• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ବାତ୍ୟାକୁ ନେଇ ଭୟଭୀତ ନହେବାକୁ ମୋହନଙ୍କ ପରାମର୍ଶ

ବାତ୍ୟାକୁ ନେଇ ଭୟଭୀତ ନହେବାକୁ ମୋହନଙ୍କ ପରାମର୍ଶ
Share on FacebookShare on TwitterShare on Whatsapp

ଭୁବନେଶ୍ୱର : ୨୧ ଅକ୍ଟୋବର ୨୦୨୪ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲିଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି । ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳକୁ ଚିହ୍ନଟ କରି ବିପଦଶଙ୍କୁଳ ଅଞ୍ଚଳରୁ ଲୋକଙ୍କୁ ଶତପ୍ରତିଶତ ସ୍ଥାନାନ୍ତର କରିବା ପାଇଁ କହିଛନ୍ତି ।ବୈଠକରେ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୨୧ତାରିଖ ପୂର୍ବାହ୍ନ୧୧ଟା ୩୦ ମିନିଟରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଅକ୍ଟୋବର ୨୪ ତାରିଖ ସକାଳ ସୁଦ୍ଧା ପୁରୀ ଓ ସାଗାରଦ୍ୱୀପ ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ଅଛି । ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ।
ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ପାଇଁ କେହି ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବାହିନୀ, ଓଡ୍ରାଫ ଟିମ୍ ଓ ଏନଡିଆରଏଫ ଟିମ୍ ଓ ସମସ୍ତ ସଂପୃକ୍ତ ବିଭାଗ ପ୍ରସ୍ତୁତ ଅଛନ୍ତି ।
ବୈଠକରେ ମୁଖ୍ୟମନ୍ତ୍ରୀ, ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଖାଦ୍ୟ ପଦାର୍ଥ, ପିଇବା ପାଣି, ଔଷଧ, ଶିଶୁ ଖାଦ୍ୟ ତୁରନ୍ତ ମହଜୁଦ ରଖିବା ସହିତ ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ କହିଛନ୍ତି ।
ବାତ୍ୟା ପରେ ବିଭିନ୍ନ ରାସ୍ତା ଘାଟରେ ଅବରୋଧ ଦୂର କରି ଯେପରି ବିଦ୍ୟୁତ, ପାଣି ଓ ଟେଲି ଯୋଗାଯୋଗ ପରି ମୌଳିକ ସେବା ତୁରନ୍ତ କାର୍ଯ୍ୟକ୍ଷମ ହେବ ସେଥିପ୍ରତି ଆଗୁଆ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଡାକ୍ତରଖାନା ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅନୁଷ୍ଠାନ ଗୁଡିକରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।
ବାତ୍ୟା ସମୟରେ ଏବଂ ପରେ ଅତ୍ୟାବଶ୍ୟକ ସାମଗ୍ରୀର ଯେପରି ଦର ବୃଦ୍ଧି ନହୁଏ, ସେଥିପାଇଁ କଳାବଜାରୀଙ୍କ ଉପରେ ନଜର ରଖିବା ପାଇଁ ସେ ନିର୍ଦେଶ ଦେଇଛନ୍ତି । ଏହା ସହିତ ବିଭିନ୍ନ ଜିଲା ମଧ୍ୟରେ ସମନ୍ୱୟ ରଖି ପ୍ରଭାବିତ ନ ହୋଇଥିବା ଅଞ୍ଚଳରୁ ଯେପରି ପନିପରିବା ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଆସିପାରିବ, ସେଥିପ୍ରତି ଧ୍ୟାନ ଦେବାକୁ ସେ ପରାମର୍ଶ ଦେଇଛନ୍ତି ।
ବାତ୍ୟା ସମୟରେ କୌଣସି ପ୍ରକାର ଗୁଜବ ଏବଂ ମିଥ୍ୟା ସୂଚନାକୁ ରୋକିବା ପାଇଁ ନିୟମିତ ଭାବେ ଗଣମାଧ୍ୟମରେ ସୂଚନା ଦେବା ଆବଶ୍ୟକ ବୋଲି ସେ କହିଥିଲେ । ଏସଆରସି, ଓସଡମା, ସୂଚନା ଓ ଲୋକସମ୍ପର୍କ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, କୃଷି ବିଭାଗ, ଗୃହ ବିଭାଗର ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନିୟମିତଭାବେ ଅଧିକୃତ ସୂଚନା ପୋଷ୍ଟିଂ ହେବା ଆବଶ୍ୟକ ବୋଲି ସେ ପ୍ରକାଶ କରିଛନ୍ତି ।
ବିଗତ ଦିନମାନଙ୍କରେ ଯଦିଓ ପବନ ଯୋଗୁ କେହି ମୃତାହତ ହୋଇନାହାନ୍ତି, ଅନ୍ୟାନ୍ୟ କାରଣରୁ ମଧ୍ୟ ଜୀବନ ହାନି ଘଟିଥାଏ । ଯେପରିକି ମାଟି କାନ୍ଥ ପଡି ମୃତ୍ୟୁ ହେବା ଭଳି ଘଟଣା ଘଟିଛଇ । ଏସବୁକୁ ରୋକିବା ପାଇଁ ସମସ୍ତ ଦୁର୍ବଳ ଘରକୁ ଚିହ୍ନଟ କରି ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯିବା ଉଚିତ ।
ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଦେଓରଞ୍ଜନ କୁମାର ସିଂହ, ଅଗ୍ନିଶମ ମହାନିର୍ଦେର୍ଶକ ସୁଧାଂଶୁ ଷଡଙ୍ଗୀ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ । ଜିଲାପାଳ ମାନେ ଆଭାସୀ ବ୍ୟବସ୍ଥାରେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com