• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ନବୀନ ପୁଣି ବିଜେଡିର ସଭାପତି ନିର୍ବାଚିତ

Share on FacebookShare on TwitterShare on Whatsapp

ଭୁବନେଶ୍ୱର: 19/4- ନବୀନ ପଟ୍ଟନାୟକ କ୍ରମାଗତ ଭାବେ ନବମ ଥର ପାଇଁ ବିଜୁ ଜନତା ଦଳର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ଦଳର କାଉନସିଲ୍ ମିଟିଂ ରେ ଆନୁଷ୍ଠାନିକ ଭାବେ ତାଙ୍କୁ ସଭାପତି ଭାବେ ଘୋଷଣା କରାଯାଇଛି। ପୁଣି ଥରେ ସଭାପତି ଦାୟିତ୍ୱ ଗ୍ରହଣ ପରେ ସେ ଅବସରରେ ନବୀନ ଦଳୀୟ ନେତା ଓ କର୍ମୀଙ୍କ ମନୋବଳ ବଢ଼ାଇବାକୁ ଉଦ୍ୟମ କରିଛନ୍ତି ।
ଦଳୀୟ ନେତା ଓ କର୍ମୀଙ୍କୁ ସେ କହିଥିଲେ, ବିଜୁ ଜନତା ଦଳର ସଭାପତି ଭାବରେ ଦଳର ସେବା କରିବା ପାଇଁ ମୋତେ ପୁଣି ଥରେ ସୁଯୋଗ ଦେଇଥିବାରୁ ମୁଁ ଆପଣମାନଙ୍କୁ ଧନ୍ୟବାଦ ଜଣାଉଛି। ଆପଣମାନଙ୍କ ଏହି ଭଲ ପାଇବା ମୋତେ ସବୁବେଳେ ଆପଣମାନଙ୍କ ନିକଟରେ ରୁଣୀ କରିରଖିଛି। ଏହି ଅବସରରେ ଆମର ପ୍ରିୟ ନେତା ବିଜୁ ପଟ୍ଟନାୟକଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି। ବିଜୁବାବୁଙ୍କ ଆଦର୍ଶ ସବୁବେଳେ ଆମକୁ ବାଟ ଦେଖାଇ ଆସିଛି।
ଆଜି State Council Meeting କୁ ମୁଁ ଆପଣମାନଙ୍କୁ ସ୍ୱାଗତ କରୁଛି। ଆମର elected District President. State Executive Member ଓ ଅନ୍ୟ elected ବନ୍ଧୁମାନଙ୍କୁ ମୂଁ ଅଭିନନ୍ଦନ ଜଣାଉଛି।
ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ବିଜୁ ଜନତା ଦଳ ୨୦୦୦ରୁ ୨୦୨୪ ପର୍ଯ୍ୟନ୍ତ ଓଡ଼ିଶା ମା’ ର ସେବାର ସୁଯୋଗ ପାଇଥିଲା। ଏହି ସମୟ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ। ବିଭିନ୍ନ କ୍ଷେତ୍ରରେ Pioneering Role ପାଇଁ ଓଡ଼ିଶା ଅନ୍ୟ ରାଜ୍ୟ ପାଇଁ ଆଦର୍ଶ ହୋଇଥିଲା।

ବିଜୁ ଜନତା ଦଳର Organizational Strength କୁ କେହି underestimate କରିବା ଉଚିତ ନୁହେଁ । ଆମର ପ୍ରତି କର୍ମୀ ଭାଇ ଭଉଣୀମାନଙ୍କ sprit ବହୁତ ଉଚ୍ଚା ଅଛି। ସେହିମାନେ ହିଁ ହେଉଛନ୍ତି ଆମ ଦଳର Real Asset। ଆମର ନୀତି ଓ ଆଦର୍ଶ ହେଉଛି ଆମର ଶକ୍ତି। ସରକାରରେ ରହେ ବା ନ ରହେ, ବିଜୁ ଜନତା ଦଳ ସବୁବେଳେ ଓଡିଶାବାସୀଙ୍କ ସେବା କରି ଚାଲିଛି ଏବଂ କରି ଚାଲିବ। ଓଡିଶାବାସୀଙ୍କ Empowerment ଆମର Focus । ମହିଳା, ଚାଷୀ, ଯୁବ ସମାଜ, ଶ୍ରମିକ ଓ ଜନଜାତି ସମସ୍ତଙ୍କ Empowerment ଆମର Focus। Regional Development ଆମର Focus। ଓଡ଼ିଶାର ସ୍ୱାର୍ଥ ଓ ସ୍ୱାଭିମାନ ସାଥୀରେ ବିଜେଡି ସବୁବେଳେ ଯୋଡି ହୋଇ ରହିଛି ଓ ରହିବ । ଓଡିଶାର ହକ୍‌ ପାଇଁ ଆମର ଲଢେଇ ଜାରି ରହିବ । ଓଡ଼ିଆ ସ୍ୱାଭିମାନ ଓ ଓଡ଼ିଶାଙ୍କ ସ୍ୱାର୍ଥ ଆମ ପାଇଁ ସବୁଠାରୁ ଉପରେ। ବିଜୁ ଜନତା ଦଳ ସବୁବେଳେ ତାର ଆଦର୍ଶରେ ଦୃଢ଼ ରହିଛି ଓ ରହିବ।

We missed the last election with a narrow margin even though BJD got more popular votes. This is because we couldn’t effectively counter the false narrative. Even now creating false narrative is the main strategy against BJD. We should be aggressive in exposing this false narrative especially in social media. Let me honest in telling that we need to strongly improve put social media presence. Technology should be used to tell facts and without technology we can not reach out to people.
ବିଜେଡିର କର୍ମୀ, ଭାଇ ଭଉଣୀ ମାନଙ୍କ ଉପରେ ମୋର ପୁରା ଭରସା ଅଛି । ସେମାନେ ହିଁ ମିଛ ପ୍ରଚାରର ଉଚିତ୍‌ ଜବାବ ଦେବେ। ଓଡିଶାର ସବୁ ଗାଁ, ସବୁ ସହରରେ ଆମର ସେବାର ବାର୍ତ୍ତା ପହଞ୍ଚାଇବେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com