ଭୁବନେଶ୍ୱର:30/5-କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନରୁ ଅସୁସ୍ଥ ଥିଲେ। ତାଙ୍କର ଚିକିତ୍ସା ଜାରି ରହିଥିଲା। ଗତକାଲି ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଥିଲା।ସେ ତିନିଥର କାମାକ୍ଷାନଗରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି।ଓଡିଶା ବିଧାନସଭା ପରିସରରେ ବାଚସ୍ପତି ସୁରମା ପାଢ଼ୀ ପୂର୍ବତନ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।