
ଭୁବନେଶ୍ୱର:5/8-ଶୋଭନା ମହାନ୍ତି ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇଛନ୍ତି। ସେହିପରି ବବିତା ପାତ୍ରଙ୍କୁ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତ ଦିଆଯାଇଛି। କାର୍ଯ୍ୟରେ ଯୋଗ ଦେବା ଦିନଠାରୁ ୩ ବର୍ଷ ପର୍ଯ୍ୟନ୍ତ ବା ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଯେଉଁଟି ଆଗ ପଡ଼ିବ ସେତେଦିନ ପର୍ଯ୍ୟନ୍ତ ସେମାନେ ଏହି ପଦବୀରେ କାର୍ଯ୍ୟ କରିବେ। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି।



ଏହାବ୍ୟତୀତ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗରେ ଛଅ ଜଣ ସଦସ୍ୟଙ୍କୁ ମଧ୍ୟ ନିଯୁକ୍ତ ମିଳିଛି। ସେମାନେ ହେଲେ ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ ଓ ସୁଜାତା ନାୟକ।