• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ବିଜେଡିର ଏକ ମାସର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ

Share on FacebookShare on TwitterShare on Whatsapp

-ରାଜ୍ୟ ସରକାରଙ୍କ ବିଫଳତାକୁ ଲୋକଙ୍କ ପାଖରେ ରଖିବ ବିଜେଡି
-ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ମହିଳା ଅସୁରକ୍ଷିତ
-ମଦମୁକ୍ତ ଓଡିଶା ଗଠନ ନାରା ଏବେ ପ୍ରହସନରେ ପରିଣତ
-ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧିଙ୍କ କ୍ଷମତା ଚୋରି କରିଛି ବିଜେପି ସରକାର

 

ଭୁବନେଶ୍ୱର:୨୮/୯-ଚଳିତ ବର୍ଷ ଅକ୍ଟୋବର ୨ ତାରିଖରେ ଗାନ୍ଧୀ ଜୟନ୍ତୀ ଓ ସାର୍ବଜନୀନ ଦଶହରା ପଡୁଥିବାରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜୁ ଜନତା ଦଳ ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ । ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇ ନଭେମ୍ୱର ୯ ତାରିଖ ପର୍ଯ୍ୟନ୍ତ ଏକ ମାସ ଧରି ଏହି କାର୍ଯ୍ୟକ୍ରମ ଜାରି ରହିବ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କ ସହିତ ସମ୍ପର୍କ ସ୍ଥାପନ ସହିତ ଗତ ୧୫ ମାସର ବିଜେପି ସରକାରଙ୍କ ବିଫଳତାକୁ ରାଜ୍ୟବାସୀଙ୍କ ପାଖରେ ପହଞ୍ଚାଯିବ ବୋଲି ଦଳ ତରଫରୁ ଆଜି ଏକ ସାମ୍ୱାଦିକ ସମ୍ମିଳନୀରେ କୁହାଯାଇଛି।

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର ଓ ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦଳର ପଦଯାତ୍ରା କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ବିଫଳତାକୁ ବଖାଣିଥିଲେ। ଶ୍ରୀ ମିଶ୍ର କହିଥିଲେ, ପବିତ୍ର ଗାନ୍ଧୀ ଜୟନ୍ତୀ ଦିନ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ରାଜ୍ୟର ସମସ୍ତ ନିର୍ବାଚନ ମଣ୍ଡଳୀରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ସଙ୍କଳ୍ପ ନିଆଯିବ। ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ ହୋଇ ନଭେମ୍ବର ୯ ତାରିଖ ପର୍ଯ୍ୟନ୍ତ ଏହି ପଦଯାତ୍ରା କାର୍ଯ୍ୟକ୍ରମ ଜାରି ରହିବ। ଏହି ପଦଯାତ୍ରା ସମୟରେ ବିଜେପି ସରକାରଙ୍କ ବିଫଳତାକୁ ଲୋକଙ୍କ ସାମ୍ନାରେ ଉପସ୍ଥାପନ କରାଯିବ।

ଶ୍ରୀମତୀ ମଲ୍ଲିକ କହିଥିଲେ, ବିଜେପି ଅନେକ ମିଥ୍ୟା ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି। କିନ୍ତୁ, କ୍ଷମତାକୁ ଆସିବା ପରେ ବିଜେପି ସରକାରଙ୍କ କାର୍ଯ୍ୟକଳାପ ଦେଖି ରାଜ୍ୟବାସୀ ଅତିଷ୍ଠ ହେଲେଣି । ଗତ ୧୫ ମାସର ବିଜେପି ଶାସନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି ଓ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ହୋଇ ପଡିଛନ୍ତି। ରାଜ୍ୟବାସୀଙ୍କ ପାଇଁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନବୀନ ପଟ୍ଟନାୟକଙ୍କ ସମୟରେ ଆରମ୍ଭ କରାଯାଇଥିବା ବିଏସକେୱାଇ ବହୁତ ଉପକାରୀ ହୋଇଥିଲା ବେଳେ ବିଜେପି ସରକାରଙ୍କ ଦ୍ୱାରା ଆୟୁଷ୍ମାନ ଯୋଜନା ଆସିବା ପରେ ଲୋକମାନେ ସ୍ୱାସ୍ଥ୍ୟସେବା ପାଇବା ପାଇଁ ହନ୍ତସନ୍ତ ହେଉଛନ୍ତି। ମଦମୁକ୍ତ ଓ ନିଶାମୁକ୍ତ ଓଡିଶା ଗଠନ ପାଇଁ ପ୍ରତିଶ୍ରୁତି ଦେଇଥିବା ବେଳେ, ବିଜେପି ସରକାର ଏବେ ୭୦ଟି ନୂଆ ମଦ ଦୋକାନ ଓ ଦୁଇଟି ମଦ କାରଖାନା ଖୋଲୁଛନ୍ତି। ସାର ଅଭାବରୁ ରାଜ୍ୟରେ ଚାଷୀ ଆଜି ରାଜରାସ୍ତାରେ ଛିଡା ହୋଇଛନ୍ତି। ପଞ୍ଚାୟତ ସ୍ତରରେ ନିର୍ବାଚିତ ପ୍ରତିନିଧି ମାନଙ୍କ କ୍ଷମତାକୁ ସଙ୍କୁଚିତ କରି ସରକାର ଗଣତନ୍ତ୍ରକୁ ହତ୍ୟା କରିଛନ୍ତି। ତେଣୁ, ଏହି ସବୁ ପ୍ରସଙ୍ଗକୁ ନେଇ ବିଜେଡି ରାଜ୍ୟ ବିଜେପି ସରକାରଙ୍କୁ ପଦଯାତ୍ରା ମାଧ୍ୟମରେ ଘେରିବ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com