• About
  • Contact
Thursday, July 23, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ହସ୍ପିଟାଲରେ ଆହତ ଛାତ୍ରଛାତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ

Share on FacebookShare on TwitterShare on Whatsapp

-ସଂସଦରେ ସ୍ୱତନ୍ତ୍ର ଆଲୋଚନା ଦାବି କଲା ବିଜେଡି

ଭୁବନେଶ୍ୱର:୨୨/୭-ଦିଲ୍ଲୀ ଯନ୍ତରମନ୍ତରରୁ ସଂସଦ ଅଭିମୁଖେ ଶାନ୍ତିପୂର୍ଣ୍ଣ ପଦଯାତ୍ରା କରୁଥିବା ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରୋଚିତ ଆକ୍ରମଣକୁ କଡ଼ା ନିନ୍ଦା କରିଛି ବିଜୁ ଜନତା ଦଳ। ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳର ନେତା ମାନସ ରଞ୍ଜନ ମଙ୍ଗରାଜଙ୍କ ନେତୃତ୍ୱରେ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ନୂଆଦିଲ୍ଲୀ ସ୍ଥିତ ଡଃ ରାମ ମନୋହର ଲୋହିଆ ହସ୍ପିଟାଲକୁ ଯାଇ ଆହତ ହୋଇ ଚିକିତ୍ସାଧୀନ ଥିବା ଛାତ୍ରଛାତ୍ରୀଙ୍କୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି। ବିଜେଡିର ଏହି ପ୍ରତିନିଧି ମଣ୍ଡଳୀରେ ଅନ୍ୟମାନଙ୍କ ମଧ୍ୟରେ ସଂତୃପ୍ତ ମିଶ୍ର, ସସ୍ମିତ ପାତ୍ର, ସୁଲତା ଦେଓ, ସୁଭାଶିଷ ଖୁଣ୍ଟିଆ ପ୍ରମୁଖ ସାମିଲ ଥିଲେ। ସାଂସଦମାନେ ଆହତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହ ନ୍ୟାୟ ପାଇଁ ସେମାନଙ୍କ ଲଢ଼େଇରେ ବିଜୁ ଜନତା ଦଳ ସଦାସର୍ବଦା ସେମାନଙ୍କ ସହ ରହିବ ବୋଲି ଆଶ୍ୱାସନା ଦେଇଥିଲେ।


ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପକ୍ଷରୁ ପ୍ରତିନିଧି ମଣ୍ଡଳୀ ଆହତ ଛାତ୍ରଛାତ୍ରୀଙ୍କ ପ୍ରତି ଗଭୀର ସମବେଦନା ଜଣାଇଥିଲେ। ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିବିଶେଷଙ୍କ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ହେବା ପର୍ଯ୍ୟନ୍ତ ବିଜେଡି ସାମ୍ୱିଧାନିକ ଓ ଗଣତାନ୍ତ୍ରିକ ପଦ୍ଧତିରେ ଏହି ପ୍ରସଙ୍ଗକୁ ଉଠାଇ ଚାଲିବ ବୋଲି ଛାତ୍ରଛାତ୍ରୀମାନଙ୍କୁ ଆଶ୍ୱାସନା ଦେଇଥିଲେ। ପୂର୍ବାହ୍ନରେ ଶ୍ରୀ ମଙ୍ଗରାଜଙ୍କ ନେତୃତ୍ୱରେ ବିଜେଡିର ସମସ୍ତ ରାଜ୍ୟସଭା ସାଂସଦମାନେ ଦିଲ୍ଲୀର ବିଜୟ ଚୌକ ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରୋଚିତ ଆକ୍ରମଣକୁ ତୀବ୍ର ନିନ୍ଦା କରିଥିଲେ। ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ସାଂସଦମାନେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ପ୍ରତି ଦଳର ନିଃସର୍ତ୍ତ ସମର୍ଥନ ଘୋଷଣା କରିଥିଲେ।
ବିଜେଡିର ସମସ୍ତ ସାଂସଦମାନେ ସଂସଦର ସମସ୍ତ କାର୍ଯ୍ୟବିଧି ସ୍ଥଗିତ ରଖି ଏହି ଗୁରୁତର ପ୍ରସଙ୍ଗ ଉପରେ ସଂସଦରେ ସ୍ୱତନ୍ତ୍ର ଆଲୋଚନା ଦାବି କରିଥିଲେ। ଆହତ ଛାତ୍ରଛାତ୍ରୀଙ୍କୁ ନ୍ୟାୟ ଏବଂ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଗୃହ ମଧ୍ୟରେ ତୀବ୍ର ପ୍ରତିବାଦ କରିଥିଲେ। ବିରୋଧୀ ଦଳମାନଙ୍କ ହଟଗୋଳ ଯୋଗୁଁ ପରବର୍ତ୍ତୀ ସମୟରେ ଗୃହକୁ ମୁଲତବୀ କରାଯାଇଥିଲା। ବିଭିନ୍ନ ବିରୋଧୀ ଦଳର ସାଂସଦମାନେ ମଧ୍ୟ ଏହି ପ୍ରତିବାଦରେ ସାମିଲ ହୋଇ ଛାତ୍ରଛାତ୍ରୀଙ୍କ ପ୍ରତି ପୋଲିସର ଅମାନୁଷିକ ଆକ୍ରମଣକୁ ନିନ୍ଦା କରିଥିଲେ। ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିବା ପ୍ରତ୍ୟେକ ନାଗରିକଙ୍କ ମୌଳିକ ଅଧିକାର ଏବଂ ଏହାର ସୁରକ୍ଷା ସୁନିଶ୍ଚିତ କରିବା ସରକାରଙ୍କ ଦାୟିତ୍ୱ। ଶାନ୍ତିପୂର୍ଣ୍ଣ ଭାବେ ଆନ୍ଦାଳନ କରୁଥିବା ଆନ୍ଦୋଳନକାରୀଙ୍କ ଉପରେ ବଳପ୍ରୟୋଗ କରିବା, ଗଣତାନ୍ତ୍ରିକ ମୂଲ୍ୟବୋଧକୁ କ୍ଷୁଣ୍ଣ କରୁଛି। ଆହତ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କୁ ନ୍ୟାୟ ମିଳିବା ଏବଂ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ପର୍ଯ୍ୟନ୍ତ ଦଳ ସଂସଦ ଭିତରେ ଓ ବାହାରେ ଏହି ଲଢ଼େଇକୁ ଜାରି ରଖିବ ବୋଲି ସେମାନେ କହିଛନ୍ତି।

ବୁଧବାର ବିଜେଡି ପକ୍ଷରୁ ଭୁବନେଶ୍ୱରର ରାଜରାସ୍ତାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ବିକ୍ଷୋଭକାରୀମାନେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ଛାତ୍ରଛାତ୍ରୀଙ୍କୁ ହାତବାରିସି କରି ଗୃହରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ରାହୁଲ-ଧର୍ମେନ୍ଦ୍ର

by ସଂକ୍ଷିପ୍ତ ଖବର
July 22, 2026

ଭୁବନେଶ୍ୱର:୨୨/୭-ସଂସଦର ମୌସୁମୀ ଅଧିବେଶନ ସମୟରେ କଂଗ୍ରେସ ଦଳ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ରଛାତ୍ରୀଙ୍କୁ ରାଜନୈତିକ ହାତବାରିସି ଭାବେ ବ୍ୟବହାର କରି ଗୃହରେ ବିଶୃଙ୍ଖଳା...

Read more

ODISHA APPROVES ₹4,573CRORE INVESTMENT, CREATING

July 21, 2026

ଭୁବନେଶ୍ୱର, ଯାଜପୁର ଏବଂ ଭଦ୍ରକ ସମେତ ବିଭିନ୍ନ ସ୍ଥାନରେ ନିର୍ମିତ ହେବ ନୂତନ ମଡେଲ କାରାଗାର

July 21, 2026

ବାସ୍ତବ ସତ୍ୟକୁ ଲୁଚାଉଛନ୍ତି ସରକାର:ବିଜେଡି

July 20, 2026

ରଥଯାତ୍ରା-କେଉଁଟି ସତ ?

July 17, 2026

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com