• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ ସେଥିପାଇଁ ପୋଲିସ ସମସ୍ତ ଉପାୟ ଅବଲମ୍ୱନ କରୁ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୧୨I୮-ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ। ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନ ମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି। ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ।

ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସ କାର୍ଯ୍ୟ ଅବ୍ୟାହତ ରଖିଛି । ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା, ଆଡଭୋକେଟ ଜେନେରାଲ, ମୁଖ୍ୟ ଶାସନ ସଚିବ , ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ , ପୋଲିସ ମହା ନିର୍ଦ୍ଦେଶକ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗ ଦେଇଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com