• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ବାତ୍ୟା ପାଇଁ ସମୀକ୍ଷା

ବାତ୍ୟା ପାଇଁ ସମୀକ୍ଷା
Share on FacebookShare on TwitterShare on Whatsapp

-ଦିନ ୧୧ଟା ସୁଦ୍ଧା ତିନି ଲକ୍ଷରୁ ଅଧିକ ସ୍ଥାନାନ୍ତରିତ, ଶତପ୍ରତିଶତ ସ୍ଥାନାନ୍ତରଣ ପ୍ରକ୍ରିୟା ତ୍ୱରାନ୍ୱିତ

-ସମୁଦାୟ ତିନିଲକ୍ଷ ୬୨ହଜାର ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ

-ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରୁ ୨୩୩୮ ଗର୍ଭବତୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ

-ବାତ୍ୟା ଆଶ୍ରୟସ୍ଥଳରେ ରନ୍ଧାଖାଦ୍ୟ ପ୍ରଦାନ ନିର୍ଦେଶ

-ବାତ୍ୟା ମୁକାବିଲା ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବାକୁ କେନ୍ଦ୍ର ସରକାର ପ୍ରସ୍ତୁତ

ଭୁବନେଶ୍ୱର
୨୪ ଅକ୍ଟୋବର ୨୦୨୪

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ‘ଦାନା’ ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ଯାଜପୁର ଜିଲାପାଳମାନଙ୍କ ସହିତ ଏହାର ମୁକାବିଲା ପ୍ରସ୍ତୁତିର ଅଗ୍ରଗତି ସଂପର୍କରେ ଆଲୋଚନା କରିଛନ୍ତି।
ସମୀକ୍ଷା ପରେ ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ୧୧ଟି ଜିଲାର ୩୮ଟି ବ୍ଲକ ଅନ୍ତର୍ଗତ୧୬୫୩ଟି ଗ୍ରାମ, ୯ଟି ପୌରାଞ୍ଚଳ ଓ ୨୬ଟି ୱାର୍ଡ ଏହି ବାତ୍ୟା ଦ୍ୱାରା ପ୍ରଭାବିତ ହେବାର ସମ୍ଭାବନା ରହିଛି। ଏହି ସବୁ ଅଞ୍ଚଳରେ ଥିବା ତଳିଆ ଓ ବିପଦଶଙ୍କୁଳ ଅଞ୍ଚଳରୁ ସମୁଦାୟ ୩,୬୨,୦୦୦ ଲୋକଙ୍କୁ ସ୍ଥାନାନ୍ତରିତ କରିବାର ଲକ୍ଷ୍ୟ ରହିଛି। ଆଜି ଦିନ ୧୧ଟା ସୁଦ୍ଧା ୩ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ ସୁରକ୍ଷିତ ଭାବେ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ଆଉ କିଛି ଘଣ୍ଟା ମଧ୍ୟରେ ସ୍ଥାନାନ୍ତର ପ୍ରକ୍ରିୟାର ଧାର୍ଯ୍ୟଲକ୍ଷ୍ୟ ପୂରଣ ହେବ।

ପ୍ରଭାବିତ ହେବାକୁ ଥିବା ଅଞ୍ଚଳରୁ ୨୩୩୮ ଜଣ ଗର୍ଭବତୀଙ୍କୁ ସୁରକ୍ଷିତ ଭାବେ ଡାକ୍ତରଖାନା ଓ ମା’ ଗୃହକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ ଯେ ୨୩ତାରିଖ ସନ୍ଧ୍ୟାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ବାତ୍ୟା ପ୍ରସ୍ତୁତିର ସମୀକ୍ଷା ଅବସରରେ ସ୍ଥାନାନ୍ତରଣ ପକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଜିଲାପାଳ ମାନଙ୍କୁ ନିର୍ଦେଶ ଦେଇଥିଲେ।
ସଂପ୍ରତି ଏହି ସବୁ ଜିଲାରେ ୮୪୨ଟି ସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀ ଓ ୬୪୪୩ଟି ଅସ୍ଥାୟୀ ଆଶ୍ରୟସ୍ଥଳୀକୁ ମିଶାଇ ସମୁଦାୟ ୭୨୮୫ଟି ଆଶ୍ରୟସ୍ଥଳୀ କାର୍ଯ୍ୟକ୍ଷମ ଅଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡିଶାର ବାତ୍ୟା ପରିସ୍ଥିତି ଉପରେ ନଜର ରଖିଛନ୍ତି। ବାତ୍ୟା ମୁକାବିଲା ପାଇଁ ଆବଶ୍ୟକ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ସେ କହିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ସେହିପରି କ୍ଷତିଗ୍ରସ୍ତ ହେବାର ସମ୍ଭାବନା ଥିବା ୧୧ଟି ଜିଲାକୁ ଅଭିଜ୍ଞତା ସଂପନ୍ନ ବରିଷ୍ଠ ଆଇଏସ ଅଧିକାରୀଙ୍କୁ ପଠାଯାଇଛି। ସେମାନେ ପଞ୍ଚାୟତ ଓ ଗ୍ରାମାଞ୍ଚସ୍ତର ପର୍ଯ୍ୟନ୍ତ ଯାଇ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି। ରାଜ୍ୟ ମନ୍ତ୍ରିମଣ୍ଡଳର ୯ ଜଣ ମନ୍ତ୍ରୀ ମଧ୍ୟ ସମ୍ଭାବ୍ୟ ପ୍ରଭାବିତ ଜିଲା ଗୁଡିକରେ ଉପସ୍ଥିତ ରହି ଏହି କାର୍ଯ୍ୟକୁ ତଦାରଖ କରି ସରକାରଙ୍କୁ ତଥ୍ୟ ପ୍ରଦାନ କରୁଛନ୍ତି।

ଆଶ୍ରୟସ୍ଥଳରେ ଥିବା ଲୋକଙ୍କୁ ନିୟମିତ ଭାବେ ରନ୍ଧାଖାଦ୍ୟ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝି ନିର୍ଦେର୍ଶ ଦେଇଛନ୍ତି। ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ପୁଲିସ ମୁତୟନ କରିବା ପାଇଁ ମଧ୍ୟ ସେ ଜିଲାପାଳମାନଙ୍କୁ କହିଛନ୍ତି।
ଜିଲାପାଳ ମାନଙ୍କ ସହିତ ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶତ ପ୍ରତିଶତ ସ୍ଥାନାନ୍ତରଣ, ଜିରୋ କାଜୁଆଲିଟି, ଡାକ୍ତରଖାନା ଗୁଡ଼ିକରେ ନିରବଛିନ୍ନ ବିଦ୍ୟୁତ୍ ସେବା, ପ୍ରଭାବିତ ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର କିରୋସିନ, ପେଟ୍ରୋଲ, ଡିଜେଲ ମହଜୁଦ ରଖିବା, ଆଶ୍ରୟସ୍ଥଳୀ ଗୁଡ଼ିକୁ ରନ୍ଧା ଖାଦ୍ୟ ଯୋଗାଣ ସହିତ ଶୌଚାଳୟକୁ ସଫା ସୁତାର ରଖିବା ଉପରେ ଗୁରୁତ୍ୱ ଦେବାକୁ ଜିଲାପାଳ ମାନଙ୍କୁ ପରାମର୍ଶ ଦେଇଥିଲେ। ବାତ୍ୟା କ୍ଷତିଗ୍ରସ୍ତ ବିଦ୍ୟୁତ୍ ଖୁଣ୍ଟ ଓ ଟ୍ରାନ୍ସଫର୍ମର ଗୁଡ଼ିକର ତୁରନ୍ତ ମରାମତି କରି ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପୁନଃକ୍ଷମ କରିବା ପାଇଁ ଅତିରିକ୍ତ ଟିମ୍ ମହଜୁଦ ରଖିବାକୁ ସେମାନଙ୍କୁ ସେ କହିଥିଲେ।

ସୂଚନା ଅନୁଯାୟୀ ଏହି ସବୁ ଜିଲାଗୁଡିକରେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ନିମନ୍ତେ ଏନଡିଆରଏଫର ୧୯ଟି, ଓଡ୍ରାଫର ୫୧ଟି, ଅଗ୍ନିଶମ ବାହିନୀର ୨୨୦ଟି ଟିମ୍ ମୁତୟନ ଅଛନ୍ତି। ଏଥି ସହିତ ୧୫୭ ପ୍ଲାଟୁନ ପୁଲିସ ଫୋର୍ସ ମଧ୍ୟ ନିୟୋଜିତ ଅଛନ୍ତି। ପ୍ରଭାବିତ ଅଞ୍ଚଳରେ ମନୁଷ୍ୟ ଓ ଗୃହପାଳିତ ପଶୁଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ୯୨ଟି ଡାକ୍ତରୀ ଟିମ୍ ଓ ୫୮ଟି ପ୍ରାଣୀ ସମ୍ପଦ ଚିକିତ୍ସା ଟିମ୍ ମୁତୟନ ଅଛନ୍ତି। ଗୃହପାଳିତ ପଶୁମାନଙ୍କୁ ବାନ୍ଧି ନରଖି ଖୋଲା ରଖିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦେବାକୁ ସେ ଜିଲାପାଳ ମାନଙ୍କୁ କହିଥିଲେ। ଗୃହପାଳିତ ପଶୁ ମାନଙ୍କ ପାଇଁ ପର୍ଯ୍ୟାପ୍ତ ପରିମାଣର ପଶୁ ଖାଦ୍ୟ ଯୋଗାଇଦେବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି।

ସମୀକ୍ଷା ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀଙ୍କ ସମେତ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପୁଲିସ ମହାନିର୍ଦେର୍ଶକ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବମାନେ ଉପସ୍ଥିତ ଥିଲେ। ବାତ୍ୟା ସମ୍ଭାବନା ଥିବା ଜିଲାର ଜିଲାପାଳମାନେ ଆଭାସି ବ୍ୟବସ୍ଥାରେ ବାତ୍ୟା ପାଇଁ ପ୍ରସ୍ତୁତିର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com