• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ଓଡ଼ିଶା ଦିବସ ଠାରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳନ ହେବ ଓଡ଼ିଆ ପକ୍ଷ

Share on FacebookShare on TwitterShare on Whatsapp

-ଚଉଦ ଦିନଧରି ସରକାରଙ୍କ ପକ୍ଷରୁ ବ୍ଲକଠାରୁ ରାଜ୍ୟସ୍ତର ପର୍ଯ୍ୟନ୍ତ କରାଯିବ ବିଭିନ୍ନ କାର୍ଯ୍ୟକ୍ରମ

-ପାରମ୍ପରିକ ପୋଷାକରେ ପ୍ରଦର୍ଶିତ ହେବ ଆମ ଓଡ଼ିଆ ଅସ୍ମିତା,  ଓଡ଼ିଆ ଖାଦ୍ୟକୁ ନେଇ ଆୟୋଜିତ ହେବ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ

-ଓଡ଼ିଆ ଭାଷା ଓ ସାହିତ୍ୟର ପରିଚୟ ବର୍ଣ୍ଣବୋଧକୁ ନେଇ “ବର୍ଣ୍ଣବୋଧ ଉତ୍ସବ” ଓ ପୁସ୍ତକ ପଠନକୁ ପ୍ରୋତ୍ସାହନ ଦେବା ପାଇଁ “ଆସ ବହିଟିଏ କିଣିବା” କାର୍ଯ୍ୟକ୍ରମର ଆୟୋଜନ ନିଷ୍ପତ୍ତି

-ସମ୍ମାନିତ ହେବେ ବରିଷ୍ଠ ଲୋକ କଳାକାର, ଯୁବ ଲେଖକମାନଙ୍କ ପାଇଁ ହେବ ସମ୍ମିଳନୀର ଆୟୋଜନ

-ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ଭବ୍ୟ ଏବଂ ଦିବ୍ୟ ଆକାରରେ ପାଳିତ ହେବ ଓଡ଼ିଆ ପକ୍ଷ

-ଓଡ଼ିଆ ସଂସ୍କୃତି ଓ ପରମ୍ପରାକୁ ପୁନଶ୍ଚ ବିଶ୍ୱ ବିଦିତ କରାଇବା ଲକ୍ଷ୍ୟ

 

ଭୁବନେଶ୍ୱର:୩୦ ମାର୍ଚ୍ଚ- ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ପାଳନ ଠାରୁ ଆରମ୍ଭ କରି ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ଆଡ଼ମ୍ବରର ସହ “ଓଡ଼ିଆ ପକ୍ଷ” ପାଳନ କରାଯିବ। ଏହି ଭବ୍ୟ ଏବଂ ଦିବ୍ୟ ସମାରୋହକୁ ପାଳନ କରିବା ପାଇଁ ବ୍ଲକସ୍ତରରୁ ନେଇ ରାଜ୍ୟସ୍ତର ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବ। କାର୍ଯ୍ୟକ୍ରମରେ ଲୋକମାନଙ୍କୁ ସାମିଲ କରାଯିବ। ଓଡ଼ିଆ ସାଂସ୍କୃତିକ ମୂଲ୍ୟବୋଧ, ଚାଲି ଚଳଣି, ଗାଥା ଗୌରବ ଓ ଆମ ପରମ୍ପରାକୁ ପୁନଶ୍ଚ ବିଶ୍ୱ ବିଦିତ କରିବା ଲକ୍ଷ୍ୟରେ ଓଡ଼ିଆ ପକ୍ଷକୁ ପାଳନ କରାଯିବ ବୋଲି କହିଛନ୍ତି ସଂସ୍କୃତିମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଆଜି ସଂସ୍କୃତି ଭବନ ଠାରେ ଆୟୋଜିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ମନ୍ତ୍ରୀ ଶ୍ରୀ ସୂରଜ ଓଡ଼ିଆ ପକ୍ଷ ପାଳନକୁ ନେଇ ସବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଓଡ଼ିଆ ପକ୍ଷରେ ପାଳନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ଗୁଡ଼ିକ ହେଲା :

ଏପ୍ରିଲ ୧-ସ୍ଵତନ୍ତ୍ର ଭାଷା ଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ରାଜ୍ୟ, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସ ପାଳନ କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ପାଳନ କରାଯିବ।

ଏପ୍ରିଲ ୨-ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ କରାଯିବ।

ଏପ୍ରିଲ ୩-ପାରମ୍ପରିକ ଓଡ଼ିଆ ପୋଷାକ ତଥା ଓଡ଼ିଶାର ହସ୍ତତନ୍ତ, ବୟନ ଶିଳ୍ପର ପ୍ରଚାର-ପ୍ରସାର ପାଇଁ ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ପାରମ୍ପରିକ ପୋଷାକ ପରିଧାନ- “ଆମ ପୋଷାକ ଆମ ପରିଚୟ” ଦିବସ ପାଳନ କରାଯିବ।

ଏପ୍ରିଲ ୪-ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଓଡ଼ିଆ ନାମ ଫଳକର ବ୍ୟବହାର ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରାର ଆୟୋଜନ କରାଯିବ।

ଏପ୍ରିଲ ୫-କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ଏପ୍ରିଲ ୬-ଓଡ଼ିଶାରେ ଥିବା ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକୁ ସର୍ବଦା ସ୍ୱଚ୍ଛ ରଖିବା ପାଇଁ ସ୍ୱଚ୍ଛତା ଅଭିଯାନର ଆୟୋଜନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯିବ।

ଏପ୍ରିଲ ୭-ଓଡ଼ିଆ ଭାଷାର ପ୍ରାରମ୍ଭିକ ପରିଚୟ ପ୍ରଦାନ କରୁଥିବା ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ “ବର୍ଣ୍ଣବୋଧ” ନିମନ୍ତେ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ ଭାବେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହା ପାଳନ କରାଯିବ।

ଏପ୍ରିଲ ୮-ରେଡ଼କ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦିନ ରକ୍ତଦାନ ଅଭିଯାନ ପାଳନ କରାଯିବ।

ଏପ୍ରିଲ ୯-ଓଡ଼ିଆ ସାହିତ୍ୟ ଓ ପୁସ୍ତକ ପଠନକୁ ପ୍ରୋତ୍ସାହନ ଦେବା ପାଇଁ ଏହି ଦିନଟିକୁ “ଆସ ବହିଟିଏ କିଣିବା” ଅଭିଯାନ ଭାବରେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।

ଏପ୍ରିଲ ୧୦-ଓଡ଼ିଶାର ଲୋକକଳାକୁ ବିଶ୍ୱ ବିଦିତ କରିବା ପାଇଁ “ଲୋକକଳା ପାଇଁ ଦିନ ଟିଏ -ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ ଉତ୍ସବର ପାଳନ କରାଯିବ। ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।

ଏପ୍ରିଲ ୧୧-ଓଡ଼ିଶା ସାହିତ୍ୟ ଏକାଡେମୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଦିନରେ ଯୁବ ଲେଖକ ସମ୍ମିଳନୀର ଆୟୋଜନ କରାଯିବ।

ଏପ୍ରିଲ ୧୨-ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ରମାନଙ୍କ ଉପରେ ଆଲୋଚନା କରାଯିବ।

ଏପ୍ରିଲ ୧୩-ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ଖାଦ୍ୟ ପରମ୍ପରାକୁ ପାଳନ କରିବା ପାଇଁ “ପାରମ୍ପାରିକ ଖାଦ୍ୟ ପାଳନ ଅଭିଯାନ- ଆମ ରୁଚି ଆମ ଖାଦ୍ୟ” ଉତ୍ସବ ପାଳନ କରାଯିବ। ପଞ୍ଚାୟତିରାଜ ଓ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯିବ।

ଏପ୍ରିଲ ୧୪-ଓଡ଼ିଆ ନବବର୍ଷକୁ ମହା ଆଡ଼ମ୍ବର ସହକାରେ ପାଳନ କରାଯିବ।

ଏଥିସହ ସଫଳତାର ସହ ଓଡ଼ିଆ ପକ୍ଷ ପାଳନକୁ ସୁନିଶ୍ଚିତ କରିବା ପାଇଁ ମନ୍ତ୍ରୀ ଶ୍ରୀ ସୂରଜ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରିଥିଲେ। ବୈଠକରେ ବିଭିନ୍ନ ବିଭାଗର ସଚିବ ଓ ଆଭାସୀ ମାଧ୍ୟମରେ ଜିଲ୍ଲାପାଳମାନେ ଯୋଗ ଦେଇଥିଲେ। ଓଡ଼ିଆ ପକ୍ଷକୁ ଯେପରି ସୁଚାରୁ ରୂପେ ମହା ଆଡ଼ମ୍ବରର ସହ ପାଳନ କରାଯିବ ଏବଂ ପ୍ରତ୍ୟେକ କାର୍ଯ୍ୟକ୍ରମରେ ଯେପରି ଅଧିକରୁ ଅଧିକ ଲୋକ ସାମିଲ ହେବେ ତାହାକୁ ସୁନିଶ୍ଚିତ କରିବା ପାଇଁ ମନ୍ତ୍ରୀ ସଚିବ ଓ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com