• About
  • Contact
Saturday, July 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ନୂଆପଡ଼ାରେ ମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱ

Share on FacebookShare on TwitterShare on Whatsapp

-ଗଣମାଧ୍ୟମରେ ମନଇଚ୍ଛା ବିଜ୍ଞାପନ ଛାପି ପାରିବେନି ରାଜନୈତିକ ଦଳ ଓ ପ୍ରାର୍ଥୀ
-ପ୍ରାର୍ଥୀଙ୍କ ଅପରାଧିକ ବିବରଣୀର ଘୋଷଣାନାମା ଜରୁରୀ
-ତାରକା ପ୍ରଚାରକଙ୍କ ତାଲିକା ଦାଖଲ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର:୯/୧୦-ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପ ନିର୍ବାଚନ ପରିପ୍ରେକ୍ଷୀରେ ସବୁ ରାଜନୈତିକ ଦଳର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍‌. ଗୋପାଳନ ବୈଠକରେ ଅଧ୍ୟକ୍ଷତା କରି କହିଥିଲେ ଯେ ଚଳିତ ଉପ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସବୁ ପ୍ରକାର ବନ୍ଦୋବସ୍ତ କରାଯାଇଛି । ଏଣୁ ନିର୍ବାଚନକୁ ସଫଳ କରିବା ପାଇଁ ଭାରତ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଜାରି ସମସ୍ତ ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ କରିବା ନିମନ୍ତେ ସେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ । ଚଳିତ ବର୍ଷ ଭାରତ ନିର୍ବାଚନ ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ପ୍ରତି ବୁଥ୍‌ରେ ଭୋଟର ସଂଖ୍ୟା ୧୨୦୦ ମଧ୍ୟରେ ସୀମିତ କରାଯାଇଛି ।
ଚଳିତ ଉପ ନିର୍ବାଚନରେ ୧,୨୪,୧୦୮ ଜଣ ପୁରୁଷ ଭୋଟର ରହିଥିବାବେଳେ ୧,୨୯,୪୯୫ ଜଣ ମହିଳା, ୨୧ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କ ସହ ମୋଟ ୨,୫୩,୬୨୪ ଜଣ ଭୋଟର ଚୂଡ଼ାନ୍ତ ଭୋଟର ତାଲିକାରେ ସ୍ଥାନ ପାଇଛନ୍ତି । ଚୂଡ଼ାନ୍ତ ଭୋଟର ତାଲିକାରେ ୯,୪୨୯ ଜଣ ଯୁବ ଭୋଟର ରହିଥିବାବେଳେ ୩୯୮୮ ଜଣ ଦିବ୍ୟାଙ୍ଗ ଭୋଟର ଏବଂ ୧୭୮୬ ଜଣ ବରିଷ୍ଠ ନାଗରିକ (୮୫ ବର୍ଷରୁ ଊଦ୍ଧ୍ୱ)ର୍ ରହିଛନ୍ତି । ଚଳିତ ଉପ ନିର୍ବାଚନ ପାଇଁ ୫୬ଟି ନୂତନ ବୁଥ୍ ପ୍ରତିଷ୍ଠା ହୋଇଛି ।
ଉପ ନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣବିଧି ଲାଗୁ ହୋଇଥିବାରୁ ବୈଦ୍ୟୁତିକ, ମୁଦ୍ରଣ ଓ ସାମାଜିକ ଗଣମାଧ୍ୟମ ଏବଂ ୱେବ୍‌ମିଡ଼ିଆ ସମେତ ସିନେମାହଲ୍‌, ରେଡ଼ିଓ, ପୋଷ୍ଟର ଓ ହୋଡ଼ିଂ ଆଦି ଜରିଆରେ ବିଜ୍ଞାପନ ଜାରି ପୂର୍ବରୁ ଆୟୋଗଙ୍କ ଅନୁମତି ଜରୁରୀ । ଏଥି ସହିତ ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ଅପରାଧିକ ସମ୍ପୃକ୍ତି ନେଇ ଘୋଷଣାନାମା ମୁଦ୍ରିତ ଗଣମାଧ୍ୟମରେ ପ୍ରକାଶ କରିବା ସହ ଆୟୋଗଙ୍କୁ ଏ ବାବଦରେ ଅବଗତ କରାଇବା ବାଧ୍ୟତାମୂଳକ କରାଯାଇଛି । ଦଳ ଓ ପ୍ରାର୍ଥୀଙ୍କ ଖର୍ଚ୍ଚର ବିବରଣୀ, ତାରକା ପ୍ରଚାରକଙ୍କ ତାଲିକା ଏବଂ ଆଦର୍ଶ ଆଚରଣ ବିଧିର ସଠିକ୍ ଅନୁପାଳନ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ରଥଯାତ୍ରା-କେଉଁଟି ସତ ?

by ସଂକ୍ଷିପ୍ତ ଖବର
July 17, 2026

-ସୁରୁଖୁରୁରେ ଅନୁଷ୍ଠିତ ହେଲା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା - ୨ଜଣଙ୍କ ମୃତ୍ୟୁ, ଶତାଧିକ ଆହତ -କର୍ଡ଼ନ ପାସ ବଣ୍ଟନରେ ବିଭ୍ରାଟ -ଭିଡ଼ ନିୟନ୍ତ୍ରଣରେ ପ୍ରଶାସନ ବିଫଳ -ଦଳାଚକଟାରେ...

Read more

ଓଡ଼ିଶାବାସୀଙ୍କ ଭରସା ଓ ବିଶ୍ୱାସ ଲାଭ କରିଛି କଳିଙ୍ଗ ଟିଭି

July 15, 2026

ଏସଆଇଆର ପ୍ରକ୍ରିୟା ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଅଭିଯୋଗ ପତ୍ର ପ୍ରଦାନ

July 15, 2026

ଡିଜିଟାଲ ହୁଣ୍ଡି ସମର୍ପଣର ଶୁଭାରମ୍ଭ

July 15, 2026

ଏକ ନ୍ୟାୟପୂର୍ଣ୍ଣ ଓ ଆତ୍ମନିର୍ଭରଶୀଳ ସମାଜ ଗଠନ ଉତ୍କଳମଣିଙ୍କ ଲକ୍ଷ୍ୟ ଥିଲା-ରାଜ୍ୟପାଳ

July 14, 2026

ସିଏଜି–ଆଇସିଏସଏସଆର କୋଲୋକ୍ୱିୟମ

July 14, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com