• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଭୂଇଁପୁରରେ ୩୬ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୮/୪-ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି। ଏଥିମଧ୍ୟରୁ ୨୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥବା ବେଳେ ୧୧ ଟି ପ୍ରକଳ୍ପର ଉଦଘାଟନ କରାଯାଇଛି।

ଏହି ପ୍ରକଳ୍ପ ଗୁଡିକର ଶିଳାନ୍ୟାସ ଓ ଶୁଭାରମ୍ଭ ଦ୍ୱାରା ୫୯,୦୦୦ ରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ। ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରୀନ ଏନର୍ଜି ଉପକରଣ, ଧାତୁ ଏବଂ ଡାଉନଷ୍ଟ୍ରିମ ଶିଳ୍ପ, ବୟନ ଏବଂ ପୋଷାକ ଶିଳ୍ପ, ପ୍ଲାଷ୍ଟିକ, ପର୍ଯ୍ୟଟନ, କୃଷି ଏବଂ ଖାଦ୍ୟ ପ୍ରକ୍ରିୟାକରଣ, ପ୍ରତିରକ୍ଷା ଉତ୍ପାଦନ, ଆଇଟି, ଅଟୋମୋବାଇଲ, ସିମେଣ୍ଟ ଶିଳ୍ପ ବିଭିନ୍ନ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି, ଯାହା ରାଜ୍ୟର ଅର୍ଥନୀତିରେ ଦ୍ରୁତ ବିକାଶ ଘଟାଇବ।

ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ସମୃଦ୍ଧ ଓଡିଶା’ର ସ୍ୱର୍ଣ୍ଣିମ ଯାତ୍ରାରେ ଏକ ନୂତନ ଓ ଗୁରୁତ୍ୱପୁର୍ଣ୍ଣ ଫର୍ଦ୍ଦ ଯୋଡି ହୋଇଗଲା। ବର୍ତ୍ତମାନ ଓଡିଶାରେ ଚାଲୁଥିବା ଦ୍ୱିତୀୟ ଶିଳ୍ପ ବିପ୍ଲବର ଏହା ହେଉଛି ବାସ୍ତବ ପ୍ରତିଫଳନ। ପ୍ରତିଶ୍ରୁତିରୁ କାର୍ଯ୍ୟାନ୍ୱୟନ ଏବଂ ସମ୍ଭାବନାରୁ ସମୃଦ୍ଧି ଆଡ଼କୁ ଉଦ୍ଦେଶ୍ୟ ନେଇ ଓଡ଼ିଶା ଆଗକୁ ବଢ଼ୁଛି। ଆମ ପ୍ରତିଶ୍ରୁତି, ଆମେ ନିଶ୍ଚୟ ପୂରଣ କରୁ। ପୂର୍ବରୁ ଆମ ସରକାର ଏହି ୧୮-୨୦ ମାସ ମଧ୍ୟରେ ପ୍ରାୟ ଅଢେଇ ଲକ୍ଷ କୋଟି ଟଙ୍କାର ୧୦୯ ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି। ଯାହାଦ୍ୱାରା ୧ ଲକ୍ଷ ୭୬ ହଜାର ନିଯୁକ୍ତି ସୃଷ୍ଟି ହୋଇପାରିଛି। ଆଜିର ଏହି କାର୍ଯ୍ୟକ୍ରମରେ ଆଉ ୪୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହୋଇଛି ଏବଂ ୫୯ ହଜାର ନିଯୁକ୍ତି ସୃଷ୍ଟି ହୋଇଛି। ଆମକୁ ଯେଉଁ ସାମଗ୍ରୀ ବିଦେଶରୁ ଆମଦାନୀ କରିବାକୁ ପଡୁଥିଲା, ସେଗୁଡ଼ିକ ଏବେ ଆମ ଖୋର୍ଦ୍ଧା ମାଟିରେ ତିଆରି ହେବ।

ଓଡିଶାରେ ଗତ ୨୦ ମାସ ଧରି ଶିଳ୍ପ କ୍ଷେତ୍ରରେ ଏକ ନୂତନ ଦିଗ ଦେଖାଯାଇଛି ଏବଂ ବିଶେଷ କରି ୨୦୨୫ ଜାନୁଆରୀରୁ ରାଜ୍ୟରେ ଦ୍ୱିତୀୟ ଶିଳ୍ପ ବିପ୍ଳବ ଆରମ୍ଭ ହୋଇଛି। ୨୦୩୬ ପାଇଁ ଆଉ ୧୦ ବର୍ଷ ରହିଛି ଏବଂ ଏହି ୧୦ ବର୍ଷ ହେଉଛି ସମସ୍ତଙ୍କ ପାଇଁ ‘ସଂକଳ୍ପର ଦଶକ’। ଓଡିଆ ଅସ୍ମିତା ସହିତ ଅର୍ଥନୈତିକ ଉନ୍ନତିକୁ ସର୍ବୋଚ୍ଚ ପ୍ରାଧାନ୍ୟ ଦିଆଯାଇଛି ବୋଲି ସେ ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମ ଆରମ୍ଭରେ ମୁଖ୍ୟମନ୍ତ୍ରୀ ଦେଶର ବିଭିନ୍ନ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ଶିଳ୍ପପତି ମାନଙ୍କ ସହ ଏକ ସ୍ୱତନ୍ତ୍ର ରାଉଣ୍ଡଟେବୁଲ ବୈଠକରେ ଯୋଗଦେଇ ରାଜ୍ୟରେ ଆରମ୍ଭ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ। ସାଧାରଣ ସଭା ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶିଳ୍ପ ଅନୁଷ୍ଠାନ ଦ୍ୱାରା ଆୟୋଜିତ ପ୍ରକଳ୍ପ ଗୁଡିକର ପ୍ରଦର୍ଶନୀ ବୁଲି ଦେଖିବା ସହିତ କମ୍ପାନୀର କର୍ମଚାରୀମାନଙ୍କ ସହ କଥା ହୋଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com