• About
  • Contact
Sunday, April 19, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଦୁର୍ନୀତି କିମ୍ବା ଅବହେଳା କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ – ମୁଖ୍ୟମନ୍ତ୍ରୀ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:15/5- ବ୍ଲକଗୁଡ଼ିକ ହେଉଛି, ଆମ ପ୍ରଶାସନିକ ସଫଳତାର ଦର୍ପଣ। ଯଦି ବ୍ଲକଗୁଡ଼ିକ ଦକ୍ଷତାର ସହ କାମ କରିବେ ଏବଂ ଲୋକମାନେ ସବୁ ଯୋଜନାର ସୁଫଳ ପାଇବେ ତେବେ ଏହା ସରକାରଙ୍କ ଦକ୍ଷତାର ପ୍ରମାଣ ହେବ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ, ଏହାହିଁ ଆମର ଉଦ୍ଦେଶ୍ୟ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟର ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସମ୍ମିଳନୀରେ ପରାମର୍ଶ ଦେଇଛନ୍ତି ।

ବୈଠକରେ ଅଭିଭାଷଣ ରଖି ସେ କହିଥିଲେ ଯେ, ଜିଲ୍ଲାରେ ସବୁ ଯୋଜନାର ସଫଳ କାର୍ଯ୍ୟକାରିତା ଉପରେ ସରକାରଙ୍କ ସଫଳତା ନିର୍ଭର କରେ। ବ୍ଲକସ୍ତରରେ ହିଁ ସମସ୍ତ ଉନ୍ନତିମୂଳକ କାର୍ଯ୍ୟ ଜନସାଧାରଣ ମାନଙ୍କ ପାଖକୁ ପହଞ୍ଚେ। ଏଥିରେ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି। ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କୁ ଛାଡ଼ିଦେଲା ପରେ, Chief Development Officer ଏବଂ ବ୍ଲକ୍‍ ସ୍ତରରେ ବିଡିଓଙ୍କର ଗୁରୁଦାୟିତ୍ୱ ରହିଛି।

ଆପଣମାନେ କ୍ଷେତ୍ରସ୍ତରରେ ଲୋକଙ୍କ ସହିତ ସିଧାସଳଖ ମିଶନ୍ତି। ସେମାନଙ୍କର ସୁବିଧା ଅସୁବିଧା ଜାଣନ୍ତି। ତେଣୁ ମୁଖ୍ୟ କଥା ହେଉଛି, ସରକାରଙ୍କ ସବୁ ଯୋଜନାକୁ ଆପଣମାନେ ଲୋକଙ୍କ ପାଖକୁ ଠିକ୍‍ ଭାବରେ ପହଞ୍ଚାନ୍ତୁ। ସେମାନଙ୍କୁ କୌଣସି ପରିସ୍ଥିତିରେ ଦୟାର ପାତ୍ର ବୋଲି ଭାବିବେ ନାହିଁ । ଯୋଜନାଗୁଡ଼ିକ ହେଉଛି କେବଳ ଲୋକଙ୍କ ପାଇଁ। ଏହା ସେମାନଙ୍କ ଅଧିକାର। ସରକାର ଓ ଲୋକଙ୍କ ଭିତରେ ଆପଣମାନେ ହେଉଛନ୍ତି ସେତୁ। ସେତୁ ସୁଦୃଢ଼ ଓ ପ୍ରଶସ୍ତ ହେଲେ ଯୋଗାଯୋଗ ବ୍ୟବସ୍ଥା ଭଲ ହୁଏ ବୋଲି ସେ କହିଥିଲେ। ଆପଣମାନେ ନିଜକୁ ଜନସେବକ ଭାବି କାମ କରନ୍ତୁ।ପ୍ରଧାନମନ୍ତ୍ରୀ ମୋଦୀ ସବୁବେଳେ ନିଜକୁ ପ୍ରଧାନ ସେବକ ବୋଲି କହି ଆସିଛନ୍ତି । ମୁଁ ମଧ୍ୟ ନିଜକୁ ଓଡ଼ିଶାର ମୁଖ୍ୟ ସେବକ ବୋଲି ମନେକରେ । ଆପଣ ନିଯୁକ୍ତି ପାଇଛନ୍ତି ଲୋକଙ୍କ ସେବା କରିବା ପାଇଁ, ତେଣୁ ସେବା ମନୋଭାବ ନେଇ ନିଷ୍ଠାର ସହ କାମ କରିବା ଆପଣମାନଙ୍କ ଦାୟିତ୍ୱ । ମୁଁ ଏଠାରେ ସ୍ପଷ୍ଟ ଭାବରେ କହିବାକୁ ଚାହେଁ ଯେ, ଦାୟିତ୍ୱରେ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯିବ। ଦୁର୍ନୀତି କିମ୍ବା ଅବହେଳା କୌଣସି ପରିସ୍ଥିତିରେ ବରଦାସ୍ତ କରାଯିବ ନାହିଁ ।

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମୁଖ୍ୟତଃ ବିଭିନ୍ନ ଦାରିଦ୍ର୍ୟ ଦୂରୀକରଣ ଯୋଜନାକୁ ତ୍ୱରାନ୍ୱିତ କରି ଗ୍ରାମାଞ୍ଚଳରେ ଗରିବ ଓ ଆର୍ଥିକ ଅନଗ୍ରସର ଲୋକମାନଙ୍କ ଉନ୍ନତି ପାଇଁ କାର୍ଯ୍ୟ କରୁଛି। ଗ୍ରାମାଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କୁ ବିକାଶ ପ୍ରକ୍ରିୟାରେ ସାମିଲ କରିବା ପାଇଁ ରାଜ୍ୟ ସରକାର ଅନେକ ଲୋକାଭିମୁଖୀ ଯୋଜନା ଆରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଅନ୍ତ୍ୟୋଦୟ ଗୃହ ଯୋଜନା, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା, ଗ୍ରାମୀଣ ଜଳଯୋଗାଣ ଓ ପରିମଳ, ବିକଶିତ ଗାଁ ବିକଶିତ ଓଡ଼ିଶା, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା, ସୁଭଦ୍ରା, ଭିଜନ ୨୦୩୬ ଓ ୨୦୪୭ ଭଳି ଅନେକ ଯୋଜନା ଜନହିତରେ କାର୍ଯ୍ୟ କରୁଛି ଓ କରିବାକୁ ଯାଉଛି, ଏହାର ସଫଳ ରୂପାୟନର ଗୁରୁ ଦାୟିତ୍ୱ ଆପଣଙ୍କର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାର କାର୍ଯ୍ୟକାରୀତା ଉପରେ ଆଲୋକପାତ କରି କହିଥିଲେ, MGNREGSରେ ଅନ୍ୟୁନ୍ୟ ପକ୍ଷେ ବର୍ଷକୁ ୧୦୦ ଦିନର କର୍ମ ନିଯୁକ୍ତି ଯୋଗାଇଦେବା ସହ ଏହି ସବୁ କାର୍ଯ୍ୟରେ ମେସିନ୍ ବଦଳରେ ମାନବ ଶକ୍ତିର ଅଧିକ ଉପଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ । ଏହାଦ୍ୱାରା ଗ୍ରାମାଞ୍ଚଳର ଲୋକମାନେ ରୋଜଗାର ପାଇବା ସହିତ ଦାଦନ ସମସ୍ୟା ଦୂରିଭୁତ ହେବ। ସେ କହିଥିଲେ ଯେ, ପ୍ରକଳ୍ପ ଗୁଡିକ ପୂର୍ଣ୍ଣାଙ୍ଗ କରିବା ପାଇଁ ହେଲେ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରଖି କାମ କରନ୍ତୁ ଓ ନିୟମିତ ଭାବରେ କ୍ଷେତ୍ର ପରିଦର୍ଶନ କରି ପ୍ରକଳ୍ପର କାର୍ଯ୍ୟକାରୀତା ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ସେ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଥିଲେ।

କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ କହିଥିଲେ ଯେ, ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଚିନ୍ତାଧାରା ଗାଁର ବିକାଶ ନହେଲେ ଦେଶର ବିକାଶ ହେବ ନାହିଁ। ଏହି ଦୃଷ୍ଟିକୋଣ ଆଧାରରେ ଆମେ କାମ କରୁଛୁ। ନୂଆ ସରକାରଙ୍କ ଆଭିମୁଖ୍ୟ ଓ ଦାୟିତ୍ୱବୋଧତାକୁ ଆପଣମାନେ ପ୍ରାଥମିକତା ଦେଇଛନ୍ତି । ସରକାରଙ୍କ ଯୋଜନାକୁ ସଠିକ ଭାବେ ଲୋକଙ୍କ ପାଖରେ ପହଞ୍ଚାଇଲେ, ସରକାରଙ୍କର ସଠିକ ମୂଲ୍ୟାଙ୍କନ ହୋଇ ପାରିବ ଓ ମୁଖ୍ୟମନ୍ତ୍ରୀଙ୍କ ଉତ୍ସାହ ଆମକୁ ସଫଳ କରାଇବ ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com