• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ହାବିଲଦାର, କନଷ୍ଟେବଳ ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ

Share on FacebookShare on TwitterShare on Whatsapp

ମୋଟର ସାଇକେଲ ଭତ୍ତା ବାବଦରେ ପାଇବେ ଏକ ହଜାର

ପୋଷାକ ଭତ୍ତା ପାଇଁ ମିଳିବ ଦଶ ହଜାର

ଭୁବନେଶ୍ୱର: 16/12/2024 ହାବିଲଦାର, କନଷ୍ଟେବଳ ଓ ସିପାହୀମାନେ ଏଣିକି ପୂର୍ବରୁ ମିଳୁଥିବା ଏକ ମାସର ଅଧିକ ଦରମା ନୂତନ ବେତନ ହାରରେ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ଏହାସହ ହାବିଲଦାର ଓ କନଷ୍ଟେବଳମାନେ ପୂର୍ଵରୁ ସାଇକେଲ ଭତ୍ତା ବାବଦରେ ମାତ୍ର 3 ଶହ ଟଙ୍କା ପାଉଥିଲେ ଏବେ ମୋଟର ସାଇକେଲ ଭତ୍ତା ବାବଦରେ ଏକ ହଜାର ଟଙ୍କା ପାଇବେ। ଓଡିଶା ପୁଲିସ, ଓ. ଏସ. ଏ. ପି. ହାବିଲଦାର, କନଷ୍ଟେବଳ ଓ ସିପାହୀ ମହାସଂଘର ବାର୍ଷିକ ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏଥିସହ ପୂର୍ବରୁ ପୋଷାକ, ଜୋତା ଇତ୍ୟାଦି ବାବଦରେ ପାଉଥିବା 5 ହଜାର ଟଙ୍କା ବଦଳରେ ଏଣିକି 10 ହଜାର ଟଙ୍କା ମିଳିବ ବୋଲି ସେ କହିଛନ୍ତି।

ଚତୁର୍ଥ ଶ୍ରେଣୀ କର୍ମଚାରୀ ନିଯୁକ୍ତି ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଭୁବନେଶ୍ୱର ଠାରେ ମହାସଂଘର ନୂତନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ପ୍ରଗତି ପାଇଁ ସବୁଠାରୁ ମହତ୍ଵପୂର୍ଣ୍ଣ ଭୂମିକା ରାଜ୍ୟର ପୁଲିସ ବଳ ତୁଲାଇଥାନ୍ତି। ଏହି ପୁଲିସ ବିଭାଗରେ କନଷ୍ଟେବଳ ଏବଂ ସିପାହୀମାନେ ସବୁଠାରୁ ଗୁରୁ ଦାୟିତ୍ଵ ତୁଲାଉଛନ୍ତି। ତୃଣମୂଳସ୍ତରରେ ଆଇନ ଶୃଙ୍ଖଳାଠାରୁ ଆରମ୍ଭ କରି ଗୁଇନ୍ଦା ପାଇଁ ଖବର ସଂଗ୍ରହ କରିବା ପରି ଦାୟିତ୍ଵ ତୁଲାଉଛନ୍ତି। କନଷ୍ଟେବଳ ଏବଂ ସିପାହୀମାନେ ପୁଲିସ ବିଭାଗର ମେରୁଦଣ୍ଡ ସଦୃଶ ବୋଲି ମହାସଂଘର ବାର୍ଷିକ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ।

ଖରା, ବର୍ଷା, ଶୀତ କାକରକୁ ଭୃକ୍ଷେପ ନକରି କନଷ୍ଟେବଳ ଓ ସିପାହୀମାନେ ନିଜର ଦାୟିତ୍ଵ ସମ୍ପାଦନ କରୁଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କ ପ୍ରତି ଆମ ସରକାରଙ୍କର ଯଥେଷ୍ଟ ସଂବେଦନଶୀଳତା ଓ ଦାୟିତ୍ୱବୋଧ ରହିଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ। ପୋଲିସ ସେବାକୁ ଆହୁରି ପ୍ରଭାବୀ କରିବା ପାଇଁ ଭିତ୍ତିଭୂମି ଏବଂ ମାନବ ସମ୍ବଳ ଯୋଗାଇ ଦେବାକୁ ଆମ ସରକାର ପ୍ରତିଶୃତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପୋଲିସ ବଳ ହେଉଛି ଅତ୍ୟନ୍ତ ଶୃଙ୍ଖଳିତ। ବିଶୃଙ୍ଖଳାକୁ କୌଣସି ପ୍ରକାରେ ବରଦାସ୍ତ କରାଯିବ ନାହିଁ। କିନ୍ତୁ ବିଶୃଙ୍ଖଳିତ କିମ୍ବା ଦୁର୍ନୀତିଗ୍ରସ୍ତଙ୍କୁ କୌଣସି ପ୍ରକାରେ କ୍ଷମା କରାଯିବ ନାହିଁ ବୋଲି ନିଜ ଅଭିଭାଷଣରେ ସେ କହିଛନ୍ତି।

ଓଡିଶା ପୁଲିସର ମୂଳ ମନ୍ତ୍ର ହେଉଛି, ‘ସେବା ଓ ସୁରକ୍ଷା’। ପ୍ରତ୍ୟେକ କାର୍ଯ୍ୟରେ ଦାୟିତ୍ୱବୋଧ ଓ ସମ୍ବେଦନଶୀଳ ହୋଇ କାର୍ଯ୍ୟ କରିବାକୁ ସେ ସଂଘର କର୍ମକର୍ତ୍ତା ଏବଂ ଅନ୍ୟ ସଦସ୍ୟ ମାନଙ୍କୁ ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ଏକକାଳୀନ ଲୋକସଭା ଓ ବିଧାନସଭା ସାଧାରଣ ନିର୍ବାଚନ ସମୟରେ ରାଜ୍ୟ ପୁଲିସର ଭୂମିକାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ କନଷ୍ଟେବଳମାନଙ୍କ ସହଯୋଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା ବୋଲି କହିଥିଲେ। ଏହାସହ ଖୁବଶୀଘ୍ର ରାଜ୍ୟର ପ୍ରତି ଥାନାକୁ ମୋଟର ସାଇକେଲ ଯୋଗାଇ ଦେବାସହ ଏହି ବାବଦରେ ଅତିରିକ୍ତ ବଜେଟରେ ୩୫ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି କହିଥିଲେ। ସେହିପରି ରାଜ୍ୟରେ ଅତିରିକ୍ତ CAPF ପ୍ରତିଷ୍ଠା ପାଇଁ ୨୯୯ କୋଟି ଟଙ୍କା ଏବଂ ପୁଲିସର ତ୍ଵରିତ ଗମନାଗମନ ପାଇଁ ୧୬ କୋଟି ଟଙ୍କା ପ୍ରବଧାନ କରାଯାଇଛି, ଯେଉଁଥିରେ ୬୪୯ ଗୋଟି ଉତ୍କୃଷ୍ଟ ଯାନ ପୁଲିସକୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କାର୍ଯ୍ୟକ୍ରମରେ ବିଧାୟକ ପ୍ରକାଶ ସେଠୀ ଯୋଗ ଦେଇ ପୋଲିସର ଉତ୍ସର୍ଗୀକୃତ ମନୋଭାବ, ଲୋକଙ୍କ ପ୍ରତି ନିଷ୍ଠା ଓ କର୍ତ୍ତବ୍ୟ ପରାୟଣତାକୁ ସାଲୁଟ କରୁଛି ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କନଷ୍ଟେବଳ ଏବଂ ସିପାହୀ ମାନଙ୍କ ସହଯୋଗ ବିନା ପୋଲିସ କେବେ ସଶକ୍ତ କିମ୍ବା ସମୃଦ୍ଧ ହୋଇ ପାରିବ ନାହିଁ ବୋଲି କହିଥିଲେ।
ଏହି ବାର୍ଷିକ ଉତ୍ସବରେ ଓଡ଼ିଶା ପୁଲିସ ହାବିଲଦାର, କନେଷ୍ଟବଳ ଏବଂ ସିପାହୀ ମହାସଂଘର ସଭାପତି ଅନିଲ କୁମାର ଷଣ୍ଢ, ଉପସଭାପତି ସନ୍ତୋଷ କୁମାର ମହାନ୍ତି, ସାଧାରଣ ସମ୍ପାଦକ କିଶୋର କୁମାର ମହାନ୍ତିଙ୍କ ସମେତ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com