• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠିରୁ ଓଡିଶା ପାଇଁ ମିଳିବ ହଜାରେ କୋଟି

Share on FacebookShare on TwitterShare on Whatsapp

ଭୁବନେଶ୍ୱର: ୭/୧୧- ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଜୟରାମ ଗଡକରୀଙ୍କ ଦ୍ୱାରା ୮୪ତମ ଭାରତୀୟ ସଡକ କଂଗ୍ରେସ ସମାବେଶ ଉଦଘାଟିତ ହୋଇଛି। ଏହି ଅବସରରେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ଓଡିଶା ପାଇଁ ୧୦୦୦ କୋଟି ଟଙ୍କାର କେନ୍ଦ୍ରୀୟ ସଡକ ଭିତ୍ତିଭୂମି ପାଣ୍ଠି ଘୋଷଣା କରିଛନ୍ତି। ଏଥିସହିତ ସେ କହିଥିଲେ ଯେ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ବର୍ଜ୍ୟବସ୍ତୁକୁ ବ୍ୟବହାର କରି ସଡକ ନିର୍ମାଣ କରାଯାଉଛି। ତେଣୁ ଭୁବନେଶ୍ୱରର କଠିନ ବର୍ଜ୍ୟବସ୍ତୁକୁ ସଡକ ନିର୍ମାଣ କ୍ଷେତ୍ରରେ ଉପଯୋଗ କରି ସ୍ୱଚ୍ଛ ଭୁବନେଶ୍ୱର ଗଠନ କରିବାକୁ ସେ ପରାମର୍ଶ ଦେଇଥିଲେ।

କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ଭାରତୀୟ ସଡକ କଂଗ୍ରେସ ହେଉଛି ଭାରତୀୟ ରୋଡ ଇଞ୍ଜିନିୟରିଙ୍ଗର ଆତ୍ମା। ଏହି ସମାବେଶ ହେଉଛି ସଡକ ଭିତ୍ତିଭୂମି ନିର୍ମାଣ, ଗବେଷଣା, ଇଞ୍ଜିନିୟରିଙ୍ଗ ଓ ଇନୋଭେସନ ପାଇଁ ଏକ ନଲେଜ ପ୍ଲାଟଫର୍ମ। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସଡକ ନିର୍ମାଣ କ୍ଷେତ୍ରରେ ଦେଶ ଆଜି ଅଗ୍ରଗତି କରିଛି। ଯାତାୟତ ସମୟ ହ୍ରାସ ପାଇଛି। ଆଗାମୀ କିଛି ଦିନ ଭିତରେ ଭାରତ ସଡକ ନେଟୱର୍କ କ୍ଷେତ୍ରରେ ବିଶ୍ୱରେ ଏକ ନମ୍ବର ହେବାକୁ ଯାଉଛି। ଦେଶବ୍ୟାପୀ ଉନ୍ନତ ମାନର ସଡକ ନିର୍ମାଣ ପାଇଁ ୨ ଲକ୍ଷ ୮୭ ହଜାର କୋଟି ଟଙ୍କାର ପ୍ରାବଧାନ ରହିଛି। ସେ କହିଥିଲେ ଆଗାମୀ ଦିନରେ ଆମ ଭବିଷ୍ୟତର ଇନ୍ଧନ ହେଉଛି ହାଇଡ୍ରୋଜେନ। ସେଥିପାଇଁ ଆମେ ଦେଶରେ ଗ୍ରୀନ ହାଇଡ୍ରୋଜେନ ପ୍ରସ୍ତୁତିକୁ ଗୁରୁତ୍ୱ ଦେଉଛୁ। ସଡକ ନିର୍ମାଣ କ୍ଷେତ୍ରରେ ସଡକ ନିରାପତ୍ତା ପ୍ରତି ଧ୍ୟାନ ଦେବା ପାଇଁ ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଉଦବୋଧନ ଦେଇ କହିଥିଲେ ଯେ, ୨୦୧୪ ମସିହାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦାୟିତ୍ୱ ନେବା ଠାରୁ ସଡକ ନିର୍ମାଣ କ୍ଷେତ୍ରରେ ଦ୍ରୁତ ଉନ୍ନତି ଆସିଛି। ପ୍ରଧାନମନ୍ତ୍ରୀଙ୍କ ଦିଗଦର୍ଶନ ଓ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରୀଙ୍କ କାର୍ଯ୍ୟଦକ୍ଷତା ଯୋଗୁ ଆଜି ଉତ୍ତମ ସଡକ ନିର୍ମାଣ କ୍ଷେତ୍ରରେ ଦେଶବ୍ୟାପୀ ବ୍ୟାପକ ପରିବର୍ତ୍ତନ ଆସିଛି। ଦେଶରେ ବିଶ୍ୱସ୍ତରୀୟ ସଡକ ନିର୍ମାଣର ଅଗ୍ରଗତି ମଧ୍ୟ ସମ୍ଭବ ହୋଇଛି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ପାଇଁ ଆମେ ଓଡିଶାର ଅର୍ଥନୀତିକୁ ମଜବୁତ କରୁଛୁ । ଏଥିପାଇଁ ଆମ ସରକାର ବନ୍ଦର, ସଡକ, ରେଳ ଏବଂ ବିମାନ ପରିବହନ କ୍ଷେତ୍ରର ବିକାଶ ଦିଗରେ ଉଦ୍ୟମ ଅବ୍ୟାହତ ରଖିଛି। ସମୃଦ୍ଧ ଓଡିଶା ଗଠନ ପାଇଁ ‘ବିସ୍ତୃତ ଭିତ୍ତିଭୂମି ମାଷ୍ଟର ପ୍ଲାନ’ ପ୍ରସ୍ତୁତ କରାଯାଉଛି । ୨୦୨୫-୨୬ ଆର୍ôଥକ ବର୍ଷରେ କେନ୍ଦ୍ର ସରକାର ଓଡିଶା ପାଇଁ ୧୩ ହଜାର ୬୯ କୋଟି ଟଙ୍କାର ଜାତୀୟ ରାଜପଥ ମଞ୍ଜୁର କରିଛନ୍ତି। କେନ୍ଦ୍ର ରାଜପଥ ମନ୍ତ୍ରୀଙ୍କ ଦ୍ୱାରା ୪ ହଜାର କୋଟି ଟଙ୍କାର ୧୯ଟି ସଡକ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇଛି ଏବଂ ୧୩ଟି ପ୍ରକଳ୍ପ ପାଇଁ ୯ ହଜାର କୋଟି ଟଙ୍କା ମଧ୍ୟ ସେ ପୂର୍ବରୁ ମଞ୍ଜୁର କରିଛନ୍ତି। ୫ ବର୍ଷ ମଧ୍ୟରେ ଆମ ସରକାର ୭୫ ହଜାର କିଲୋମିଟର ସଡକ ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛନ୍ତି। ଓଡିଶାର ସଡକ ଗୁଡିକୁ ବିଶ୍ୱସ୍ତରୀୟ ମାନର କରିବା ପାଇଁ କେନ୍ଦ୍ର ମନ୍ତ୍ରୀ ଗୁରୁତ୍ୱ ଦେଉଛନ୍ତି। ଆଗାମୀ ଦିନରେ କେନ୍ଦ୍ର ମନ୍ତ୍ରୀଙ୍କର ଏହି ସହଯୋଗ ଓଡିଶାର ବିକାଶକୁ ଆହୁରି ତୀବ୍ର କରିବ।

ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ, ଦେଶରେ ଜାତୀୟ ରାଜପଥର ବିକାଶରେ ଭାରତୀୟ ସଡକ କଂଗ୍ରେସର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଓଡିଶାରେ ଏହି ଭଳି ସମ୍ମାନଜନକ ଆୟୋଜନ ଆମ ପାଇଁ ଗୌରବର କଥା। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଆୟୋଜିତ ଭାରତୀୟ ସଡକ କଂଗ୍ରେସ ଗୁଣାତ୍ମକ ସଡକ ନିର୍ମାଣରେ ବୈଷୟିକ ସହାୟତା ଦେବ ବୋଲି ସେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ସଡକ ନିର୍ମାଣ, ଗବେଷଣା ଓ ଇଞ୍ଜିନିୟରିଙ୍ଗ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଓ ଅବଦାନ ରଖିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନୀତ କରାଯାଇଥିଲା ଏବଂ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଭାରତୀୟ ସଡକ କଂଗ୍ରେସର ସଭାପତି ପ୍ରଫେସର ମନୋରଞ୍ଜନ ପରିଡା, ମହାସଚିବ ରାହୁଲ ଗୁପ୍ତା ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖିଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com