ଏଣିକି ପାଇବେ ୨,୫୦୦ ଟଙ୍କା
ଭୁବନେଶ୍ୱର:୨୨/୧- ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀମାନେ ମାସିକ ଭତ୍ତା ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ପାଇବେ। ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।