• About
  • Contact
Saturday, April 18, 2026
Sankhipta Khabar
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More
No Result
View All Result
Sankhipta Khabar
No Result
View All Result
Home Governance

ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ

Share on FacebookShare on TwitterShare on Whatsapp

ଭୁବନେଶ୍ୱର: ୩୦/୭-ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡିଶା ଆନୁକୁଲ୍ଯରେ ଆୟୋଜିତ ହେବାକୁ ଥିବା OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ କରିଛି କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ସମ୍ପୃକ୍ତ ଥିବା ଛଅ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଡିଜିପି, କ୍ରାଇମବ୍ରାଞ୍ଚ ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି।

ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦର ଡାଟା ଏଣ୍ଟ୍ରି ଅପରେଟର (୧) ଜିତନ ମହାରଣା ,କଛାପଡା, ସିମୁଳିଆ, ବାଲେଶ୍ଵର (୨) ବିଜୟ କୁମାର ମିଶ୍ର, ରାଜ୍ୟ ପୂର୍ବତନ କ୍ୟାଡର ଶିକ୍ଷକ ସଂଘର କାର୍ଯ୍ୟକାରୀ ସଭାପତି, କୋମାସାହି, ଆମ୍ବୋଡିଆ, ରାୟଗଡା (୩) ସନାତନ ବିଶୋୟୀ, କୋରାପୁଟ ଜିଲ୍ଲା ପୂର୍ବତନ କ୍ୟାଡର ଶିକ୍ଷକ ସଂଘର ସଭାପତି, ସାଗରଗୁଡା, କୁନ୍ଦ୍ରା, କୋରାପୁଟ, (୪) ରାମଜୀ ପ୍ରସାଦ ଗୁପ୍ତା, ନାରାୟଣ ଲେନ, ଗୁପ୍ତା ନିବାସ, ବାଦାମବାଡି, କଟକ (୫) ଅଜୟ କୁମାର ସାହୁ, ଲିଙ୍ଗିପାଲି କେଶବନଗର (ପଞ୍ଚମ ଲେନ), ବିଦ୍ୟାଧରପୁର, ଗଞ୍ଜାମ (୬) ଜୟନ୍ତ କୁମାର ରାଉତ, ଜୁକାନନ୍ଦୀ, ରୂପସା, ବାଲେଶ୍ଵର ।

ପୋଲିସ ସେମାନଙ୍କ ନିକଟରୁ ମୋବାଇଲ୍ ଫୋନ୍ ଏବଂ ଲିକ୍ ହୋଇଥିବା ପ୍ରଶ୍ନପତ୍ର ସମେତ ଇଲେକ୍ଟ୍ରୋନିକ୍ ଗ୍ୟାଜେଟ୍ ଜବତ କରାଯାଇଛି। ଏହା ସହ ଅଭିଯୁକ୍ତ ଜିତନ୍ ମହାରଣାଙ୍କ ଆକାଉଣ୍ଟକୁ ୨,୫୦,୦୦୦ ଟଙ୍କା ଫୋନ ପେ ମାଧ୍ୟମରେ ଆର୍ଥିକ କାରବାର ହୋଇଥିବା ସଂକ୍ରାନ୍ତରେ କ୍ରାଇମବ୍ରାଞ୍ଚର ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ଅଭିଯୁକ୍ତଙ୍କ ଆକାଉଣ୍ଟ ବର୍ତ୍ତମାନ ଯାଞ୍ଚ କରାଯାଉଛି ଏବଂ ତଦନ୍ତ ଜାରି ରହିଛି। ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଅଧିକ ତଦନ୍ତ ଜାରି ରହିଛି ବୋଲି DGP ଶ୍ରୀ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଡିଜିପି, କ୍ରାଇମବ୍ରାଞ୍ଚଙ୍କ ସୂଚନା ଅନୁଯାୟୀ, ସାରା ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଗତ ୨୦ ଜୁଲାଇରେ OTET ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। ୧୯ ଜୁଲାଇ ୨୦୨୫ ରାତି ପ୍ରାୟ ୧୦.୪୫ ସମୟରେ କିଛି ହାତଲେଖା ପ୍ରଶ୍ନପତ୍ର ସୋସିଆଲ ମିଡିଆ ପ୍ଲାଟଫର୍ମରେ ଭାଇରାଲ ହେବାର ଦେଖିବାକୁ ମିଳିଥିଲା। ଏହା ଜାଣିବା ପରେ ମାଧ୍ୟମିକ ଶିକ୍ଷା ପରିଷଦ Establishment Officer ଶ୍ରୀମତୀ ବୁଲବୁଲ ବେହେରା, ଅଭିଯୋଗ ଦାଖଲ କରିଥିଲେ। ମାମଲାଟି ଅତ୍ୟନ୍ତ ସମ୍ବେଦନଶୀଳ ଥିବାରୁ କ୍ରାଇମବ୍ରାଞ୍ଚକୁ ତଦନ୍ତ ଦାୟିତ୍ଵ ଦିଆଯାଇଥିଲା। ଡିଆଇଜି, କ୍ରାଇମବ୍ରାଞ୍ଚ, ବି. ଗଙ୍ଗାଧରଙ୍କ ନେତୃତ୍ବରେ ଏକ ସ୍ଵତନ୍ତ୍ର ଟିମ ଗଠନ କରାଯାଇ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଚଢଉ ଆରମ୍ଭ ହୋଇଥିଲା।
କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ସମୟରେ BSE ଅଫିସରେ ଡାଟା ଏଣ୍ଟ୍ରି ଅପରେଟର ଭାବେ ଚାକିରି କରୁଥିବା ଜିତନ ମହାରଣା BSE ଉପାଧ୍ୟକ୍ଷଙ୍କ ଲାପଟପରୁ ବେଆଇନ ଭାବରେ ପ୍ରଶ୍ନପତ୍ର ହାସଲ କରିଥିବା ଜାଣିବାକୁ ମିଳିଥିଲା। ପରବର୍ତ୍ତୀ ସମୟରେ ଜିତନ ଏହି ପ୍ରଶ୍ନପତ୍ର ଗୁଡ଼ିକୁ ବିଜୟ କୁମାର ମିଶ୍ର, ସନାତନ ବିଶୋୟୀ ଏବଂ ଅନ୍ୟମାନଙ୍କ ନିକଟକୁ ପଠାଇ ବିକ୍ରି କରିଥିଲେ।ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଚାକିରୀରେ ନିୟମିତତା ଏବଂ ଦରମା ବୃଦ୍ଧି ଭଳି ସୁବିଧା ପାଇଁ ଯୋଗ୍ୟତା ହାସଲ କରିବାକୁ ଚାହୁଁଥିବା ଶିକ୍ଷକମାନଙ୍କୁ ଅଭିଯୁକ୍ତମାନେ ଟାର୍ଗେଟ କରିଥିଲେ। ଏହି ସାମ୍ବାଦିକ ସମ୍ମିଳନୀରେ ଡିଆଇଜି (କ୍ରାଇମବ୍ରାଞ୍ଚ) ଶ୍ରୀ ବାତୁଳା ଗଙ୍ଗାଧର ଉପସ୍ଥିତ ଥିଲେ।

ସଂକ୍ଷିପ୍ତ ଖବର

ସଂକ୍ଷିପ୍ତ ଖବର

Related Posts

Governance

ସିବିଏସଇର ଦୁଇ ଟପର ଛାତ୍ରୀ ଟିନା ଓ ଆଲିଶାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

by ସଂକ୍ଷିପ୍ତ ଖବର
April 17, 2026

ଭୁବନେଶ୍ୱର:୧୭/୪- ସିବିଏସଇ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ମାର୍କ ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଲୋକସେବା ଭବନରେ ଭେଟିଥିଲେ।...

Read more

ଚଉଦ ଦିନର ସାଂସ୍କୃତିକ ଯାତ୍ରା ଓଡ଼ିଆ ଅସ୍ମିତାକୁ ଜାଗ୍ରତ କରିଛି:ମୁଖ୍ୟମନ୍ତ୍ରୀ

April 14, 2026

୨୦୨୭ରେ ପଞ୍ଚାୟତ ନିର୍ବାଚନ

April 13, 2026

ସଙ୍କଟ ପରିଚାଳନା ବୈଠକରେ ସଚିବଙ୍କ ସଫେଇ

April 13, 2026

ପିପିଲି ରାଜପଥରେ ଓଡ଼ିଶା ଲୋକକଳାର ମହାକୁମ୍ଭ

April 10, 2026

ତିନିଟି ନୂତନ ଗ୍ରୀଡ ସବ ଷ୍ଟେସନ, ୮ଟି ଟ୍ରାନ୍ସମିସନ ଲାଇନ ଉଦ୍‌ଘାଟିତ

April 9, 2026

Contact
Editor – Rabipriya Dash
Mob: 9437186052
Email – info@sankhiptakhabar.com / rabipriyadash@gmail.com

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024

Categories

  • Economy
  • Governance
  • Guest Column
  • Literature
  • Media
  • More
  • Opinion
  • Politics
  • Sports
  • About
  • Contact

© 2024 www.sankhiptakhabar.com

No Result
View All Result
  • Home
  • Politics
  • Governance
  • Economy
  • Opinion
  • Video
  • Media
  • Literature
  • Guest Column
  • More

© 2024 www.sankhiptakhabar.com