
ଭୁବନେଶ୍ୱର:12/2-ସରକାର ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି। ସେମାନଙ୍କ ମାସିକ ପାରିଶ୍ରମିକ ୧୧,୧୦୦ ରୁ ୧୬,୦୦୦ ଟଙ୍କାକୁ ବଢିଛି। ଏହାଦ୍ୱାରା ରାଜ୍ୟର ୧୩,୭୪୦ ଶିକ୍ଷକ ଉପକୃତ ହେବେ।
ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ କରିବ।
ସୂଚନା ଥାଉକି, ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆ ଯାଇଛି ଯେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୧,୦୦୦ ଟଙ୍କା ରୁ ୧୬,୦୦୦ ଟଙ୍କା ବୃଦ୍ଧି କରା ଯାଇଛି। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ନିୟୋଜିତ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା ।
୨୦୨୫ ଜାନୁଆରୀ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ। ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବା। ସହିତ ରାଜ୍ୟରେ ଏହି ବର୍ଗରେ ଥିବା ୧୩, ୭୪୦ ଶିକ୍ଷକ ଉପକୃତ ହେବେ।