• About
  • Contact
Sunday, June 8, 2025
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

କାର୍ଯ୍ୟକ୍ରମ ଓ ପୁଞ୍ଜି ବ୍ୟୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

Share on FacebookShare on TwitterShare on Whatsapp

-ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା

-2023-24 ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ଥିଲା 81 ପ୍ରତିଶତ

-ଚଳିତ ଆର୍ଥିକ ବର୍ଷରେ (2024-25) 85 ପ୍ରତିଶତ ଖର୍ଚ୍ଚ କରିବାକୁ ପରାମର୍ଶ

ଭୁବନେଶ୍ୱର:27/2- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24 ଆର୍ଥିକ ବର୍ଷରେ ସମୁଦାୟ ଖର୍ଚ୍ଚ ପରିମାଣ ମୋଟ ବଜେଟର 81 ପ୍ରତିଶତ ଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚଳିତ ବର୍ଷ ନିର୍ବାଚନ, ନୂଆ ସରକାରଙ୍କ ଦାୟିତ୍ୱ ଗ୍ରହଣ ଏବଂ ସଂପୂର୍ଣ୍ଣ ବଜେଟ ସେପ୍ଟେମ୍ୱର ମାସରେ ହୋଇଥିବାରୁ ଖର୍ଚ୍ଚ ହେବାରେ ସମସ୍ୟା ରହିଥିଲା। ସେ ଦୃଷ୍ଟିରୁ ବର୍ତ୍ତମାନ ସୁଦ୍ଧା ଅନେକ ବିଭାଗର ଖର୍ଚ୍ଚ ପରିମାଣ ସନ୍ତୋଷଜନକ ରହିଛି। ତେବେ ଆଉ ଯେଉଁ ଗୋଟିଏ ମାସ ସମୟ ରହିଲା, ତାକୁ ସଂପୂର୍ଣ୍ଣ ଉପଯୋଗ କରି ବଜେଟର ଅନ୍ୟୁନ 85 ପ୍ରତିଶତ ଖର୍ଚ୍ଚ କରିବାକୁ ସେ କହିଥିଲେ।

ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇ ସେ କହିଥିଲେ ଯେ ବିଭାଗୀୟ ମନ୍ତ୍ରୀମାନେ ଯେଉଁସବୁ ଖର୍ଚ୍ଚ ପ୍ରସ୍ତାବ ଅଛି (Expenditure Proposal), ତାକୁ ତୁରନ୍ତ ଅନୁଧ୍ୟାନ କରି ଆବଶ୍ୟକ ଅନୁମୋଦନ କରିବା ଉଚିତ। ବିଭିନ୍ନ କଲ୍ୟାଣ ଯୋଜନାରେ ଯେଉଁସବୁ ଦେୟ ପ୍ରଦାନ ବାକି ରହିଛି, ସେଗୁଡିକୁ ମଧ୍ୟ ନିୟମାନୁଯାୟୀ ତୁରନ୍ତ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। କାର୍ଯ୍ୟକ୍ରମ ବ୍ୟୟ (Programme Expenditure) ଓ ପୁଞ୍ଜି ବ୍ୟୟ (Capital Expenditure) ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଏହାଦ୍ୱାରା ରୋଜଗାର ସୃଷ୍ଟି ହୁଏ ଓ ଅଭିବୃଦ୍ଧିରେ ଉନ୍ନତି ଆସେ। ଓଡିଶା ନିଜ ଘରୋଇ ଉତ୍ପାଦ (GSDP)ର 6.1 ପ୍ରତିଶତ ପୁଞ୍ଜି ବ୍ୟୟ ବରାଦ କରିଛି । ସାରା ଦେଶରେ ଏହା ସବୁଠାରୁ ଅଧିକ। ଆମର ଲକ୍ଷ୍ୟ ହେଉଛି, କୃଷିଭିତ୍ତିକ ଅର୍ଥନୀତି ସହିତ ଅନ୍ୟାନ୍ୟ କ୍ଷେତ୍ରରେ ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି କରିବା। ଏଥିପାଇଁ ଭିତ୍ତିଭୂମିର ବ୍ୟାପକ ବିକାଶ ଆବଶ୍ୟକ।


ତେଣୁ ଏ କ୍ଷେତ୍ରରେ ମଧ୍ୟ ବ୍ୟାପକ ବିନିଯୋଗ ହେବା ଜରୁରୀ। ଲୋକଙ୍କ ସରକାର, ଲୋକଙ୍କ ବଜେଟ ପ୍ରସ୍ତୁତ କରିଛି । ଏସବୁ ଲୋକଙ୍କ ପାଇଁ ଯେପରି ଖର୍ଚ୍ଚ ହେବ, ସେଥିପାଇଁ ପ୍ରଶାସନ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ।

ବୈଠକରୁ ଜଣାଯାଇଥିଲା ଯେ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ, ସ୍ୱାସ୍ଥ୍ୟ, ଜଳସଂପଦ, ପୂର୍ତ୍ତ, ଭିନ୍ନକ୍ଷମ ଓ ସାମାଜିକ ନ୍ୟାୟ ବିଭାଗ, ଯୋଗାଣ ବିଭାଗ ଏବଂ ସମବାୟ ବିଭାଗ ଆଦି ବିଭାଗ ଗୁଡିକର ଖର୍ଚ୍ଚ ଅପେକ୍ଷାକୃତ ଭଲ ରହିଛି । ଅନ୍ୟ ବିଭାଗ ଗୁଡିକ ମଧ୍ୟ ଖର୍ଚ୍ଚ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ଏବଂ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ସମୀକ୍ଷାରେ ଅଂଶଗ୍ରହଣ କରିଥିଲେ ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବ ମାନେ ଉପସ୍ଥିତ ଥିଲେ। ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ବିଭିନ୍ନ ବିଭାଗର ଖର୍ଚ୍ଚ ସଂପର୍କରେ ଉପସ୍ଥାପନା କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପାଳନ କରୁନାହାନ୍ତି ସରକାରୀ ଅଧିକାରୀ

by ସଂକ୍ଷିପ୍ତ ଖବର
June 7, 2025

  ମାସ ମାସ ଧରି ପଡ଼ିରହୁଛି ଚିଠି        

Read more

ଚର୍ଚ୍ଚାରେ ପିନାକୀ ମହୁଆଙ୍କ ବାହାଘର

June 5, 2025

ଲୋକଙ୍କ ଅଣ୍ଟା ଭାଙ୍ଗିଲାଣି

June 5, 2025

ASI NABBED BY VIGILANCE

June 4, 2025

ଡିଜିଟାଲ ଗିରଫ ଧମକ ଦେଇ ସାଇବର ଅପରାଧୀ ଠକୁଛନ୍ତି, ସତର୍କ ରହିବାକୁ ପୁଲିସର ପରାମର୍ଶ

June 3, 2025

ଆଜିଠାରୁ ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

June 3, 2025

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com