• About
  • Contact
Monday, April 20, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home More

ଜନଜାତୀୟ ଗୌରବ ଦିବସ

ଜନଜାତୀୟ ଗୌରବ ଦିବସ
Share on FacebookShare on TwitterShare on Whatsapp

-ବିହାରର ଜାମୁଇ ଠାରେ ମୁଖ୍ୟ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

-ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

-୧୫୩୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ

-ବିର୍ସା ମୁଣ୍ଡାଙ୍କ ସଂଗ୍ରାମ ଓ ଅବଦାନକୁ ଦେଶ ଓ ଜାତି କେବେ ଭୁଲିବ ନାହିଁ -ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୫ ନଭେମ୍ବର ୨୦୨୪:

ଆଜି ଭୁବନେଶ୍ୱରରେ ମହାସମାରୋହରେ ପାଳିତ ହୋଇଛି ଜନଜାତୀୟ ଗୌରବ ଦିବସ। ଦେଶବ୍ୟାପୀ ପାଳିତ ହେଉଥିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉତ୍ସବ ବିହାରର ଜାମୁଇ ଠାରେ ପାଳନ କରାଯାଇଥିବା ବେଳେ ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଆଭାସୀ ଜରିଆରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନଜାତି ମାନଙ୍କ ବିକାଶ ପାଇଁ ୧୫୩୫ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ରଖିଛନ୍ତି। କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ବିର୍ସା ମୁଣ୍ଡା ଆମ ସ୍ବାଧୀନତା ସଂଗ୍ରାମର ଏକ ଅନନ୍ୟ ଯୋଦ୍ଧା। ବିର୍ସା ମୁଣ୍ଡାଙ୍କ ସଂଗ୍ରାମର କାହାଣୀ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିଛି ଓ ରହିବ। ଆଦିବାସୀମାନଙ୍କ ଉନ୍ନତି ପାଇଁ ତାଙ୍କ ଅବଦାନକୁ ଦେଶ ଓ ଜାତି କେବେ ଭୁଲିବ ନାହିଁ।
ଆଜି ହେଉଛି ଆମ ଜନଜାତି ସମ୍ପ୍ରଦାୟଙ୍କ ସମୃଦ୍ଧ ପରମ୍ପରାକୁ ସମ୍ମାନ ଜଣାଇବାର ଦିବସ। ଏହି ଅବସରରେ ସେ ମହାନ୍ ସଂଗ୍ରାମୀ ଶହୀଦ୍ ଲକ୍ଷ୍ମଣ ନାୟକ, ରତ୍ନା ନାୟକ, ଚକରା ବିଷୋଇ, ଦୋରା ବିଷୋଇ, ରେଣ୍ଡୋ ମାଝୀଙ୍କ ପରି ଦେଶ ଭକ୍ତଙ୍କ ବଳୀଦାନ ଓ ତ୍ୟାଗକୁ ମଧ୍ୟ ସେ ସ୍ମରଣ କରିଥିଲେ। ଏହି ମହାନ୍ ସଂଗ୍ରାମୀ ମାନେ ଆମ ଦେଶର ଇତିହାସ ଓ ସଂସ୍କୃତିକୁ ନୂତନ ରୂପ ଦେବାରେ ଉଲ୍ଲେଖନୀୟ ଅବଦାନ ରଖିଛନ୍ତି ବୋଲି ସେ କହିଥିଲେ।
ଜନଜାତୀୟ ଗୌରବ ଦିବସର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ଜାମୁଇଠାରେ ଉପସ୍ଥିତ ରହି ‘ଧର୍‌ତୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଯୋଜନା’ ଅଧୀନରେ ଅନେକ କଲ୍ୟାଣକାରୀ ପ୍ରକଳ୍ପର ଶୁଭାରମ୍ଭ କରୁଛନ୍ତି। ଏହି ଅଭିଯାନର ମୂଳ ଲକ୍ଷ୍ୟ ରହିଛି ଜନଜାତି ସମ୍ପ୍ରଦାୟଙ୍କ ସ୍ବାସ୍ଥ୍ୟ, ଶିକ୍ଷା, ଜୀବନ ଜୀବିକା ଓ ଭିତ୍ତିଭୂମି କ୍ଷେତ୍ରରେ ରହିଥିବା ତାରତମ୍ୟକୁ ଦୂରକରି ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା। ଓଡିଶାର ୨୭ଟି ଜିଲ୍ଲାର ୭ ହଜାର ୬ ଶହ ୬୭ଟି ଗ୍ରାମକୁ ଏହି ଅଭିଯାନରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଏହି ଅଭିଯାନର ସଫଳ ରୂପାୟନ ପାଇଁ ଆମେ ସକ୍ରିୟଭାବେ କାମ କରୁଛୁ। ଏହି ସମସ୍ତ ଗ୍ରାମରେ ସ୍ୱତନ୍ତ୍ର ଗ୍ରାମସଭା ଆୟୋଜନ କରାଯାଇଛି।

ମୁଖ୍ୟମନ୍ତ୍ରୀ ଜନଜାତିଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ୧୫୩୫ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏଥିରେ ୧୬ଟି ଆଶ୍ରମ ସ୍କୁଲକୁ ହାଇସ୍କୁଲକୁ ଉନ୍ନୀତ କରାଯିବ। ପ୍ରତ୍ୟେକ ସ୍କୁଲ ପିଛା ୧୫କୋଟି ଟଙ୍କା ଭାବରେ ସମୁଦାୟ ୨୪୦ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୧୩ଟି ମାଧ୍ୟମିକ ବିଦ୍ୟାଳୟକୁ ମଧ୍ୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପରିଣତ କରାଯିବ। ଏଥିପାଇଁ ପ୍ରତ୍ୟେକ ସ୍କୁଲ ପିଛା ୨୨ କୋଟି ଟଙ୍କା ହିସାବରେ ୨୮୬ କୋଟି ଟଙ୍କା ବିନିଯୋଗ ହେବ। ୪୨୬ଟି ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲ ନିର୍ମାଣ ପାଇଁ ୮୫୨ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିପରି ଭୁବନେଶ୍ବରର ଗୋଠପାଟଣା ଠାରେ ଜନଜାତି ସଂସ୍କୃତି ଓ ଐତିହ୍ୟ ଭବନ ନିର୍ମାଣ ପାଇଁ ୧୦୦ କୋଟି ଟଙ୍କା ବିନିଯୋଗ କରାଯିବ। ଗୋଠପାଟଣା ଠାରେ ଜନଜାତି ଭାଷା ପ୍ରତିଷ୍ଠାନ ନିର୍ମାଣ ପାଇଁ ୫୦ କୋଟି ଟଙ୍କା ଓ ଜନଜାତି ଅସ୍ମିତା ଭବନ ନିର୍ମାଣ ପାଇଁ ୪ କୋଟି ଟଙ୍କା ବିନିଯୋଗ କରାଯିବ। ସେହିପରି ୫ଟି ବହୁମୁଖୀ କେନ୍ଦ୍ର ନିର୍ମାଣ ପାଇଁ ମଧ୍ୟ ୩ କୋଟି ଟଙ୍କା ବିନିଯୋଗ କରାଯିବ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ସରକାର ଜନଜାତି ସମ୍ପ୍ରଦାୟଙ୍କ ଉଚ୍ଚ ପରମ୍ପରା ଓ ଐତିହ୍ୟର ସୁରକ୍ଷା ପାଇଁ ପ୍ରତିବଦ୍ଧ ଅଛନ୍ତି। ଜନଜାତି ସମ୍ପ୍ରଦାୟଙ୍କ ସର୍ବାଙ୍ଗୀନ ବିକାଶ ଲାଗି ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ଜଙ୍ଗଲ ଜମି ଅଧିକାର ପ୍ରଦାନ ବଳରେ ସେମାନଙ୍କୁ ସଶକ୍ତ କରାଯାଉଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଙ୍ଗଲ ଜମି ଅଧିକାର ଆଇନ୍ ବଳରେ ରାଜ୍ୟର ୮ଟି ବିଶେଷ ଅନୁନ୍ନତ ଜନଜାତି ବର୍ଗଙ୍କୁ ବସବାସର ଅଧିକାର ପ୍ରଦାନ କରିଥିଲେ। ଏହି ବର୍ଗଙ୍କୁ ହାବିଟାଟ୍ ରାଇଟ୍‌ସ ପ୍ରଦାନ କରିବାରେ ଓଡିଶା ଉଲ୍ଲେଖନୀୟ କୃତିତ୍ୱ ହାସଲ କରି ସର୍ବଭାରତୀୟ ସ୍ତରରେ ରେକର୍ଡ କରିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଦିବାସୀ ମାନଙ୍କ ସାମଗ୍ରିକ ବିକାଶ ଉପରେ ଆମ ସରକାର ଗୁରୁତ୍ବ ଦେଉଛନ୍ତି। ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଆମ ସରକାର ‘ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା’ ପ୍ରଣୟନ କରିବାକୁ ଯାଉଛନ୍ତି। ଏହା ସହିତ ଆଦିବାସୀ ଅଞ୍ଚଳରେ ପିଲାଙ୍କ ପାଇଁ ହଷ୍ଟେଲ ନିର୍ମାଣ, ସିଡୁଲ୍ ଅଞ୍ଚଳରେ ପେସା ଆଇନ କାର୍ଯ୍ୟକାରୀ କରିବା, ଗ୍ରାମ ସଭା ଗୁଡ଼ିକୁ ସକ୍ରିୟ କରିବା ପାଇଁ ମଧ୍ୟ ଆମ ସରକାର ପଦକ୍ଷେପ ନେଉଛି।
ଏହି ଅବସରରେ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ, ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ କହିଲେ ଯେ ବ୍ରିଟିଶ ସରକାରଙ୍କ ଉତ୍ପୀଡନ ବିରୋଧରେ ବିର୍ସା ମୁଣ୍ଡାଙ୍କ ସଂଗ୍ରାମ ଓ ବଳିଦାନ ସଦା ସର୍ବଦା ପ୍ରେରଣାଦାୟୀ ହୋଇ ରହିବ। ବିର୍ସା ମୁଣ୍ଡାଙ୍କ ତ୍ୟାଗକୁ ପୂର୍ବ ସରକାରମାନେ ଅବହେଳା କରୁଥିଲେ। ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ହେବା ପରେ ବିର୍ସାଙ୍କ ସ୍ମୃତିକୁ ଉଜ୍ଜିବୀତ ରଖିବା ପାଇଁ ତାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ରୂପେ ପାଳନ କରାଯିବା ସହିତ ଆଦିବାସୀଙ୍କ ବିକାଶ ପାଇଁ ଅନେକ ଯୋଜନା କାର୍ଯ୍ୟକାରୀ କରାଯାଉଛି। ସେ କହିଥିଲେ ଯେ ପି.ଏମ୍ ଜନମନ୍ ଯୋଜନାରେ ୧୮ଟି ରାଜ୍ୟରେ ଆଦିବାସୀ ଅଞ୍ଚଳରେ ସୌରଶକ୍ତି ମାଧ୍ୟମରେ ବିଜୁଳି ଯୋଗାଇ ଦିଆଯାଉଛି।
ଅନ୍ୟତମ ଅତିଥି ଭାବେ କେନ୍ଦ୍ର ଶକ୍ତି, ନୂତନ ଓ ଅକ୍ଷୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଲେ ଯେ ଭଗବାନ ବିର୍ସା ମୁଣ୍ଡା ଜନଜାତି ସମାଜର ବନ୍ଧନକୁ ସୁଦୃଢ କରିବା ସହିତ ସେମାନଙ୍କ ଉନ୍ନତି ପାଇଁ ଯେଉଁ ଉଦ୍ୟମ କରିଯାଇଛନ୍ତି ତା’ର ତୁଳନା ନାହିଁ।
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଭୁବନେଶ୍ବର ସାଂସଦଅପରାଜିତା ଷଡଙ୍ଗୀ ପ୍ରମୁଖ ବିର୍ସା ମୁଣ୍ଡାଙ୍କ ଅବଦାନକୁ ସ୍ମରଣ କରିବା ସହିତ ଆଦିବାସୀ ମାନଙ୍କ ଉନ୍ନତି ପାଇଁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ।
ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଗତ ଭାଷଣ ଦେଇଥିଲେ ଏବଂ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com