ଭୁବନେଶ୍ୱର:୨୦/୧୦-୭୧-ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ୨୦ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା। ଧାର୍ଯ୍ୟ ସମୟ ସୁଦ୍ଧା ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ପାର୍ଟିର ଜୟ ଢୋଲକିଆ, ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା । ଏମାନଙ୍କ ସହିତ ୧୧ ଜଣ ସ୍ୱାଧୀନ ପ୍ରାର୍ଥୀ ମଧ୍ୟ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ୱାଧୀନ ପ୍ରାର୍ଥୀମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି।
ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ।