
ଭୁବନେଶ୍ୱର:୨୧ ଅଗଷ୍ଟ ୨୦୨୫-କେନ୍ଦୁଝର ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଥିବାରୁ ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଓ ସମ୍ୱର୍ଦ୍ଧନା ଜଣାଇଛନ୍ତି । ସୂଚନାଯୋଗ୍ୟ ଯେ, ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି । ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ୍ତ ଇସ୍ପାତ କାରଖାନା।