• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଧଉଳିରେ ନାବାଳିକା ଗଣଦୁଷ୍କର୍ମ ମାମଲାରେ ନବୀନଙ୍କ କ୍ଷୋଭ

Share on FacebookShare on TwitterShare on Whatsapp

ଭୁବନେଶ୍ୱର: ୧୬/୧୨- ରାଜଧାନୀ ଉପକଣ୍ଠ ଧଉଳିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଭୁବନେଶ୍ୱରର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ବିଚଳିତ କରିବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି। ରାଜ୍ୟ ରାଜଧାନୀ ଅସୁରକ୍ଷିତ ହେଉଛି। ଅପରାଧୀ ଭୟଶୂନ୍ୟ ହେବା ସହ ସରକାର ବିଶ୍ୱସନୀୟତା ହରାଉଛନ୍ତି। ଆଇନଶୃଙ୍ଖଳା କେତେ ଆଉ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରୁଛି।

ରାଜଧାନୀରେ ମହିଳାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରି ନ ପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣକୁ ଦର୍ଶାଉଛି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ ବରଂ ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି ନବୀନ ଲେଖିଛନ୍ତି।

ଉପ ମୁଖ୍ୟମନ୍ତ୍ରୀଙ୍କ ବିବୃତି ନିନ୍ଦନୀୟ: ବିଜେଡି

ଧଉଳିରେ ନାବାଳିକା ଗଣଦୁଷ୍କର୍ମ ଘଟଣାକୁ ନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ବିବୃତି ଲଜ୍ଜାଜନକ ଓ ନିନ୍ଦନୀୟ। ଗୋପାଳପୁର ଗଣଦୁଷ୍କର୍ମ ଘଟଣା ପରେ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଥିଲେ ଯେ, ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଓ ଲଭର୍ସ ପଏଣ୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। କିନ୍ତୁ ଧଉଳି ଗଣଦୁଷ୍କର୍ମ ଘଟଣା ପରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କୁ ଦେଇଥିବା ପରାମର୍ଶକୁ ଗ୍ରହଣ କରିବା ପରିବର୍ତ୍ତେ ଶ୍ରୀମତୀ ପରିଡ଼ା ଅତ୍ୟନ୍ତ ଲଜ୍ଜାଜନକ ଭାବେ କରିଥିବା କାଉଣ୍ଟରକୁ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରିଛି।
ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଯେ ସରକାରଙ୍କ ଅପାରଗ ପଣିଆ ପାଇଁ ଦୁଷ୍କର୍ମ ଓ ଗଣଦୁଷ୍କର୍ମକାରୀମାନେ ଭୟଶୂନ୍ୟ ହୋଇ ଏଭଳି କାଣ୍ଡ ଭିଆଇବାକୁ ତିଳେ ମାତ୍ର ପଛାଉନାହାନ୍ତି। ଏଭଳି ଦୁଃଖଦ ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାର ଏବଂ ପୋଲିସ ପ୍ରଶାସନକୁ କ୍ରିୟାଶୀଳ ଓ ସଶକ୍ତ ହେବା ସହ ଘଟଣା ଘଟିବା ପରେ ତନାଘନା କରିବା ଅପେକ୍ଷା ଏହାର ନିରାକରଣ ପାଇଁ ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ପର୍ଯ୍ୟଟନ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ଗୋପାଳପୁର, ରାମଚଣ୍ଡୀ, ଧଉଳି ଭଳି ଦୁଃଖଦ ଓ ହୃଦୟ ବିଦାରକ ଘଟଣା ପାଇଁ ନୈତିକ ଦାୟିତ୍ୱ ନେବା ପରିବର୍ତ୍ତେ ବିରୋଧୀ ଦଳ ନେତାଙ୍କ ପ୍ରତି ପ୍ରତିକ୍ରିୟାଶୀଳ ଟିପ୍ପଣୀ ଦେବା ଆଦୌ ଗ୍ରହଣୀୟ ନୁହେଁ। ରାଜ୍ୟରେ ବିଗିଡ଼ି ଯାଇଥିବା ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଜନସାଧାରଣଙ୍କ ଅନୁଭବକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଆଇନକୁ ପୁଣିଥରେ ତା ବାଟରେ ଯିବାକୁ ଦିଅନ୍ତୁ ବୋଲି ଶ୍ରୀ଼ ମହାନ୍ତି ଏକ ପ୍ରେସ ବିବୃତିରେ କହିଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com