• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ସର୍ବାଧିକ ୯୮ ପ୍ରତିଶତ ଲକ୍ଷପତି ଦିଦି ସୃଷ୍ଟିକରି ନୟାଗଡ ଜିଲ୍ଲା ରାଜ୍ୟରେ ପ୍ରଥମ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:29/5- ପ୍ରଧାନମନ୍ତ୍ରୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ। ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରେ ମିଶନ ଶକ୍ତି ବିଭାଗ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀରେ ଦେଶର ୨୫ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ଲକ୍ଷପତି ଦିଦି ଓ ସରକାରୀ ଅଧିକାରୀ ମାନେ ଯୋଗଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ଆଜିର ଏହି ସମ୍ମିଳନୀ କେବଳ ଆମ ପାଇଁ ଉପଲବ୍ଧିର ଉତ୍ସବ ନୁହେଁ ବରଂ ଏହା ହେଉଛି ଆମର ମହିଳା ନେତୃତ୍ୱ ପ୍ରତି ସଂକଳ୍ପ। ମହିଳା ମାନଙ୍କ ଶକ୍ତି ଓ ଉଦ୍ୟମ ପରିବାର ଓ ଦେଶର ଭବିଷ୍ୟତକୁ ସୁଦୃଢ କରିଥାଏ। ଲକ୍ଷପତି ଦିଦି ଯୋଜନା କେବଳ ଏକ କଲ୍ୟାଣକାରୀ ଯୋଜନା ନୁହେଁ, ଏହା ହେଉଛି ଏକ ସମାବେଶୀ ଓ ସ୍ଥାୟୀ ବିକାଶର ରଣନୀତି। ପ୍ରଧାନମନ୍ତ୍ରୀ ମହିଳାଙ୍କର ରାଜନୈତିକ, ସାମାଜିକ ଏବଂ ଅର୍ଥନୈତିକ ସ୍ୱତନ୍ତ୍ରତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜନୀତିକ କ୍ଷେତ୍ରରେ ମହିଳା ମାନଙ୍କ ପ୍ରତିନିଧିତ୍ୱ ପାଇଁ ନାରୀଶକ୍ତି ବନ୍ଦନ ଅଧିନିୟମ ସଂସଦରେ ପାରିତ ହୋଇଛି। ଏହା ମାଧ୍ୟମରେ ଆଗାମୀ ନିର୍ବାଚନରେ ଅତି କମରେ ୩୩ ପ୍ରତିଶତ ମହିଳା ଲୋକସଭା ଓ ବିଧାନସଭାକୁ ନିର୍ବାଚିତ ହୋଇ ଆସିବେ ବୋଲି ସେ କହିଥିଲେ।
ଓଡିଶା ଲକ୍ଷପତି ଦିଦି ମିଶନକୁ ପ୍ରତିବଦ୍ଧତାର ସହ କାର୍ଯ୍ୟକାରୀ କରିଛି। ପ୍ରାୟ ୧୭ ଲକ୍ଷ ମହିଳାଙ୍କୁ ଲକ୍ଷପତି ଦିଦି ଭାବେ ଗଢି ଆଜି ଓଡିଶା ଭାରତ ବର୍ଷରେ ପ୍ରଥମ ସ୍ଥାନ ଅଧିକାର କରିଛି। ଏହି ସଫଳତା ଆମ ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କ ନିଷ୍ଠା, ମିଶନ ଶକ୍ତି ଏବଂ ଓଡିଶା ଜୀବିକା ମିଶନର ଆନ୍ତରିକତା ଓ ତୃଣମୂଳ ସ୍ତରରେ ଦକ୍ଷତାପୂର୍ଣ୍ଣ କାର୍ଯ୍ୟର ଫଳସ୍ୱରୂପ ଆମକୁ ମିଳିଛି।

ସେ କହିଥିଲେ, ଓଡିଶାର ସମସ୍ତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ୠଣ ଉପଲବ୍ଧ କରାଯାଉଛି। ରିଭଲଭିଂ ଫଣ୍ଡ ସହାୟତାକୁ ୧୫ ହଜାର ଟଙ୍କାରୁ ବଢାଇ ୩୦ ହଜାର ଟଙ୍କାକୁ କରାଯାଇଛି। କମୁନିଟି ଇନଭେଷ୍ଟମେଣ୍ଟ ଫଣ୍ଡକୁ ବଢାଇ ୩୫ ଲକ୍ଷ ଟଙ୍କାରୁ ୬୦ ଲକ୍ଷ ଟଙ୍କାକୁ କରାଯାଇଛି। ଏହା ଦ୍ୱାରା ଏସଏଚଜି ସଦସ୍ୟା ମାନେ ନିଜ ବ୍ୟବସାୟ ଓ ଜୀବିକାକୁ ଆତ୍ମ ବିଶ୍ୱାସର ସହ ଆଗକୁ ନେଇ ପାରୁଛନ୍ତି। ସୁଭଦ୍ରା ଶକ୍ତି ମେଳା ମାଧ୍ୟମରେ ସେମାନେ ଲକ୍ଷାଧିକ ଟଙ୍କାର ବ୍ୟବସାୟ କରି ନିଜର ପରିଚୟ ସୃଷ୍ଟି କରିବା ସହିତ ଆତ୍ମବିଶ୍ୱାସ ବଢାଇ ପାରୁଛନ୍ତି। ଆମର ସୁଭଦ୍ରା ଶକ୍ତି କାଫେ ଏକ ନୂଆ ଜୀବିକା ମଡେଲ୍ ଭାବେ ଆରମ୍ଭ ହୋଇଛି। ଏହା ମାଧ୍ୟମରେ ସେମାନେ ବଡ ବଡ କାଫେ ଚଳାଉଛନ୍ତି। ଆମ ମହିଳା ମାନଙ୍କ ନିଷ୍ଠା ଓ କଠିନ ପରିଶ୍ରମ ବର୍ତ୍ତମାନ ବ୍ୟବସାୟ ଜରିଆରେ ଅନ୍ତର୍ଜାତୀୟ ବଜାରରେ ପ୍ରବେଶ କରୁଛି। ଆମ ସରକାର ଓଡିଶାର ପ୍ରତି ମହିଳାଙ୍କ ବିକାଶ ପାଇଁ ସଠିକ ପରିବେଶ, ସମର୍ଥନ ଓ ସାଧନ ଯୋଗାଇଦେବା ପାଇଁ ପ୍ରତିବଦ୍ଧ ଅଛନ୍ତି। ମହିଳାମାନଙ୍କୁ ଉଦ୍ୟୋଗୀ ଓ ନେତୃତ୍ୱ କ୍ଷେତ୍ରରେ ଆଗକୁ ବଢାଇବା ପାଇଁ ଆମେ ସମସ୍ତ ଉଦ୍ୟମ ଜାରି ରଖିଛୁ। ଆମର ଲକ୍ଷ୍ୟ ହେଉଛି ଲକ୍ଷପତି ଦିଦି କେବଳ ମହିଳା ମାନଙ୍କ ଜୀବିକା ନୁହେଁ, ଏହାକୁ ମହିଳା ମାନଙ୍କ ଗରିମା ବୃଦ୍ଧି, ସ୍ୱାବଲମ୍ବନଶୀଳତା ଓ ନେତୃତ୍ୱର ଆନ୍ଦୋଳନ ରୂପେ ପରିଣତ କରିବା।

ଏହି ଅବସରରେ ରାୟଗଡା ଜିଲ୍ଲାର ଲକ୍ଷପତି ଦିଦି ବିନ୍ଧ୍ୟବାଶିନୀ, ମହାରାଷ୍ଟ୍ରର ଶୋଭା ଦିଗମ୍ବର କଦମ୍ ସେମାନଙ୍କର ସଫଳତାର ଅନୁଭୂତି ଓ ଅଭିଜ୍ଞତା ବର୍ଣ୍ଣନା କରିଥିଲେ।
ମୁଖ୍ୟମନ୍ତ୍ରୀ ଶ୍ରେଷ୍ଠ ଲକ୍ଷପତି ଦିଦି ଭାବରେ ଦେବଗଡ ଜିଲ୍ଲାର ଶକୁନ୍ତଳା ଧଳ, ଗଜପତି ଜିଲ୍ଲାର ସୁଲମୀ ଦଳବେହେରା ଏବଂ କେନ୍ଦ୍ରାପଡା ଜିଲ୍ଲାର ମମତା ନାଥ ଶର୍ମାଙ୍କୁ ପୁରସ୍କୃତ କରିଥିଲେ । ଜିଲ୍ଲାରେ ୯୮ ପ୍ରତିଶତ ଲକ୍ଷପତି ଦିଦି ସୃଷ୍ଟି କରି ପ୍ରଥମ ସ୍ଥାନ ଅଧିକାର କରିଥିବା ନୟାଗଡ ଜିଲ୍ଲା ଏବଂ ୯୭ ପ୍ରତିଶତ ଲକ୍ଷପତି ଦିଦି ସୃଷ୍ଟି କରି ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା କେନ୍ଦ୍ରାପଡା, କଟକ, ଭଦ୍ରକ, ଜଗତସିଂହପୁର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିବା ସହିତ ରାଜ୍ୟସ୍ତରରେ ଶ୍ରେଷ୍ଠ ଅଧିକାରୀ ଭାବେ ଓଡିଶା ଜୀବିକା ମିଶନ, ଭୁବନେଶ୍ୱରର ଦେବୀ ପ୍ରସାଦ ନାୟକଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଲକ୍ଷପତି ଦିଦିଙ୍କ ଉପରେ ପର୍ଯ୍ୟବସିତ ଏକ ଭିଡିଓ, ଏକ କଫି ଟେବୁଲ ବୁକ୍ ଓ ବୁକଲେଟ୍ ଉନ୍ମୋଚନ କରିଥିଲେ।

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଉଦବୋଧନ ଦେଇ କହିଥିଲେ ଯେ, ଲକ୍ଷପତି ଦିଦି ଯୋଜନା କେବଳ ଏକ କାର୍ଯ୍ୟକ୍ରମ ନୁହେଁ, ଏହା ଏକ ଆନ୍ଦୋଳନ। ଯାହା ମହିଳା ମାନଙ୍କୁ ଘର ଚାରି କାନ୍ଥ ମଧ୍ୟରୁ ବାହାର କରି ବିକାଶ ସ୍ରୋତରେ ଯୋଡୁଛି। ଏହି ଲକ୍ଷପତି ଦିଦି ସୃଷ୍ଟି କରାଇବାରେ ଓଡିଶା ଲଗାତର ଭାବେ ଏକ ନମ୍ବର ସ୍ଥାନରେ ରହିଛି। କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶିକା ମୋନିକା ପ୍ରିୟଦର୍ଶିନୀ ଧନ୍ୟବାଦ ଅର୍ପଣ କରିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com