• About
  • Contact
Wednesday, June 3, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପାଞ୍ଚବର୍ଷରେ ଖାଲିଥିବା ସମସ୍ତ ଦେଢଲକ୍ଷ ପଦ ପୂରଣ ହେବ:ମୁଖ୍ୟମନ୍ତ୍ରୀ

Share on FacebookShare on TwitterShare on Whatsapp

ତିନିଟି ବିଭାଗରେ ୫୯୧ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର:୧୧/୧୨- ଯିଏ ଯେଉଁ ପଦବୀରେ ବି ଅବସ୍ଥାପିତ ଥାଆନ୍ତୁ ନା କାହିଁକି ସରକାରୀ ଚାକିରୀକୁ ସବୁବେଳେ ଜନସେବା ଭାବେ ମନେ କରିବେ। ସରକାରୀ ଚାକିରି ମିଳିଯିବା ପରେ କେବେ ହେଲେ କାର୍ଯ୍ୟରେ ଅବହେଳା କରିବେ ନାହିଁ ଓ ଦୁର୍ନୀତି ଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ତ୍ରୟୋଦଶ ନିଯୁକ୍ତି ମେଳା ୨୦୨୫ ଅବସରରେ ନବନିଯୁକ୍ତମାନଙ୍କୁ ଉପଦେଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ଜଳସେଚନ କାର୍ଯ୍ୟର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।


ନିଯୁକ୍ତି ମେଳାରେ ଜଳ ସମ୍ପଦ ବିଭାଗର ୨୩୨ ଜଣ, ପୂର୍ତ୍ତ ବିଭାଗର ୧୯୭ ଜଣ, ଓ ଗୃହ ଓ ନଗର ଉନ୍ନୟନ ବିଭାଗର ୧୪୨ ଜଣ ସହାୟକ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ୫ ଜଣ ଅର୍ଥ ଓ ହିସାବ ଅଧିକାରୀ ଏବଂ ୧୫ ଜଣ ଯୋଜନା ସହାୟକ ଏହିପରି ସମୁଦାୟ ୫୯୧ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗତ ବର୍ଷ ଜୁନ୍ ମାସରୁ ଆଜି ଭିତରେ ଅର୍ଥାତ ୧୮ ମାସ ମଧ୍ୟରେ ୩୭ ହଜାର ୯୧୬ ଜଣଙ୍କୁ ନିଯୁକ୍ତି ଦିଆଗଲାଣି। ଆଗାମୀ ଛ’ ମାସ ମଧ୍ୟରେ ଆଉ ୩୦ ହଜାର ପଦବୀ ପୂରଣ କରିବା ପାଇଁ କାର୍ଯ୍ୟ ଜାରି ରଖିଛୁ। ପାଞ୍ଚ ବର୍ଷରେ ଖାଲିଥିବା ସମସ୍ତ ଦେଢ ଲକ୍ଷ ପଦ ପୂରଣ କରିବା ସହ ଦୁଇ ବର୍ଷ ଭିତରେ ୬୫ ହଜାର ସରକାରୀ ପଦବୀ ପୂରଣ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତି ଦେଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ମଧ୍ୟ ଲୋକାର୍ପିତ କରିଥିଲେ। ଏହି ଯୋଜନା ପାଇଁ ୨୭୩୮ କୋଟି ଟଙ୍କା ମଞ୍ଜୁର କରାଯାଇଛି ଏବଂ ଏହାଦ୍ୱାରା ଆଗାମୀ ୫ ବର୍ଷରେ ୩ ହଜାର ନୂଆ ଚେକ୍ ଡ୍ୟାମ୍ ନିର୍ମାଣ ହେବା ସହିତ ୨ ହଜାର ପୁରୁଣା ଚେକ୍ ଡ୍ୟାମ୍‌ର ପୁନଃରୁଦ୍ଧାର କରାଯିବ। ଏହାଦ୍ୱାରା ରାଜ୍ୟରେ ପ୍ରାୟ ୪୮ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିପାରିବ। ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନାରେ ରାଜ୍ୟର ୨୨ ଟି ଜିଲ୍ଲାରେ ୧୦୧ ଟି ଚେକ୍‌ଡ୍ୟାମ୍ ଲୋକାର୍ପିତ କରାଯାଇଥିଲା। ଏଥିପାଇଁ ୭୦ କୋଟି ୨୭ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ୨୪୧୬ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିବ। ମୁଖ୍ୟମନ୍ତ୍ରୀ ଆଡିବନ୍ଧ ଯୋଜନା ୩.୦ ରେ ଆଜି ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ୨୦୧ ଟି ଚେକ୍‌ଡ୍ୟାମ୍ ପାଇଁ ଭିତ୍ତିପ୍ରସ୍ତର ମଧ୍ୟ ରଖାଯାଇଛି । ପ୍ରାୟ ୧୬୦ କୋଟି ଟଙ୍କା ବିନିଯୋଗରେ ଏହା ନିର୍ମାଣ କରାଯିବ ଏବଂ ଏହାଦ୍ୱାରା ୫୩୪୨ ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବ ।

ଆଡ଼ିବନ୍ଧ ଯୋଜନା ସହିତ ଆଉ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ୧୨୫ କୋଟି ଟଙ୍କା ବିନିଯୋଗରେ ମୟୁରଭଞ୍ଜ ଓ ଗଜପତି ଜିଲ୍ଲାରେ ଦୁଇଟି ବୃହତ୍ ଉଠା ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ କରାଯାଇଛି। ଏହାଦ୍ୱାରା ୪ ହଜାର ହେକ୍ଟର ଜମିରେ ଜଳସେଚନର ସୁବିଧା ମିଳିବା ସହିତ ପ୍ରାୟ ୧୦ ହଜାର ଚାଷୀ ଉପକୃତ ହେବେ। ଏହା ସହିତ ଆନନ୍ଦପୁର ବ୍ୟାରେଜର ଶାଳନ୍ଦୀ ବାମପାର୍ଶ୍ୱ କେନାଲର ପ୍ରାୟ ୧୪ କିଲୋମିଟର ଅଞ୍ଚଳରୁ ବାଲେଶ୍ୱର ଜିଲ୍ଲାର ପ୍ରାୟ ୧୦ ହଜାର ହେକ୍ଟର ଚାଷ ଜମିକୁ ଭୂ-ତଳ ଜଳସେଚନ ବ୍ୟବସ୍ଥାର ଲୋକାର୍ପଣ କରାଯାଇଛି। ଅନୁଗୋଳ ଜିଲ୍ଲାର ଅଙ୍ଗପଡ଼ା ଠାରେ ୩୩ କୋଟି ଟଙ୍କା ବିନିଯୋଗରେ ଏକ ନୂତନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୩୫୫ କୋଟି ଟଙ୍କା ବିନିଯୋଗରେ ସମ୍ୱଲପୁର ଜିଲ୍ଲାରେ ୬ ଟି ବୃହତ ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ପ୍ରାୟ ୧,୫୧୫ କୋଟି ଟଙ୍କା ବିନିଯୋଗରେ ରାଜ୍ୟର ୨୦ ଟି ଜିଲ୍ଲାରେ ୨୮, ୩୦୨ ଟି ଉଠା ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ଉଦ୍‌ଘାଟିତ ହୋଇଥିବା ଜଳସେଚିତ ପ୍ରକଳ୍ପ ଗୁଡ଼ିକ ଦ୍ୱାରା ୧୬,୨୫୨ ହେକ୍ଟର ଚାଷଜମିରେ ଜଳସେଚନର ସୁବିଧା ସହିତ ୬୪ ହଜାର ଚାଷୀ ଭାଇ ଉପକୃତ ହେବେ। ସେହିପରି ଭିତ୍ତିପ୍ରସ୍ତର ରଖାଯାଇଥିବା ପ୍ରକଳ୍ପ ଦ୍ୱାରା ୧, ୫୫,୩୬୦ ହେକ୍ଟର ଜମିରେ ଜଳସେଚନ ସୁବିଧାର ବିକାଶ ହେବ ଏବଂ ପ୍ରାୟ ୬୩ ହଜାର କୃଷକ ଉପକୃତ ହେବେ। ସମୁଦାୟ ପ୍ରାୟ ୧ ଲକ୍ଷ ୨୭ ହଜାର କୃଷକ ଉପକୃତ ହେବେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ଉଚ୍ଚସ୍ତରୀୟ ପରାମର୍ଶ ବୈଠକ

by ସଂକ୍ଷିପ୍ତ ଖବର
June 3, 2026

ସହରୀ ବିକାଶ ପରିଚାଳନା ପାଇଁ ନାହାନ୍ତି ଆବଶ୍ୟକ ଟାଉନ ପ୍ଲାନର   ଭୁବନେଶ୍ୱର:୨/୬-ଓଡ଼ିଶାର ଦ୍ରୁତ ବିକାଶଶୀଳ ସହରୀ ପରିଦୃଶ୍ୟକୁ ଦୃଷ୍ଟିରେ ରଖି ରାଜ୍ୟର ସହରୀ ଯୋଜନା ବ୍ୟବସ୍ଥାକୁ...

Read more

ପୁରୀରେ ହେବ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀ ବୈଠକ

June 2, 2026

ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ରାଜ୍ୟପାଳଙ୍କ ଆହ୍ୱାନ

May 31, 2026

ଶ୍ରୀଜଗନ୍ନାଥଙ୍କ ଜମିର ସମାଧାନ ନା ପ୍ରହସନ !

May 29, 2026

ପାରାଦୀପରେ ମେଗା ଷ୍ଟିଲ ପ୍ଲାଣ୍ଟର ଶିଳାନ୍ୟାସ

May 27, 2026

ରାଜ୍ୟସଭାରୁ ଦେବାଶିଷଙ୍କ ଇସ୍ତଫା

May 26, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com