• About
  • Contact
Thursday, June 19, 2025
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପାଞ୍ଚଟି ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି

Share on FacebookShare on TwitterShare on Whatsapp

ଭୁବନେଶ୍ୱର:16/6- ଯୁବ ଶକ୍ତି ହେଉଛନ୍ତି ଆମ ରାଜ୍ୟର ବିକାଶ ରଥର ସାରଥୀ। ଯୁବ ଶକ୍ତିଙ୍କ ଭିତରେ ଥିବା ଶକ୍ତି, ସାମର୍ଥ୍ୟ ଓ ଉତ୍ସାହକୁ ରାଜ୍ୟର ବିକାଶ ସହିତ ସମାଜ କଲ୍ୟାଣରେ ଉପଯୋଗ କରିବା ପାଇଁ ଆମେ ପ୍ରାଧାନ୍ୟ ଦେଉଛୁ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ଉଦବୋଧନ ଦେଇ କହିଛନ୍ତି।
ଆଜି ଭୁବନେଶ୍ୱର OUAT ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏଥିରେ ପୂର୍ତ୍ତ ବିଭାଗର ୫୬୩ଟି, ଜଳ ସମ୍ପଦ ବିଭାଗର ୬୨ଟି, ପଞ୍ଚାୟିତ ରାଜ ଓ ପାନୀୟ ଜଳ ବିଭାଗର ୧୧୭ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨୦୪ଟି ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧୮ଟି ପଦବୀରେ ନିଯୁକ୍ତି ଦିଆଯାଇଛି। ଏହି ସବୁ ପଦବୀ ଗୁଡିକ ମଧ୍ୟରେ କନିଷ୍ଠ ଯନ୍ତ୍ରୀ, କନିଷ୍ଠ ପ୍ରବର୍ତ୍ତନ ଅଧିକାରୀ, ଟ୍ରେସର, ବୈଧ ମାପ ବିଜ୍ଞାନ ନିରୀକ୍ଷକ, ଜୁନିଅର ଆକାଉଣ୍ଟାଣ୍ଟ ପଦବୀ ରହିଛି।


ମୁଖ୍ୟ ଅତିଥିଭାବେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତଙ୍କୁ ରଜ ଶୁଭେଚ୍ଛା ଜଣାଇ ଉଦବୋଧନ ଦେଇ କହିଥିଲେ ଯେ, ସରକାରୀ ଚାକିରୀ ସର୍ବଦା ଜନସେବା ପାଇଁ ଉତ୍ସର୍ଗୀକୃତ। ତେଣୁ, ନିଜକୁ ଜନସାଧାରଣଙ୍କ ସେବକ ଭାବି ସାଧାରଣ ଲୋକଙ୍କ ଆଶା, ଆକାଂକ୍ଷା ପୂରଣ କରିବା ଏବଂ ସେମାନଙ୍କ ସମସ୍ୟାର ସମାଧାନ ଦିଗରେ ପ୍ରତିଶ୍ରୁତିବଦ୍ଧ ହୋଇ ଆପଣ ମାନେ କାମ କରିବେ ବୋଲି ମୋର ଆଶା ଓ ବିଶ୍ୱାସ । ସରକାରୀ ସ୍ତରରେ ଆପଣଙ୍କ ଦ୍ୱାରା ନିଆଯାଉଥିବା ପ୍ରତ୍ୟେକ ନିଷ୍ପତ୍ତି ଓ କାର୍ଯ୍ୟ ଜନ ମଙ୍ଗଳ ଉପରେ ଯେପରି ଆଧାରିତ ହେବ ସେଥପ୍ରତି ଆପଣ ମାନେ ଯତ୍ନବାନ ହେବେ।
ବିଗତ କିଛି ବର୍ଷ ଧରି ସରକାରୀ କ୍ଷେତ୍ରରେ ନିଯୁକ୍ତି ପ୍ରକ୍ରିୟା ମନ୍ଥର ଗତିରେ ଚାଲିଥିଲା। ଆମ ସରକାର ଆସିବା ପରେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ଯୁବ ଶକ୍ତିଙ୍କ ନିୟୋଜନକୁ ଗୁରୁତ୍ୱଦେଇ ଅପାର ନିଯୁକ୍ତି ସୁଯୋଗ ସୃଷ୍ଟି କରୁଛୁ। ଆମ ସରକାର ୫ ବର୍ଷରେ ଦେଢ ଲକ୍ଷ ସରକାରୀ ପଦବୀ ପୂରଣ କରିବା ପାଇଁ ନିଷ୍ପତ୍ତି ନେଇଛି। ପ୍ରଥମ ଦୁଇ ବର୍ଷରେ ୬୫ ହଜାର ପଦବୀ ପୂରଣ ହେବ। ଆଜି ସୁଦ୍ଧା ୨୮,୩୪୬ ସରକାରୀ ନିଯୁକ୍ତି ଦିଆଗଲାଣି। ଏହା ଆମ ପାଇଁ ଏକ ଐତିହାସିକ ଉପଲବ୍ଧି। ୨୦୨୬ ଜୁନ ସୁଦ୍ଧା ଆମେ ଆମର ଧାର୍ଯ୍ୟ ଲକ୍ଷ୍ୟ ୬୫ ହଜାର ଅତିକ୍ରମ କରିଯାଇଥିବୁ। କେବଳ ସରକାରୀ ସ୍ତରରେ ନୁହେଁ, ବେସରକାରୀ ସ୍ତରରେ ପ୍ରଥମ ବର୍ଷରେ ଆମେ ୪୫ ହଜାର ଯୁବକ ଯୁବତୀଙ୍କୁ ନିଯୁକ୍ତି ଦେଇଛୁ। ଗୋଟଏ ବର୍ଷ ମଧ୍ୟରେ ଆମେ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ ୭୩,୩୪୬ ଜଣଙ୍କୁ ନିଯୁକ୍ତି ଦେଇଛୁ।
ନିଯୁକ୍ତି ପ୍ରକ୍ରିୟାକୁ ସ୍ୱଚ୍ଛ, ପାରଦର୍ଶୀ ଓ ଦୁର୍ନୀତିମୁକ୍ତ କରିବା ପାଇଁ କଡା ଆଇନ ପ୍ରଣୟନ କରାଯାଇଛି। ଶେଷରେ ମୁଖ୍ୟମନ୍ତ୍ରୀ ନବ ନିଯୁକ୍ତଙ୍କୁ ସମାଜ ଓ ରାଜ୍ୟର ବିକାଶ ପାଇଁ ସମସ୍ତେ ଦୁର୍ନୀତିରୁ ଉର୍ଦ୍ଧ୍ୱରେ ରହି ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ କାର୍ଯ୍ୟର ସଫଳ ରୂପାୟନ ପାଇଁ ଦୃଢ ପ୍ରତିବଦ୍ଧ ହେବା ପାଇଁ ଆହ୍ୱାନ ଦେଇଥିଲେ।
ମୁଖ୍ୟମନ୍ତ୍ରୀ ଏହି ଅବସରରେ ବିଭିନ୍ନ ବିଭାଗର ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

FURTHER UPDATE ON DHIMAN CHAKMA, IAS 2021 BATCH

by ସଂକ୍ଷିପ୍ତ ଖବର
June 18, 2025

Bhubaneswar:18/6-Following arrest of Sri Dhiman Chakma, IAS (2021 batch), Sub-Collector, Dharamgarh, Dist-Kalahandi on 09.06.2025 by Odisha Vigilance in a Trap...

Read more

ACCUSED ARRESTED BY CRIME BRANCH FOR POSTING DOCTORED VIDEO OF ODISHA CM IN SOCIAL MEDIA

June 18, 2025

ଗୋପାଳପୁର ଘଟଣାରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ

June 18, 2025

SUB INSPECTOR OF EXCISE NABBED BY VIGILANCE

June 17, 2025

ଓଡ଼ିଶା ରାଜ୍ୟ ଅର୍ଥ କମିଶନର ୱେବସାଇଟ୍ ଉନ୍ମୋଚିତ

June 16, 2025

ନ୍ୟାୟ ବିଳମ୍ବିତ

June 15, 2025

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com