• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପ୍ରବାସୀ ଭାରତୀୟ ଦିବସ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

Share on FacebookShare on TwitterShare on Whatsapp

୭ ହଜାର ପ୍ରବାସୀ ଆସିବେ, ଏବେ ସୁଦ୍ଧା ୨୭୪୮ ଜଣ ଅତିଥିଙ୍କ ପଞ୍ଜିକରଣ

ପ୍ରଧାନମନ୍ତ୍ରୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ

ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି ଚନ୍ଦକା ଗୋଡିବାରି ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ

ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ଜନସାଧାରଣଙ୍କୁ ନିବେଦନ

ଭୁବନେଶ୍ୱର:31/12/2024-ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି। ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ। ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ମାଧ୍ୟମ।

ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ। ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରି ସାରିଲେଣି । ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ( Ms Christine Carla Kangaloo) ଯୋଗଦେବେ। ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟ ଶଙ୍କର, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରମୁଖ ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ।

ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆସନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି। ସେହିପରି ବିଦେଶରୁ ଆସୁଥିବା ଅତିଥିମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି। ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି। ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ। ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବି.ଏମ୍.ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।

ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ। ଏହାର ଦୂରଦର୍ଶନରେ ସିଧା ପ୍ରସାରଣ ମଧ୍ୟ କରାଯିବ। ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥିମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି। ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ। ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି। ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି। ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି।ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com