ଭୁବନେଶ୍ୱର:୨୪/୧୨-ଭଦ୍ରକ ଜିଲ୍ଲା ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି। ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି।
ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ
ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...
Read more