ଭୁବନେଶ୍ୱର:29/4-ଶ୍ରମିକଙ୍କ ସର୍ବନିମ୍ନ ମଜୁରିରେ ୧୦ ଟଙ୍କା ବଢ଼ିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମି ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଆଜି ମଞ୍ଜୁରୀ ମିଳିଛି।
ଏହି ନିଷ୍ପତ୍ତି ଅନୁଯାୟୀ ଅଣକୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୪୫୨ ଟଙ୍କାରୁ ୪୬୨ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୫୦୨ ଟଙ୍କାରୁ ୫୧୨ ଟଙ୍କା, କୁଶଳୀ ଶ୍ରମିକ ମାନଙ୍କ ଦୈନିକ ମଜୁରୀ ୫୫୨ ଟଙ୍କାରୁ ୫୬୨ ଟଙ୍କା ଏବଂ ଉଚ୍ଚ-କୁଶଳୀ ଶ୍ରମିକ ମାନଙ୍କର ସର୍ବନିମ୍ନ ଦୈନିକ ମଜୁରୀ ୬୦୨ ଟଙ୍କାରୁ ୬୧୨ ଟଙ୍କାକୁ ବୃଦ୍ଧି ପାଇଛି।