହୋଇ ସାମାଜିକ ସୁରକ୍ଷା ବଳୟର ପରିସରଭୁକ୍ତ ହୋଇପାରିବେ। ରାଜ୍ୟର ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଉଚ୍ଚକୁଶଳୀ ଶ୍ରମିକ ଭାଇ ଓ ଭଉଣୀମାନଙ୍କ ନିମନ୍ତେ ସର୍ବନିମ୍ନ ମଜୁରି ସଂଶୋଧନ କରି ବର୍ଷକ ଭିତରେ ଦୈନିକ ସର୍ବନିମ୍ନ ମଜୁରିରେ ହାରାହାରି ୧୦୦ ଟଙ୍କାର ବୃଦ୍ଧି କରାଯାଇଛି। ଧାର୍ଯ୍ୟ ସର୍ବନିମ୍ନ ମଜୁରି ଉପରେ ପରିବର୍ତ୍ତନୀୟ ମହଙ୍ଗା ଭତ୍ତା ଦୈନିକ ୧୦ ଟଙ୍କା ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ଏପ୍ରିଲ୍ ୧ ତାରିଖରୁ ଲାଗୁ ହେବ।

ପ୍ରବାସୀ ଶ୍ରମିକମାନଙ୍କୁ ଚିହ୍ନଟ କରି ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ଉପ-ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥି ସହିତ ଓଡିଆ ପ୍ରବାସୀ ଶ୍ରମିକଙ୍କ ଉଦ୍ଦେଶ୍ୟରେ ଏକ ସ୍ୱତନ୍ତ୍ର ଷ୍ଟେଟ୍ ଆକ୍ସନ୍‌ ପ୍ଲାନ୍‌ ମଧ୍ୟ ତିଆରି କରାଯାଇଛି । ଶ୍ରମିକମାନଙ୍କ ସ୍ୱାର୍ଥରକ୍ଷା ସହିତ କେନ୍ଦ୍ର ସରକାରଙ୍କ ନୂତନ ଶିଳ୍ପ ପ୍ରତିଷ୍ଠାକୁ ପ୍ରୋତ୍ସାହନ ଓ ବ୍ୟବସାୟିକ ସରଳୀକରଣ ପରିକଳ୍ପନା ସାକାର କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ବୈଷୟିକ ଜ୍ଞାନର ଉପଯୋଗ କରି ବିଭିନ୍ନ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି । ଏହି କ୍ରମରେ ଶ୍ରମ ବିଭାଗର ‘ପରିଶ୍ରମ ପୋର୍ଟାଲ’ ମାଧ୍ୟମରେ ବିଭିନ୍ନ ଶ୍ରମ ଆଇନ୍ ଅନ୍ତର୍ଗତ ପଞ୍ଜୀକରଣ ଏବଂ ଲାଇସେନ୍ସ ଆଦି ଅନଲାଇନ ସେବା ପ୍ରଦାନ କରାଯାଉଛି । ଆମ ସରକାର ହେଉଛି ଲୋକଙ୍କ ସରକାର। ଗରିବଙ୍କ ପାଇଁ ସମ୍ବେଦନଶୀଳ ସରକାର। ଗରିବ ବାପା ମା’ଙ୍କ ଦୁଃଖ ଲାଘବ ପାଇଁ ଆମେ ଆରମ୍ଭ କରିବାକୁ ଯାଉଛୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’। ଯେଉଁଥିରେ ସରକାର କନ୍ୟାଦାନ କରିବେ ଓ ବିବାହର ଦାୟିତ୍ୱ ନେବେ। ଆମେ ସାଧାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗକୁ ଗୁରୁତ୍ୱ ଦେଇ ଶୁଣୁଛୁ ଏବଂ ଏହାର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛୁ । ଶ୍ରମିକ ଭାଇଭଉଣୀମାନଙ୍କର ସମସ୍ୟା ଗୁଡିକ ସରକାରଙ୍କ ଦୃଷ୍ଟିକୁ ଆଣିଲେ ଆମେ ତାହାର ସମାଧାନ ପାଇଁ ଉପଯୁକ୍ତ ପଦକ୍ଷେପ ନେବୁ।

ଶ୍ରମ ଓ କର୍ମଚାରୀ ରାଜ୍ୟବୀମା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ଏକାମ୍ର ବିଧାୟକ ବାବୁ ସିଂ, ମେୟର ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ପ୍ରମୁଖ ଅଭିଭାଷଣ ରଖିଥିଲେ। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗର ପ୍ରମୁଖ ସଚିବ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com