• About
  • Contact
Friday, February 6, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଏପ୍ରିଲ ୧ ରୁ ୧୪ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯିବ

Share on FacebookShare on TwitterShare on Whatsapp

ଭୁବନେଶ୍ୱର:୫/୨-ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯିବ। ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ଏପ୍ରିଲ ୧୪ ତାରିଖ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ଏହି ଓଡ଼ିଆ ପକ୍ଷ ପାଳନ କରାଯିବ।ଗତବର୍ଷ ପ୍ରଥମ ଥର ପାଇଁ ସାରା ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ କରାଯାଇଥିବା ବେଳେ ଚଳିତ ବର୍ଷ ଏହାକୁ ଆହୁରି ଭବ୍ୟ ରୂପେ ଯେପରି ପାଳନ କରାଯିବ ସେ ନେଇ ସଂସ୍କୃତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଓଡ଼ିଆ ପକ୍ଷ ପାଳନ ସମୟରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମକୁ ତୃଣମୂଳ ସ୍ତରରେ ଆୟୋଜନ କରାଇବା ଏବଂ ଏଥିରେ ସମସ୍ତ ଜନସାଧାରଣଙ୍କ ଅଂଶୀଦାରିତାକୁ ସୁନିଶ୍ଚିତ କରାଇବା ଉପରେ ସଂସ୍କୃତି ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।

ଓଡ଼ିଆ ପକ୍ଷ ପାଳନ ସମୟରେ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେବାର ଯୋଜନା ରହିଛି। ଓଡ଼ିଶା ଦିବସ, ଖଡ଼ିଛୁଆଁ ଦିବସ, ପାରମ୍ପରିକ ପୋଷାକ ଦିବସ, ବର୍ଣ୍ଣ ଦିବସ, ଲୋକକଳା ଦିବସ, ପାରମ୍ପରିକ ଖାଦ୍ୟ ଦିବସ, ସ୍ୱଚ୍ଛତା ଦିବସ, ରକ୍ତଦାନ ଅଭିଯାନ, ଓଡ଼ିଆରେ ନାମ ଫଳକ ଅଭିଯାନ, ଐତିହ୍ୟ ଗଣ ଦୌଡ଼, ଯୁବ ଲେଖକ ସମ୍ମିଳନୀ, ବରପୁତ୍ରଙ୍କ ଉପରେ ଆଲୋଚନା ଚକ୍ର ଆଦି କାର୍ଯ୍ୟକ୍ରମ ଆୟୋଜନ ହେବାର ଯୋଜନା ରହିଛି।

ଓଡ଼ିଆ ପକ୍ଷ ପାଇଁ ସ୍ୱତନ୍ତ୍ର ଲୋଗୋ ପ୍ରସ୍ତୁତି ସହ ଏକ ସ୍ୱତନ୍ତ୍ର ୱେବସାଇଟ ନିର୍ମାଣ କରାଯିବ। ଏଥିସହ ଓଡ଼ିଆ ପକ୍ଷ କୁଇଜ୍ ପ୍ରତିଯୋଗିତା ଆୟୋଜନ କରାଯାଇ ସମସ୍ତ ପ୍ରତିଯୋଗୀମାନଙ୍କୁ ଡିଜିଟାଲ ପ୍ରମାଣପତ୍ର ପ୍ରଦାନ କରାଯିବ। ଚଳିତ ବର୍ଷ ପ୍ରବାସୀ ଓଡ଼ିଆମାନଙ୍କୁ ମଧ୍ୟ ଓଡ଼ିଆ ପକ୍ଷ ପାଳନରେ ସାମିଲ କରିବା ପାଇଁ ଯୋଜନା ରହିଛି। ଏଥିସହ ପକ୍ଷ ପାଳନ ସମୟରେ ଯୁବପିଢ଼ି ଏବଂ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ ଯେପରି ସମସ୍ତ କାର୍ଯ୍ୟକ୍ରମରେ ସାମିଲ ହେବେ ଏହାକୁ ସୁନିଶ୍ଚିତ କରାଯିବ। ଏଥିସହ ଓଡ଼ିଆ ପକ୍ଷ ପାଳନ ସମୟରେ ଓଡ଼ିଶାର ଉପାନ୍ତ ଅଞ୍ଚଳରେ ଓଡ଼ିଆ ସାହିତ୍ୟ ଓ ସଂସ୍କୃତିକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବାର ଯୋଜନା ରହିଛି।

ଓଡ଼ିଆ ସଂସ୍କୃତି ସହ ପୁନଃ ସଂଯୋଜିତ ହୋଇ ଆମ ଓଡ଼ିଆ ଘରର ଚାଲି ଚଳଣି, ଗାଥା ଗୌରବ, ଆମ ପରମ୍ପରା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ବିଶ୍ୱ ବିଦିତ କରିବା ହେଉଛି ଓଡ଼ିଆ ପକ୍ଷ ପାଳନର ମୂଳ ଲକ୍ଷ୍ୟ। ବିଗତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ଓଡ଼ିଆ ପକ୍ଷ ପାଳନ କରାଯାଇଥିଲା। ଚଳିତ ବର୍ଷ ଏହାକୁ ଭବ୍ୟତାର ସହ ପାଳନ କରିବା ପାଇଁ ଆମର ଲକ୍ଷ୍ୟ ରହିଛି। ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ସହଯୋଗରେ ବ୍ଲକ ଠାରୁ ଆରମ୍ଭ କରି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଯେପରି ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରାଯିବ ତାହା ଉପରେ ପ୍ରାଧାନ୍ୟ ଦିଆଯାଉଛି ବୋଲି ସଂସ୍କୃତି ମନ୍ତ୍ରୀ କହିଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

୨୦୨୬-୨୭ ବଜେଟକୁ ଲୋକଙ୍କ ବଜେଟ ଭାବେ ପ୍ରସ୍ତୁତ କରାଯିବ- ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
February 5, 2026

ଭୁବନେଶ୍ୱର:୫/୨-ଜନସାଧାରଣଙ୍କ ଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ୱାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନିତ କରାଯାଉଛି। ଏହା ସବୁ ଦୃଷ୍ଟିରୁ ଲୋକଙ୍କ ବଜେଟ ହେବ...

Read more

ହ୍ୱାଟ୍ସଆପ ନମ୍ବର-୯୪୩୭୨୯୨୦୦୦ରୁ ମିଳିବ ଆଉ ୧୧ଟି ରାଜସ୍ୱ ସେବା

February 5, 2026

ଶ୍ୱେତଗଙ୍ଗାରେ ପିଣ୍ଡଦାନ କରି ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

February 4, 2026

ଓଡ଼ିଆ ଅସ୍ମିତାର ଯୁଗ ପୁରୁଷ ଥିଲେ ମଧୁବାବୁ

February 4, 2026

ଇନ୍ଫୋସିଟି ଛକରେ ପଥ ଉତ୍ସବ

February 3, 2026

ମା’ ତାରା ତାରିଣୀଙ୍କ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ

February 3, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com