• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର : ମୁଖ୍ୟମନ୍ତ୍ରୀ

ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର : ମୁଖ୍ୟମନ୍ତ୍ରୀ
Share on FacebookShare on TwitterShare on Whatsapp

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩

ଭୁବନେଶ୍ୱର:27/3-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର। ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ। ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା ସହିତ ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ବ୍ୟାପକ ଉନ୍ନତି ଆଣି ଅର୍ଥନୈତିକ ଓ ପ୍ରଗତିର ଶୀର୍ଷ ସ୍ଥାନରେ ଆମ ରାଜ୍ୟକୁ ପହଂଚାଇବା ମୂଳ ଉଦ୍ଦେଶ୍ୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ କନଭେନସନ ସେଣ୍ଟର ଠାରେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ଆୟୋଜିତ ‘ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମକୁ ଅନ୍ତର୍ଜାତୀୟ ସ୍ତରରେ ଆଗକୁ ବଢିବାକୁ ହେଲେ ବୈଜ୍ଞାନିକ ଆବିଷ୍କାର ଓ ଉଦ୍ଭାବନକୁ ବ୍ୟବହାର କରି ମାନବ ସମାଜର ବିକାଶ ପାଇଁ ଦୀର୍ଘସ୍ଥାୟୀ ଯୋଜନା କରିବାକୁ ପଡ଼ିବ । ବିଜ୍ଞାନ ଏବଂ କାରିଗରୀର ଉନ୍ନତି ସହିତ ଆମକୁ କୃଷି, ସ୍ୱାସ୍ଥ୍ୟ, ଶକ୍ତି, ଶିକ୍ଷା ଓ ପରିବେଶ ବିଷୟରେ ଉନ୍ନତ ଜ୍ଞାନ କୌଶଳ ତଥା ଯନ୍ତ୍ରପାତି ଉଦ୍ଭାବନ ଉପରେ ମନୋନିବେଶ କରି ବିକାଶର ଗତିକୁ ଆହୁରି କ୍ରିୟାଶୀଳ କରିବାକୁ ପଡ଼ିବ। ଆଉ ଏଥିପାଇଁ ବୈଜ୍ଞାନିକଙ୍କ ପ୍ରଚେଷ୍ଟା ହିଁ ଆମକୁ ସଫଳ କରାଇବ ।

ସେ କହିଥିଲେଯେ, ଆଜି ଭାରତୀୟ ବିଜ୍ଞାନ ମଧ୍ୟ ଖୁବ ଉଚ୍ଚରେ ଅଛି। ମହାକାଶ ବିଜ୍ଞାନରେ ଚନ୍ଦ୍ରୟାନ, ଆଦିତ୍ୟ, ମଙ୍ଗଳୟାନ, ଗଗନୟାନ ଭଳି ଅନେକ ସଫଳ ପରୀକ୍ଷଣ ଆମକୁ ବିଶ୍ୱରେ ଏକ ବୈଜ୍ଞାନିକ ବିକାଶଶୀଳ ଦେଶ ଭାବରେ ପ୍ରତିଷ୍ଠିତ କରି ପାରିଛି। ଆମର ଜ୍ୟୋତିର୍ବିଦ୍ୟା, ଗଣିତ ଓ ଔଷଧ ଶାସ୍ତ୍ର ସାରା ପୃଥିବୀରେ ଅଗ୍ରଣୀ। ଆଜିର ଯୁଗର ସବୁଠାରୁ ଲୋକପ୍ରିୟ Science Sector ହେଉଛି IT Sector ଏବଂ ବିଶ୍ୱର ପ୍ରାୟ ସମସ୍ତ IT sector ରେ ଭାରତୀୟ ମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି। ବର୍ତ୍ତମାନ ସମୟରେ ବୈଜ୍ଞାନିକ ଗବେଷଣା ଏକ ନୂତନ ଦିଗ୍‌ଦର୍ଶନ ଯେଗାଇପାରିଛି । ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଆଜିର ସମୟରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରସ୍ତରକୁ ଆହୁରି ଉନ୍ନତ କରି ପାରିଛି । ଭାରତୀୟ ବିଜ୍ଞାନ ମଧ୍ୟ ଆଜି ବିଶ୍ୱ ସ୍ତରରେ ଖୁବ ନାଁ କରିଛି। ଆମ ରାଜ୍ୟରେ ମଧ୍ୟ ବିଜ୍ଞାନ ଏବଂ ବୈଷୟିକ ଜ୍ଞାନ କୌଶଳର ଅଭିବୃଦ୍ଧି ଏବଂ ଉନ୍ନତି ପାଇଁ ଆମ ସରକାର ଅନେକ ପଦକ୍ଷେପ ନେଉଛନ୍ତି । ଆମର ଡିପ୍ ଟେକ୍ ଏବଂ ଫ୍ରଣ୍ଟିୟର ଟେକ୍ନୋଲୋଜି ପ୍ରୟାସର ଏକ ଅଂଶ ଭାବରେ, ଆମେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ବ୍ଲକ ଚେନ୍, ରୋବୋଟିକ୍ସ ଏବଂ କ୍ୱାଣ୍ଟମ୍ କମ୍ପ୍ୟୁଟିଂ ଭଳି ଅଭିନବ ପ୍ରୟାସ ଉପରେ ବିଶେଷ ଧ୍ୟାନ ଦେଉଛୁ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ।

ସେ ପୁଣି କହିଥିଲେଯେ, ଉଦ୍ଭିଦ ଓ ଜୀବଜନ୍ତୁ ସମୃଦ୍ଧ ବିବିଧତା ସହିତ ଓଡିଶାରେ ଜୈବ-ପ୍ରଯୁକ୍ତିବିଦ୍ୟା ଗବେଷଣା, ବିଶେଷ କରି ଜୈବ ସମ୍ବଳ ଓ ପାରମ୍ପରିକ ଔଷଧ କ୍ଷେତ୍ରରେ ପ୍ରଚୁର ସମ୍ଭାବନା ରହିଛି । ରାଜ୍ୟରେ ସାମୁଦ୍ରିକ ଜୈବ-ପ୍ରଯୁକ୍ତିବିଦ୍ୟା କ୍ଷେତ୍ରକୁ ସୁଦୃଢ କରିବା ପାଇଁ Odisha Marine Biotechnology Research & Innovation Corridor ନାମକ ଏକ ପ୍ଲାଟଫର୍ମ ପ୍ରତିଷ୍ଠା କରାଯିବ । ଏହି ପ୍ଲାଟଫର୍ମ ମାଧ୍ୟମରେ ଶିକ୍ଷାବିତ୍, ଗବେଷକ, ଭଦ୍ଭାବକ, ଉଦ୍ୟୋଗୀ ଏବଂ ନୀତି ନିର୍ଦ୍ଧାରକ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଏକାଠି କରି ପୂର୍ବ ଉପକୂଳରେ ବଙ୍ଗୋପସାଗରର ଜୈବ ସମ୍ଭାବନାକୁ ଉପଯୋଗ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରାଯିବ । ରାଜ୍ୟରେ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା, ଇଞ୍ଜିନିୟରିଂ ଏବଂ ଗଣିତ ଶିକ୍ଷାର ପ୍ରୋତ୍ସାହନ ନିମନ୍ତେ ପ୍ଲାନୋଟୋରିୟମ, ବିଜ୍ଞାନ କେନ୍ଦ୍ରଗୁଡିୁକ ମଧ୍ୟରେ ଏକ ନେଟୱାର୍କ ମଧ୍ୟ ପ୍ରତିଷ୍ଠା କରାଯିବ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସେମାନଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିଥିଲେ ଏବଂ କହିଥିଲେ ଯେ, ଆମର ଆଗାମୀ ପିଢ଼ି ବିଜ୍ଞାନରେ ବୈପ୍ଳବିକ ପରିବର୍ତ୍ତନ ଆଣି ବିଜ୍ଞାନକୁ ସାଧାରଣ ଜନତାଙ୍କ ସେବାରେ ଲଗାଇବେ ଓ ବିଜ୍ଞାନକୁ ଆହୁରି ଲୋକପ୍ରିୟ କରିବାରେ ସହାୟକ ହେବେ।କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜ୍ଞାନ ଓ କାରିଗରୀ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଥିଲେ ଯେ, ଦିନକୁ ଦିନ ବିଜ୍ଞାନ ପ୍ରତି ଲୋକମାନଙ୍କର ଆଗ୍ରହ ବଢ଼ି ଚାଲିଛି କାରଣ ଆଜି ଆମମାନଙ୍କର ଜୀବନଶୈଳୀ, ବିଜ୍ଞାନ ଉପରେ ଅନେକ ମାତ୍ରାରେ ନିର୍ଭରଶୀଳ ହୋଇଅଛି। ଏଣୁ ଯିଏ ବିଜ୍ଞାନରେ ଶକ୍ତିଶାଳୀ ହେବ, ପ୍ରକୃତରେ ସେ ଶକ୍ତିଶାଳୀ।

ମୁଖ୍ୟମନ୍ତ୍ରୀ ପ୍ରଫେସର ରାଜ କିଶୋର ପରମଗୁରୁ, ଡ଼କ୍ଟର ଶୁଭ୍ରାଂଶୁ ଶେଖର ମହାପାତ୍ର, ପ୍ରଫେସର କୃଷ୍ଣ ଚନ୍ଦ୍ର ମହାନ୍ତି, ଡକ୍ଟର ରଘୁପତୃଣି ଭୀମା ରାଓ, ପ୍ରଫେସର ମଳୟ କୁମାର ମିଶ୍ର ପ୍ରମୁଖଙ୍କୁ ବରିଷ୍ଠ ବୈଜ୍ଞାନିକ ପୁରସ୍କାର ପ୍ରଦାନ କରିଥିବା ବେଳେ, ପ୍ରଫେସର କ୍ଷୀରୋଦ କୁମାର ଜେନାଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରାଯାଇଥିଲା । ସେହିପରି ଭାବରେ, ରବୀନ୍ଦ୍ରନାଥ ମାଝୀ ଓ ତୁଳସୀ ସ୍ୱାଇଁଙ୍କୁ ପ୍ରାଣକୃଷ୍ଣ ପରିଜା ଲୋକପ୍ରିୟ ବିଜ୍ଞାନ ପୁସ୍ତକ ପୁରସ୍କାର ଦିଆଯାଇଥିବା ବେଳେ ଡକ୍ଟର ସଙ୍ଘମିତ୍ରା ସାମନ୍ତରାୟ, ଡକ୍ଟର ବେଦାଙ୍ଗଦାସ ମହାନ୍ତି, ପ୍ରଫେସର ସୁବ୍ରତ କୁମାର ପଣ୍ଡା, ପ୍ରଫେସର ପିନାକି ଦତ୍ତଙ୍କୁ ସାମନ୍ତ ଚନ୍ଦ୍ରଶେଖର ପୁରସ୍କାର ଓ ଯୁବ ବୈଜ୍ଞାନିକ ପୁରସ୍କାରରେ ଡକ୍ଟର ସରିତ ଶେଖର ପଟ୍ଟନାୟକ, ଡକ୍ଟର ଅପ୍ରମିତା ଚାନ୍ଦ, ଡକ୍ଟର ରାଜେଶ କୁମାର ପୃଷ୍ଟି ଓ ଡକ୍ଟର ସଞ୍ଜୟ କୁମାର ପଣ୍ଡାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ, ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗର ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ ଯୋଗଦେଇ ସ୍ୱାଗତ ଭାଷଣ ଦେଇଥିବା ବେଳେ ସମ୍ପାଦକ ପ୍ରଫେସର ଆଶିଷ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com