ଭୁବନେଶ୍ୱର :୩୦/୮- ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ତାଲିକାର ଆଠ ନମ୍ବରରେ ରହିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଇଣ୍ଡିଆ ଟୁଡେ ମୁଡ ଅଫ ଦି ନେସନ ପୋଲରେ ସେ ଏହି ସ୍ଥାନ ଅଧିକାର କରିଛନ୍ତି। ନିଜ ରାଜ୍ୟର ୩୪.୨ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କାର୍ୟ୍ୟକୁ ସମର୍ଥନ କରିଛନ୍ତି । ତାଲିକାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ୭ନମ୍ବରରେ ଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୯ ନମ୍ବର ସ୍ଥାନରେ ଅଛନ୍ତି।

ଇଣ୍ଡିଆ ଟୁଡେର ସର୍ଭେରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମ ଶ୍ରେଷ୍ଠ ୧୦ଜଣ ମୁଖ୍ୟମନ୍ତ୍ରୀଙ୍କ ଭିତରେ ରହିଛି । ତାଲିକାର ୧ ନମ୍ବରରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା ଥିବାବେଳେ ୨ ନମ୍ବରରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଅଛନ୍ତି। ୩ ନମ୍ବରରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ୪ ନମ୍ବରରେ ଭୂପେନ୍ଦ୍ର ପଟେଲ , ୫ ନମ୍ବରରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ୬ ନମ୍ବରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଏବଂ ୧୦ ନମ୍ବରରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ ଅଛନ୍ତି।