

ଭୁବନେଶ୍ୱର:୧୯/୦୫- ୟୁନିଟ ୨ ସ୍ଥିତ ନୂତନ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି। ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଦଶମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୦,୨୩୪ଟି ଅଭିଯୋଗ ମଧ୍ୟରୁ ୮,୭୧୩ଟି ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡ଼ା ୮୫ ପ୍ରତିଶତ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।